Odisha Elections 2024

ରକ୍ତ ଭଣ୍ଡାର ସମ୍ମୁଖରେ ପଡ଼ିଛି ରକ୍ତ ପ୍ୟାକେଟ୍‌

ନୟାଗଡ଼,୧୪।୪(ଲୋକନାଥ ମିଶ୍ର)ନୟାଗଡ ଜିଲା ମୁଖ୍ୟ ଚିକିତ୍ସାଳୟର ରକ୍ତଭଣ୍ଡାର ସମ୍ମୁଖ ରକ୍ତ ଭଣ୍ଡାର ପାଖରେ ରକ୍ତ ପ୍ୟାକେଟ ଫୋପଡା ଯାଇଥିବା ଦେଖିବାକୁ ମିଳିଥିଲା। ଶୁକ୍ରବାର ବିଳମ୍ବିତ ରାତିରୁ ଶନିବାର ଭୋର ସମୟ ପର୍ଯ୍ୟନ୍ତ ରକ୍ତ ପ୍ୟାକେଟ ପଡିଥିଲା । ରକ୍ତ ଭଣ୍ଡାରରେ ରକ୍ତର ଅଭାବ ଥିବାବେଳେ ରକ୍ତ ଭଣ୍ଡାର ସମ୍ମୁଖରେ କିଏ ଓ କାହିଁକି ରକ୍ତ ପ୍ୟାକେଟ ଫୋପାଡିଲା ତା’ର କାରଣ ଜଣାପଡିନି। ଅନ୍ୟପକ୍ଷେ ଭୋର ହେବା ପରେ ରକ୍ତ ପ୍ୟାକେଟଟି ଗାଏବ ହୋଇ ଯାଇଥିଲା। ରକ୍ତଭଣ୍ଡାର ପାଖରେ ରକ୍ତ ପ୍ୟାକେଟ ପଡିବା ଓ ପରେ ଗାଏବ ହେବା ଘଟଣା ସାଧାରଣରେ ଅନେକ ପ୍ରଶ୍ନ ସୃଷ୍ଟି କରିଛି । ପ୍ରକାଶଥାଉ କି, ରକ୍ତ ପ୍ୟାକେଟ ବେଆଇନ ଭାବେ ରକ୍ତଣ୍ଡାରରୁ ବିକ୍ରି ହେଉଥିବା ଅଭିଯୋଗ ହୋଇ ଆସୁଛି । ଏନେଇ ବ୍ଲଡ୍‌ ବ୍ୟାଙ୍କ ଅଫିସର ଡାକ୍ତର ଅଜୟ ବାହିନିପତି କୁହନ୍ତି, ଶନିବାର ଭୋର ସମୟରେ ରକ୍ତଭଣ୍ଡାର ପାଖରେ ଦୁଇ ସିକ୍ୟୁରିଟ୍‌ ଗାର୍ଡ ବସିଥିଲେ । ତେବେ ମୁଁ ବ୍ଲଡ୍‌ ପ୍ୟାକେଟ ପଡିଥିବା ଦେଖିବାକୁ ପାଇଲି ନାହିଁ । ଏପରି କରି କିଏ ରକ୍ତଭଣ୍ଡାରକୁ ବଦନାମ କରିବାକୁ ଉଦ୍ୟମ କରୁଛନ୍ତି ବୋଲି ସେ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଛାଡି ପୁଣି ଶଙ୍ଖ ଧରିଲେ ରାଜୁ ଦାସ

ଭୁବନେଶ୍ୱର,୧୬।୫: ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ଗୁରୁବାର ଭାଜପାରୁ ଇସ୍ତଫା ଦେବା ପରେ ପୁଣିଥରେ ବିଜେଡିରେ ସାମିଲ ହୋଇଛନ୍ତି। ରାଜୁ ଦାସ ତାଙ୍କ ଇସ୍ତଫା...

ସର୍ଚ୍ଚ ଅପରେଶନ ବେଳେ ବଡ଼ ସଫଳତା, ଧରାପଡ଼ିଲେ ୫ ମାଓବାଦୀ

ମାଲକାନଗିରି,୧୬ା୫(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ଦାନ୍ତଓ୍ବୋଡା ଜିଲା ପୋଲିସ ଦ୍ୱାରା ଜଣେ ମହିଳା ମାଓବାଦୀଙ୍କ ସହ ୫ ମାଓବାଦୀଙ୍କୁ ଗୁରୁବାର ଗିରଫ କରାଯାଇଛି। ଗିରଫ ମାଓବାଦୀମାନେ ମଙ୍ଗଳୀ...

ଅନଲାଇନ୍‌ ଗେମ୍‌ ନେଲା ଯୁବକଙ୍କ ଜୀବନ

କୋରୁକୋଣ୍ଡା,୧୬।୫(ଅବିନାଶ ବେହେରା): ଅନଲାଇନ୍‌ ଗେମ୍‌ ଖେଳି ଜୀବନ ହାରିଲେ ଯୁବକ। ଏପରି ଏକ ଦୁଃଖଦ ଘଟଣା ଘଟିଛି ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଏମ୍ଭି-୨୮...

ଭାଜପାରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ

ଭୁବନେଶ୍ୱର,୧୬।୫: ଭାଜପାରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ। ସେ ତାଙ୍କ ଇସ୍ତଫା ପତ୍ର ଭାଜପା ରାଜ୍ୟ ସଭାପତିଙ୍କ ନିକଟକୁ ପଠାଇଛନ୍ତି। ଭାଜପା...

ବିଶାଳ ରୋଡ ଶୋ’ରେ ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ, ଏମ୍‌ପି ପ୍ରାର୍ଥୀ ଧନୁର୍ଜୟ

ପାଟଣା,୧୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଚମ୍ପୁଆ ବ୍ଲକ ଜଜପଶି , ଝୁମ୍ପୁରା ବ୍ଲକ ଉଖୁଣ୍ଡାରୁ ଗୁରୁବାର ସକାଳୁ ବିଜେଡିର ବିଶାଳ ବାଇକ...

‘ଦେଶ ବଞ୍ଚାଇବାକୁ ହେଲେ କଂଗ୍ରେସକୁ କ୍ଷମତାକୁ ଆଣିବାକୁ ପଡ଼ିବ’

ଫୁଲବାଣୀ,୧୬।୫(ରାକେଶ କୁମାର ରାଉତ): ଦୀର୍ଘ ବର୍ଷ ହେଲା ଏଠି ଗୋଟିଏ ସରକାର ରହିଛି। ଯେଉଁ ଦଳ ଶାସନ କରୁଛି ତାହାକୁ ଭାଜପା ସୃଷ୍ଟି କରିଥିଲା। ଆଜି...

ଭୋଟରଙ୍କୁ ଏସବୁ ପ୍ରତିଶ୍ରୁତି ଦେଲେ ନଡ୍ଡା, କହିଲେ ଭାଜପା ସରକାର ଆସିଲେ…

ପଦ୍ମପୁର,୧୬ା୫(ପ୍ରଦୀପ୍ତ ଦାଶ): ସଶକ୍ତ ଭାରତ ସହିତ ସମୃଦ୍ଧ ଓଡ଼ିଶା ପାଇଁ ଡବଲ ଇଞ୍ଜିନ ସରକାର ଦରକାର ବୋଲି ଗୁରୁବାର ବରଗଡ଼ ଜିଲାର ପଦ୍ମପୁରରେ ବିଶାଳ ଜନସଭାରେ...

ଖାର୍ଗେଙ୍କ ଭାଷଣ ବେଳେ ପଶି ଆସିଲା ଅନ୍ୟ ଦଳର ପ୍ରଚାର ଗାଡ଼ି, ଆଉ ତା’ପରେ…

ଭୁବନେଶ୍ୱର,୧୬।୫: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁରୁବାର ଓଡ଼ିଶା ଗସ୍ତରେ ଆସି ଫୁଲବାଣୀର ଏକ ସଭାରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଉଛନ୍ତି। ଏହି ସମୟରେ ଅନ୍ୟ ଦଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri