ଏଇ ଭାରତରେ

ଘରର ସୌନ୍ଦର୍ଯ୍ୟ ପାଇଁ ବଗିଚାରେ ସୀମିତ ନରହି ସେଥିରୁ କେମିତି କିଛି ଉତ୍ପାଦନ ହୋଇପାରିବ ତାହା ଉପରେ ଗୁରୁତ୍ୱ ଦିଆଯିବା ଦରକାର। ଗୋଟିଏ କି ଦୁଇ ପ୍ରକାର ନୁହେଁ, ୧୫ ପ୍ରକାରର ମସଲା ଚାଷ କରୁଛନ୍ତି ଉତ୍ତରାଖଣ୍ଡର ଡ. ଅଂଶୁ ରଥି। ସେ ଭାରତରେ ଉତ୍ପାଦନ କରାଯାଉଥିବା ମସଲା ବିଶେଷକରି ହଳଦୀ, ଗୋଲମରିଚ, ଲବଙ୍ଗ, କେସର, ତେଜପତ୍ର, ଗୁଜରାତି, ଅଳେଇଚ, ଲଙ୍କା ଆଦି ମସଲା ଚାଷ କରୁଛନ୍ତି। ହିମାଳୟର ପାଦଦେଶରେ ଅଂଶୁଙ୍କ ଘର। ବୃତ୍ତିରେ ଜଣେ ଡାକ୍ତର ହେଲେ ବି ମସଲା ଚାଷ କରିବାରେ ରୁଚି ରଖିଛନ୍ତି। ସେ ତାଙ୍କ ଅଗଣାରେ ମସଲା ଗଛ ସହିତ ଫଳ, ପରିବା ଆଦି ପାଖାପାଖି ୪୦୦ ଗଛ ଲଗାଇଛନ୍ତି। ତାଙ୍କ ଘର ଅଗଣାରର ୧୫୦୦ ବର୍ଗଫୁଟ ଜାଗାରେ ସେ ଏହି ମସଲା ବଗିଚା କରିଛନ୍ତି। ଏଥିରେ ଅନେକ ପ୍ରକାର ଓଷଧୀୟ ଗଛ ବି ରହିଛି। ସେ ଜୈବିକ ଖତ ଓ କୀଟନାଶକ ପ୍ରସ୍ତୁତ କରି ବ୍ୟବହାର କରୁଛନ୍ତି। ଉତ୍ତରାଖଣ୍ଡର ଜଳବାୟୁ ଏହି ଚାଷ ପାଇଁ ଉପଯାଗୀ ହେଉଛି ବୋଲି କୁହନ୍ତି ୩୬ ବର୍ଷୀୟ ଅଂଶୁ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଶିକ୍ଷା ଓ ଶିକ୍ଷକ

ଶିକ୍ଷା ହେଉଛି ଗୋଟିଏ ଦେଶର ସବୁଠୁ ମୌଳିକ ଓ ଶକ୍ତିଶାଳୀ ସାମାଜିକ ଭିତ୍ତିଭୂମି। ଏହା କେବଳ ପାଠପଢ଼ା, ପରୀକ୍ଷା, ସାର୍ଟିଫିକେଟ କିମ୍ବା ଚାକିରି ପାଇବାର ଉପାୟ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଏବର ଚାଷବାସ

କୃଷି ବିନା ସମ୍ଭବ ନୁହେଁ ଖୁସି। ଖୁସି ସେହିଠାରୁ ଆସେ ଯେଉଁଠି ଥାଏ ଅନ୍ନ। ଅନ୍ନଗ୍ରହଣ ନାଶକରେ ଭୋକ। ଭୋକରୁ ଉତ୍ତୀର୍ଣ୍ଣ ହେବାକୁ ହେଲେ ମାଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri