Odisha Elections 2024

ବିଜେଡିକୁ ଶକ୍ତ ଝଟ୍‌କା: ଦଳ ଛାଡିଲେ ରାଜ୍ୟ ସମ୍ପାଦକ

ଭୁବନେଶ୍ୱର,୧୫।୪: ଆଗାମୀ ନିର୍ବାଚନକୁ ରାଜନୀତି ସରଗରମ ହେବା ସହିତ ନେତାଙ୍କ ଦଳ ବଦଳ ଜାରି ରହିଛି। କିଏ ଦଳ ଛାଡୁଛି ତ କିଏ ନୂଆ ଦଳରେ ସାମିଲ ହେଉଛି। ସେହିପରି ସୋମବାର ବିଜେଡିରୁ ଇସ୍ତଫା ଦେଇଛନ୍ତି ରାଜ୍ୟ ସମ୍ପାଦକ ଚିତ୍ତରଞ୍ଜନ ମଣ୍ଡଳ। ସେ ଦଳର ରାଜ୍ୟ ସମ୍ପାଦକ ସହିତ କଳାହାଣ୍ଡି ଜିଲ୍ଲା ନର୍ଲା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଦଳର ସଭାପତି ଥିଲେ। ଚିତ୍ତରଞ୍ଜନ ନିଜ ଇସ୍ତଫାପତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଛନ୍ତି। ଟିକେଟ୍‌ ନ ମିଳିବାରୁ ସେ ଏପରି ନିଷ୍ପତ୍ତି ନେଇଥିବା ଜଣାପଡିଛି। ସେ ନର୍ଲା ବିଧାନସଭା ଆସନରୁ ଲଡିବାକୁ ଚାହୁଁଥିଲେ। କିନ୍ତୁ ଦଳ ତାଙ୍କୁ ଟିକେଟ୍‌ ନ ଦେଇ ମନୋରମା ମହାନ୍ତିଙ୍କୁ ପ୍ରାର୍ଥୀ କରିଥିଲା।
୨୦୧୯ରେ ସେ କଂଗ୍ରେସ ଟିକେଟରେ ନର୍ଲା ବିଧାନସଭା ଆସନରୁ ପ୍ରାର୍ଥୀ ହୋଇଥିଲେ। କିନ୍ତୁ ପରାସ୍ତ ହୋଇଥିଲେ। ପରେ ସେ ବିଜେଡି ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦-୨୧ରେ ହିଟ୍‌ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ)-ରାଜ୍ୟରେ ଗ୍ରୀଷ୍ମପ୍ରବାହ ଆହୁରି ଅସହ୍ୟ ହେବ। ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମପ୍ରବାହ ସହ ଗୁଳୁଗୁଳି ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ...

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ)- ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ଆସନ୍ତା ୨୦ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଉତ୍ତର ଆଣ୍ଡାମାନ ସାଗରରେ...

ଶନିବାର ଓଡ଼ିଶା ଆସିବେ ସଚିନ ପାଇଲଟ୍‌

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ): ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସାଧାରଣ ସମ୍ପାଦକ ସଚିନ ପାଇଲଟ ନିର୍ବାଚନୀ ପ୍ରଚାର ପାଇଁ ଶନିବାର ଓଡ଼ିଶା ଆସୁଛନ୍ତି। ବାଲେଶ୍ୱରର...

ଅନୁଭବଙ୍କ ବଡ଼ ବୟାନ, ମୁଣ୍ଡ ବିକିନି…

ଭୁବନେଶ୍ୱର,୧୭।୫: ଅନୁଭବ ମହାନ୍ତି କରିଛନ୍ତି ପ୍ରେସମିଟ । ଯେଉଁଠି ବିଜେଡି ଉପରେ ବର୍ଷିଛନ୍ତି ଅନୁଭବ ମହାନ୍ତି । ଆଗରୁ ଯେଉଁ ବିଜେଡି ଥିଲା ଆଉ ଏବେର...

ନିର୍ବାଚନ ବେଳେ ଓଡ଼ିଶା ଆସନ୍ତି ପଲିଟିକାଲ ଟୁରିଷ୍ଟ: ନବୀନ

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ): କେନ୍ଦ୍ରୀୟ ଭାଜପା ନେତାଙ୍କୁ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ସମାଲୋଚନା କରିଛନ୍ତି। ଭାଜପାର କେନ୍ଦ୍ରୀୟ ନେତାଙ୍କୁ ପଲିଟିକାଲ...

ଖଲ୍ଲିକୋଟ ରାଜନୈତିକ ହିଂସା: ବଡ଼ ବୟାନ ଦେଲେ ମୃତ ଦିଲ୍ଲୀପଙ୍କ ସ୍ତ୍ରୀ

ଖଲ୍ଲିକୋଟ,୧୭।୫: ଖଲ୍ଲିକୋଟ ନିର୍ବାଚନୀ ହିଂସା ମାମଲାରେ ପ୍ରତିକ୍ରିୟା ରଖିଛନ୍ତି ମୃତ ଦିଲ୍ଲୀପଙ୍କ ସ୍ତ୍ରୀ। ସେ କହିଛନ୍ତି, ମୋ ସ୍ବାମୀ ଦଳ ପରିବର୍ତ୍ତନ କରିବାରୁ ତାଙ୍କୁ ହତ୍ୟା...

ଭାଜପାରେ ମିଶିବାର ୧୫ ମିନିଟ୍‌ ନ ହେଉଣୁ ବିଜେଡିକୁ ଫେରିଲେ ନେତା-କର୍ମୀ; କହିଲେ ‘ଭୁଲ୍‌ ବୁଝି ପାରି…’

କେନ୍ଦୁଝର,୧୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପା ଜିଲା କାର୍ଯ୍ୟଳୟଠାରେ କେନ୍ଦ୍ର ଖଣି ଓ ଇସ୍ପାତ ମନ୍ତ୍ରୀ ଫଗନ ସିଂ କୁଲସ୍ତେ ଏବଂ ରାଜସ୍ଥାନରୁ ରାଜ୍ୟସଭା ଏମ୍‌ପି...

ବ୍ରହ୍ମପୁର ରାଜନୀତିରେ ବଡ଼ ହଲଚଲ, ଗିରଫ ହେଲେ କଂଗ୍ରେସ ପ୍ରାର୍ଥୀ

ବ୍ରହ୍ମପୁର,୧୭।୫: ବ୍ରହ୍ମପୁର ରାଜନୀତିରେ ଚହଳ। ଗିରଫ ହେଲେ କଂଗ୍ରେସ ପ୍ରାର୍ଥୀ। ଦିଗପହଣ୍ଡି ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ସୁଜିତ କୁମାରଙ୍କୁ ଗିରଫ କରିଛି ପୋଲିସ। ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri