ମହାନଦୀରେ ବନ୍ୟାଜଳ ପ୍ରବାହିତ, ୩ ବ୍ଲକର ଲୋକେ ଆତଙ୍କିତ

କେନ୍ଦ୍ରାପଡ଼ା ଅଫିସ,୧୬।୮: ମହାନଦୀରେ ବନ୍ୟାଜଳ ପ୍ରବାହିତ ହେତୁ କେନ୍ଦ୍ରାପଡ଼ା ଜିଲାର ମହାକାଳପଡ଼ା, ଗରଦପୁର ଓ ମାର୍ଶାଘାଇ ବ୍ଲକର ୩୦ରୁ ଊର୍ଦ୍ଧ୍ୱ ଗ୍ରାମରେ ପାଣି ପଶିଛି। ଏହି ସମସ୍ୟାର ସମାଧାନ ହୋଇ ନ ଥିବା ବେଳେ ଅପରାହ୍ନରେ ହୋଇଥିବା ବର୍ଷା ସ୍ଥାନୀୟ ଅଧିବାସୀଙ୍କୁ ଆତଙ୍କିତ କରି ପକାଇଛି। ପାଇକା, ଚିତ୍ରୋତ୍ପଳା, ଲୁଣା ଓ କରାଣ୍ଡିଆ ନଦୀରେ ବୁଧବାର ରାତିରୁ ବନ୍ୟାଜଳ ବଢ଼ିଥିଲା। ମାର୍ଶାଘାଇ ବ୍ଲକର ଡିହବଳରାମପୁରସ୍ଥ ୮,୯ ଓ ୧୦ ନମ୍ବର ୱାର୍ଡରେ ଗୁରୁବାର ସକାଳ ସୁଦ୍ଧା ବନ୍ୟାଜଳ ପ୍ରବାହିତ ହୋଇଥିଲା। ସେହିପରି ମହାକାଳପଡ଼ା ଓ ଗରଦପୁର ବ୍ଲକ ଅଞ୍ଚଳର ନଦୀକୂଳ ନିକଟ ଗ୍ରାମରେ ପାଣି ପଶିଥିଲା। ଗୁରୁବାର ସନ୍ଧ୍ୟା ସୁଦ୍ଧା ୨୧ଟି ଗାମରେ ବନ୍ୟାଜଳ ପଶିଥିବା ବେଳେ ଶୁକ୍ରବାର ଅପରାହ୍ନ ସୁଦ୍ଧା ଏହି ସଂଖ୍ୟା ୩୦ରୁ ଊର୍ଦ୍ଧ୍ୱ ଥିବା ସୂଚନା ମିଳିଛି। ଜିଲା ପ୍ରଶାସନ ପକ୍ଷରୁ ବନ୍ୟା ଜନିତ ସମସ୍ୟା ନିୟନ୍ତ୍ରଣ ପାଇଁ ବିଭିନ୍ନ ସ୍ଥାନରେ ରିଲିଫ୍‌ ବ୍ୟବସ୍ଥା ଆରମ୍ଭ ହୋଇଛି।ଏବେସୁଦ୍ଧା ମାତ୍ର ୧୮ଜଣଙ୍କୁ ଜିଲା ପ୍ରଶାସନ ସ୍ଥାନାନ୍ତର କରିଥିବା ଜିଲା ଜରୁରୀକାଳିନ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ପ୍ରଭାବିତ ଲୋକଙ୍କ ସଂଖ୍ୟା ୧୦ ହଜାରରୁ ଊର୍ଦ୍ଧ୍ୱ ହେବ ବୋଲି ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri