Odisha Elections 2024
Posted inଜାତୀୟ

ଇଲେକ୍ଟୋରାଲ ବଣ୍ଡ ଏକ ସକ୍ସେସ୍‌ ଷ୍ଟୋରୀ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୫।୪: ଭାରତକୁ ୨୦୪୭ ସୁଦ୍ଧା ବିକଶିତ ରାଷ୍ଟ୍ରରେ ପରିଣତ କରିବା ପାଇଁ ପ୍ରସ୍ତୁତ ହୋଇଥିବା ଯୋଜନା ସମ୍ପର୍କରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନ୍ୟୁଜ ଏଜେନ୍ସି ଏନଆଇଏକୁ ସାକ୍ଷାତକାର ଦେଇ ଏହା କହିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ମୋ ସରକାର ୨୦୪୭ ମିଶନରେ କାର୍ଯ୍ୟ କରୁଛି। ବର୍ଷ ୨୦୪୭ ଭାରତ ପାଇଁ ମାଇଲଷ୍ଟୋନ ହେବାକୁ ଯାଉଛି। ମୁଁ ସବୁ କରିଛି ବୋଲି କହୁନି, ବହୁତ କିଛି କରିବାକୁ ବାକି ଅଛି। ଦେଶକୁ ଶକ୍ତିଶାଳୀ କରିବା ହେଉଛି ମୋର ପ୍ରାଥମିକତା। ବିଗତ ଦୁଇ ବର୍ଷ ହେଲା ୨୦୪୭କୁ ଲକ୍ଷ୍ୟ ରଖି କାର୍ଯ୍ୟ କରୁଛି।

ଏଥିସହିତ ୨୦୨୪ ନିର୍ବାଚନକୁ ନେଇ ମତ ଦେଇଛନ୍ତି। ସେ କହିଛନ୍ତି, ନିର୍ବାଚନରେ ସବୁ ମତଦାତା ଗୁରୁତ୍ୱପୂର୍ଣ୍ଣ। କିଛି ଲୋକ ଅଛନ୍ତି, ଯାହା ଇଛା କହି ପକାଉଛନ୍ତି। ଅନ୍ୟପଟେ, ପ୍ରଧାନମନ୍ତ୍ରୀ ବିରୋଧୀଙ୍କୁ ଟାର୍ଗେଟ୍‌ କରିଛନ୍ତି। କିଛି ଲୋକଙ୍କ ପାଇଁ ରାମ ମନ୍ଦିର ରାଜନୀତି ହତିଆର ଥିଲା। କିଛି ଲୋକ ରାମ ମନ୍ଦିର ରାସ୍ତାରେ କଣ୍ଟା ହେଇ ଛିଡ଼ା ହେଉଥିଲେ। ଭୋଟବ୍ୟାଙ୍କ ରାଜନୀତି ପାଇଁ ସେମାନେ ବାଧା ସୃଷ୍ଟି କରୁଥିଲେ। ଏମିତିକି ଅଦାଲତରେ ମଧ୍ୟ ରାମ ମନ୍ଦିର ଅଟକାଇବାକୁ ଚେଷ୍ଟା କରୁଥିଲେ। ପ୍ରାଣ ପ୍ରତିଷ୍ଠା ପାଇଁ ନିମନ୍ତ୍ରଣ ଥିଲେ ବି ଆସିନଥିଲେ। ଭାରତର ସ୍ବାଭିମାନ, ସାମର୍ଥ୍ୟ ପ୍ରତି ବହୁତ ବଡ଼ ପ୍ରେରଣା ହେଉଛି ରାମ ମନ୍ଦିର।

ଇଲେକ୍ଟୋରାଲ ବଣ୍ଡ ବିଷୟରେ ପ୍ରଧାନମନ୍ତ୍ରୀ କହିଛନ୍ତି, ନିର୍ବାଚନକୁ କଳାଧନ ମୁକ୍ତ କରିବାକୁ ଆମେ ଚେଷ୍ଟା କରୁଛୁ। କଳାଧନ ମୁକ୍ତ କରିବାକୁ ହଜାରେ, ୨ ହଜାର ନୋଟ ବନ୍ଦ କଲୁ। ଇଲେକ୍ଟୋରାଲ ବଣ୍ଡ ଏ ଦିଗରେ ଏକ ସଫଳ କାହାଣୀ। କିଏ ଦେଲା, କାହାକୁ ଦେଲା, ବଣ୍ଡ ଦ୍ବାରା ପୂରା ସ୍ପଷ୍ଟ ହୋଇଛି। ଇମାନଦାରୀ ସହ ଭାବିଲେ ବିରୋଧ କରୁଥିବା ଲୋକ ଅନୁତାପ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଜିତିଲେ ସିବଲ, ସୁପ୍ରିମକୋର୍ଟ ବାର ଆସୋସିଏଶନର ଅଧ୍ୟକ୍ଷ ହେଲେ କପିଲ ସିବଲ

ନୂଆଦିଲ୍ଲୀ,୧୬।୫: ବରିଷ୍ଠ ଓକିଲ କପିଲ ସିବଲ ସୁପ୍ରିମକୋର୍ଟ ବାର ଆସୋସିଏସନର ସଭାପତି ଭାବରେ ନିର୍ବାଚିତ ହୋଇଛନ୍ତି। ଗୁରୁବାର (୧୬ ମେ’) ରେ ଅନୁଷ୍ଠିତ ନିର୍ବାଚନରେ କପିଲ...

ସୋସିଆଲ ମିଡିଆରେ କଂଗ୍ରେସ ହିଟ! କଂଗ୍ରେସର ମନିଫେଷ୍ଟୋକୁ ୮୮ ଲକ୍ଷଥର କରାଯାଇଛି ଡାଉନଲୋଡ

ନୂଆଦିଲ୍ଲୀ,୧୬।୫: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଅଭିଯାନ କେବଳ ମଇଦାନରେ କରାଯାଉନାହିଁ, ସୋସିଆଲ ମିଡିଆ ମଧ୍ୟ ଏହାର ପ୍ରଚାର ପାଇଁ ଏକ ପ୍ରମୁଖ ମାଧ୍ୟମ...

ଗୋଟିଏ ମଞ୍ଚରେ ଏକାଠି ନଜର ଆସିବେ ମୋଦି-ରାଜ ଠାକରେ

ମୁମ୍ବାଇ,୧୬।୫: ଭାଜପା ଏହାର ସହଯୋଗୀ ତଥା ମହାରାଷ୍ଟ୍ର ନବନିର୍ମାଣ ସେନାଙ୍କ ସହ ମହାରାଷ୍ଟ୍ରର ଅବଶିଷ୍ଟ ୧୩ ଟି ସିଟ ଉପରେ ବାଜି ଲଗାଇବାକୁ ପ୍ରସ୍ତୁତ ହେଉଛି।...

କୋଭିଶିଲ୍ଡ ଟିକାର ମାରାତ୍ମକ ରକ୍ତଜମାଟ ପ୍ରତିକ୍ରିୟା ଭିଆଇଟିଟି

ନୂଆଦିଲ୍ଲୀ,୧୬ା୫ : ଆଷ୍ଟ୍ରାଜେନିକା କମ୍ପାନୀ ଏହାର କୋଭିଶିଲ୍ଡ ଟିକାକୁ ସାରା ବିଶ୍ୱରୁ ପ୍ରତ୍ୟାହାର କରିନେବାର ସପ୍ତାହେ ପରେ ଏହାର ଅନ୍ୟ ଏକ ମାରାତ୍ମକ ପାର୍ଶ୍ୱ ପ୍ରତିକ୍ରିୟା...

କାଳବୈଶାଖୀ ନେଲା ୧୧ ଜୀବନ

କୋଲକାତା,୧୬।୫: ଗୁରୁବାର ପଶ୍ଚିମବଙ୍ଗର ମାଲଦାଠାରେ ପ୍ରକୃତି ତାଣ୍ଡବ ରଚିଛି। ବାତ୍ୟା ପରେ ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟିଥିବାର ସୂଚନା ମିଳିଛି ଯେଉଁଥିରେ ଏପର୍ଯ୍ୟନ୍ତ ୧୧ ଜଣଙ୍କର...

ଏନଡିଏରେ ସାମିଲ ହେଲେ ଦାଗି ନେତାଙ୍କ ପ୍ରତି ସଫ୍ଟ ହୋଇ ଯାଉଛି କେନ୍ଦ୍ରୀୟ ଏଜେନ୍ସି? ଜବାବ ରଖିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୬।୫: ଲୋକ ସଭା ନିର୍ବାଚନ ପାଇଁ ଚାରୋଟି ପର୍ଯ୍ୟାୟ ଭୋଟ ଗ୍ରହଣ କରାଯାଇଛି। ୪୦୦ ଟି ଆସନ ଲକ୍ଷ୍ୟ ହାସଲ କରିବା ପାଇଁ ଭାରତୀୟ ଜନତା...

ଆରମ୍ଭ ହେଲା ହୋମ ଭୋଟିଂ, ୧୦୨୨ ଭୋଟର ଘରେ ଭୋଟ ଦେବାକୁ ବାଛିଲେ ବିକଳ୍ପ

ନୂଆଦିଲ୍ଲୀ,୧୬।୫: ମେ ୨୫ରେ ଲୋକ ସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟରେ ଗୁରୁଗ୍ରାମ ଲୋକ ସଭା ଆସନରେ ମତଦାନ ଅନୁଷ୍ଠିତ ହେବ। ଏଭଳି ପରିସ୍ଥିତିରେ ଗୁରୁଗ୍ରାମର କୌଣସି...

ପୋଲିସକୁ ବୟାନ ଦେଲେ ଶ୍ୱାତି ମାଲିଓ୍ବାଲ, କହିଲେ ସମ୍ପୂର୍ଣ୍ଣ ଘଟଣାକ୍ରମ

ନୂଆଦିଲ୍ଲୀ,୧୬।୫: ଦୀର୍ଘ ସମୟର ଅପେକ୍ଷା କରିବା ପରେ ରାଜ୍ୟ ସଭା ଏମପି ଶ୍ୱାତି ମାଲିୱାଲ ଶେଷରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଘର ନିକଟରେ ତାଙ୍କ ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri