Odisha Elections 2024

ପ୍ରଭାସଙ୍କ ଉପରେ ପୁଣି ଆସ୍ଥାପ୍ରକଟ କଲା କଂଗ୍ରେସ: କର୍ମୀଙ୍କ ମଧ୍ୟରେ ଖୁସିର ମାହୋଲ

ମୋରଡା,୧୫।୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲାର ଏକ ମାତ୍ର ଅଣସଂରକ୍ଷିତ ମୋରଡା ନିର୍ବାଚନମଣ୍ଡଳୀ ଆଗାମୀ ସାଧାରଣ ନିର୍ବାଚନକୁ ନେଇ ଚଳଚଞ୍ଚଳ ହୋଇଉଠିଛି l ପୂର୍ବରୁ ବିଜୁ ଜନତା ଦଳ, ଭାରତୀୟ ଜନତା ପାର୍ଟି ତାର ବିଧାୟକ ପ୍ରାର୍ଥୀ ତାଲିକା ଘୋଷଣା କରି ସରିଥିବା ବେଳେ ବିଜେଡି ନିର୍ବାଚନୀ ପ୍ରଚାର ମଇଦାନକୁ ମଧ୍ୟ ଓହ୍ଲାଇ ସାରିଛି। ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ତାଲିକା ଗତକାଲି ଘୋଷଣା ହେବା ପରେ ଜିଲାର ବରିଷ୍ଠ କଂଗ୍ରେସ ନେତା ପ୍ରଭାସକର ମହାପାତ୍ରଙ୍କୁ ଦଳ ପୁଣି ଆସ୍ଥାପ୍ରକଟ କରି ତୃତୀୟ ଥର ପାଇଁ ପ୍ରାର୍ଥୀ କରିଛି l
ତେବେ ପ୍ରାର୍ଥୀ ଘୋଷଣା ପରେ କର୍ମୀଙ୍କ ମହଲରେ ଉତ୍ସାହ ଦେଖିବାକୁ ମିଳିଛି। ଆଜି ପ୍ରଭାସକରଙ୍କୁ ତାଙ୍କ ବାରମାଇଲସ୍ଥିତ କାର୍ଯ୍ୟାଳୟରେ ଯୁବ ଓ଼ ଛାତ୍ର ନେତାଙ୍କ ତରଫରୁ ଫୁଲତୋଡ଼ା ଦେଇ ସମ୍ବର୍ଦ୍ଧନା ଦିଆଯାଇଛି l ପୂର୍ବତନ ସଭାପତି ଶୁଭ କୁମାର ମହାନ୍ତ, ଯୁବନେତା ଅସିତ କୁମାର ବେହେରା,ସନୁ ଖଟୁଆ, କ୍ରିଷ୍ଣା ମହାନ୍ତ, ବୁନା ବେହେରା,ମିଲନ ବେହେରା,ମିଟୁ ବେହେରା, କୁନୁ ବେହେରା, ଆଲୋକ ପାତ୍ର ପ୍ରମୁଖ ପ୍ରଭାସକରଙ୍କୁ ସମ୍ବର୍ଦ୍ଧନା ଦେଇଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

କଙ୍ଗାରୁ କୋର୍ଟରେ ଯୁବକଙ୍କୁ ନିସ୍ତୁକ ମାଡ଼

ପଡ଼ିଆ,୨୦ା୫(ଭାସ୍କର ରାଓ)- ଗୁଣିଗାରେଡ଼ି ସନ୍ଦେହରେ ଗାଁ କଙ୍ଗାରୁ କୋର୍ଟରେ ଯୁବକଙ୍କୁ ନିସ୍ତୁକ ମାଡ଼ ମରାଯାଇଛି। ସ୍ବାସ୍ଥ୍ୟକେନ୍ଦ୍ରକୁ କିମ୍ବା ଥାନାରେ ଅଭିଯୋଗ କଲେ ପରିବାରର ସମସ୍ତଙ୍କୁ ଜୀବନରୁ...

ଡ୍ୟୁଟି ସାରି ଘରକୁ ଫେରୁଥିଲେ: ହାଇୱା ଧକ୍କାରେ ଚାଳିଗଲା ଜୀବନ

ଭବାନୀପାଟଣା,୨୦।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ଏମ୍‌ଏସ୍‌ଏ ଛକରେ ସୋମବାର ଏକ ଦୁର୍ଘଟଣା ଘଟିଛି। ଏକ ହାଇୱା ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ...

ଆମ୍ବ ତୋଳିବାକୁ ଯାଇଥିଲେ: ହେଲା ବଜ୍ରପାତ

ଟିକିରି/ରାୟଗଡ଼ା,୨୦।୫(ପ୍ରଫୁଲ୍ଲ କୁମାର ବେହେରା/ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ନକଟିଗୁଡା ପଞ୍ଚାୟତ ସାନମାଟିକଣା ଗାଁରେ ସୋମବାର ଅପରାହ୍ନରେ ବଜ୍ରପାତ ଘଟି ଜଣେ ମହିଳାଙ୍କ...

ଯୁବକଙ୍କ ଉପରେ ମାଡ଼ିଗଲା ହାଇୱା, ଉତ୍ତେଜନା

ତିହିଡ଼ି,୨୦।୫(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଆରୁହା ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ୨ଜଣ ବାଇକ୍‌ ଆରୋହୀଙ୍କ ମଧ୍ୟରେ ଧକ୍କା ହେବା...

ଅପରାହ୍ନ ୫ଟା ସୁଦ୍ଧା ବରଗଡ଼ ଜିଲାରୁ ଆସିଲା ମତଦାନ ହାର

ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ମତଦାନ କେନ୍ଦ୍ରଗୁଡିକରେ ଏବେବି ମତଦାତାଙ୍କ...

ଜୀବନ ହାରିଦେଲେ ମହିଳା: କାରଣ ଖୋଜୁଛି ପୋଲିସ

ଗଞ୍ଜାମ,୨୦ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ଅଧୀନ ପାଳିବନ୍ଧ ପଞ୍ଚାୟତର ପୁରୁଣାବନ୍ଧ ଗ୍ରାମର ଜଣେ ମହିଳା ସୋମବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ପିଙ୍କି ବେହେରା (୨୮)।...

ଟ୍ରକ ଧକ୍କାରେ ଶଳା, ଭିଣୋଇ ମୃତ

ଛତ୍ରପୁର,୨୦।୫(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଛତ୍ରପୁର ବ୍ଲକ ଚମାଖଣ୍ଡି ଥାନା ଅନ୍ତର୍ଗତ ଟାଟା ପ୍ଲାଣ୍ଟ ସମ୍ମୁଖ ଜାତୀୟ ରାଜପଥରେ ଏକ ଦୁଃଖଦ ଘଟଣା ସୋମବାର ଦେଖିବାକୁ ମିଳିଛି।...

ମୋଦିଙ୍କ ଭକ୍ତ ହେଉଛନ୍ତି ଜଗନ୍ନାଥ, କହୁ କହୁ ଏମିତି କହିଦେଲେ ସମ୍ବିତ ପାତ୍ର: ଭାଇରାଲ ହେଉଛି ଭିଡିଓ

ଭୁବନେଶ୍ୱର,୨୦।୫(ଅସମାପିକା ସାହୁ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ପୁରୀରେ ଏକ ବିଶାଳ ରୋଡ ଶୋ’ କରିଛନ୍ତି। ମୋଦିଙ୍କ ସହ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri