ଭୋଟରଙ୍କୁ ଅଭିନବ ଉପାୟରେ ଆହ୍ବାନ ଦେଲେ ଜିଲାପାଳ

ପଟାଙ୍ଗି,୧୪ା୪(ଶରତ ଧଳ): ଲୋକ ସଭା ଏବଂ ବିଧାନସଭା ନିର୍ବାଚନକୁ କିଛି ଦିନ ବାକି ରହିଥିବା ବେଳେ ଭୋଟରଙ୍କୁ ଏକ ଅଭିନବ ଉପାୟରେ ଜିଲା ପ୍ରଶାସନ ପକ୍ଷରୁ ସଚେତନତାର ବାର୍ତ୍ତା ମାଧ୍ୟମରେ ଆହ୍ବାନ ଦିଆଯାଇଛି। ଯାହା ସମସ୍ତ ଭୋଟରଙ୍କ ପାଇଁ ଏକ ପ୍ରେରଣା। କୋରାପୁଟ ଜିଲା ତଥା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତ ଅନ୍ତର୍ଗତ ପର୍ଯ୍ୟଟନସ୍ଥଳୀ ଦେଓମାଳି ପର୍ବତ ଶିଖରରୁ ଏହି ପ୍ରୟାସ ଆରମ୍ଭ ହୋଇଛି।

ସୂଚନାନୁଯାୟୀ, ନିର୍ବାଚନ ତାରିଖ ଘୋଷଣା ହେବା ପରଠାରୁ ସରକାରୀ କାର୍ଯ୍ୟାଳୟ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ଜିଲାର ସମସ୍ତ ବ୍ଲକ ପ୍ରଶାସନ ନିଜ ନିଜ ଅଞ୍ଚଳରେ ଭୋଟରଙ୍କୁ ମତଦାନର ମହାନତା ଓ ମୂଳ ସମ୍ପର୍କରେ ସଚେତନତା କରାଇ କାର୍ଯ୍ୟକ୍ରମ ଜାରି ରଖିଥିଲେ। ଭୋଟରଙ୍କୁ ସଚେତନତା କରାଇବାର ଅନ୍ତିମ ତଥା ଶେଷ ଦିନରେ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ଅଧ୍ୟକ୍ଷତାରେ ଏକ ଅଭିନବ ପ୍ରୟାସ ମାଧ୍ୟମରେ  ଦେଓମାଳି ପର୍ବତ ଉପରେ ଜିଲାର ସମସ୍ତ ସରକାରୀ କର୍ମଚାରୀ, ଅଧିକାରୀ ସ୍ଥାନୀୟ କଲେଜ ଛାତ୍ରୀଛାତ୍ର ଓ ଥୁରିଆ ବିଦ୍ୟାଳୟର ଶିକ୍ଷୟିତ୍ରୀ/ଶିକ୍ଷକ ଏକତ୍ରିତ ହୋଇ ଆସୁଥିବା ନିର୍ବାଚନରେ କିପରି ନିଜ ନିଜର ମତଦାନ ସାବ୍ୟସ୍ତ କରି ଦେଶର ସମ୍ମାନ ବଜାୟ ରଖିବା ନେଇ ସଚେତନତା ବାର୍ତ୍ତା ଲେଖି ଭୋଟରଙ୍କୁ ସଚେତନତାର ଆହ୍ବାନ ଦେଇଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଉପଜିଲାପାଳ ବେଣୁଧର ଶବର, ପଟ୍ଟାଙ୍ଗି ତହସିଲଦାର ଦେବେନ୍ଦ୍ର ବାହାଦୂର ସିଂ ଧାରୁଆଙ୍କ ସମେତ ବ୍ଲକର କାର୍ଯ୍ୟାଳୟର ଏପିଓ ସୌମେନ୍ଦ୍ର ନାୟକ ଏବଂ ଅନ୍ୟାନ୍ୟ କର୍ମଚାରୀ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri