Odisha Elections 2024

ଭାଜପାର ସଂକଳ୍ପ ପତ୍ରରୁ ଓଡ଼ିଶାକୁ କ’ଣ ମିଳିବ ଲାଭ: ମନମୋହନ ଦେଲେ ଜବାବ

ଭୁବନେଶ୍ୱର, ୧୬।୪(ସୁନିତ୍‌ ମିଶ୍ର):୨୦୧୪ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାଜପା କ୍ଷମତାକୁ ଆସିବା ପରେ ଦେଶବାସୀଙ୍କୁ ଦିଆଯାଇଥିବା ଅଧିକାଂଶ ପ୍ରତିଶ୍ରୁତି ପୂରଣ କରାଯାଇଛି। ଏହାପରେ ୨୦୧୯ ସାଧାରଣ ନିର୍ବାଚନରେ ମଧ୍ୟ ଦିଆଯାଇଥିବା ସମସ୍ତ ପ୍ରତିଶ୍ରୁତିକୁ ପାଳନ କରାଯାଇଛି। ଏହି ଦୁଇଟି ନିର୍ବାଚନରେ ୯୫% ସଫଳତା ସହିତ ସମୁଦାୟ ୨୩୫ଟି ପ୍ରତିଶ୍ରୁତି ମଧ୍ୟରୁ ୨୨୨ଟି ପ୍ରତିଶ୍ରୁତିକୁ ମୋଦି ପାଳନ କରିଛନ୍ତି। ‘ରିଫର୍ମ-ପରଫର୍ମ- ଟ୍ରାନ୍ସଫର୍ମ’କୁ ମୂଳମନ୍ତ୍ର ଏବଂ ସବ୍‌କା ସାଥ୍‌, ସବ୍‌କା ବିକାଶ, ସବ୍‌କା ବିଶ୍ୱାସ, ସବ୍‌କା ପ୍ରୟାସକୁ ଆଧାର କରି ମୋଦି ସରକାର ‘ସୁରକ୍ଷିତ ଭାରତ ସମୃଦ୍ଧ ଭାରତ’ ଗଠନ ପାଇଁ ସଂକଳ୍ପ ନେଇଛନ୍ତି ା
ଗତ ୧୦ ବର୍ଷର ବିଶ୍ୱସନୀୟତା ଏବଂ ଆଗାମୀ ୫ ବର୍ଷରେ ଦେଶର ବିକାଶଯାତ୍ରାକୁ ତ୍ୱରାନ୍ବିତ କରି ବିକଶିତ ରାଷ୍ଟ୍ର ଭାବେ ଗଢ଼ିତୋଳିବା ଉଦ୍ଦେଶ୍ୟରେ ଭାଜପା ତରଫରୁ ‘ଭାଜପାର ସଂକଳ୍ପ ପତ୍ର-୨୦୨୪, ମୋଦିଙ୍କ ଗ୍ୟାରେଣ୍ଟି’ ପ୍ରକାଶ ପାଇଛି ା ଏହି ସଂକଳ୍ପ ପତ୍ର ତଥା ମୋଦି ଗ୍ୟାରେଣ୍ଟିରୁ ସର୍ବାଧିକ ଲାଭ ଓଡ଼ିଶା ପାଇବ। ସୋସିଆଲ, ଫିଜିକାଲ୍‌ ଓ ଡିଜିଟାଲ ଭିତ୍ତିଭୂମିକୁ ସୁଦୃଢ଼ କରାଯିବା ଲକ୍ଷ୍ୟରେ ଏହି ସଂକଳ୍ପ ପତ୍ର ‘ବିକଶିତ ଭାରତ ଗଠନ’ରେ ‘ବୁଷ୍ଟର’ ସଦୃଶ ହେବ ବୋଲି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ମନମୋହନ କହିଛନ୍ତି ଯେ, ଯାହାର କେହି ନାହିଁ, ତା’ ପାଖରେ ମୋଦି ଗ୍ୟାରେଣ୍ଟି ରହିଛି। ସମଗ୍ର ଦେଶରୁ ୧୫ ଲକ୍ଷରୁ ଊର୍ଦ୍ଧ୍ୱ ମତାମତ ସଂଗ୍ରହ କରାଯାଇ ପ୍ରସ୍ତୁତ ହୋଇଥିବା ବିଶେଷ ଭାବେ ଚାଷୀ, ଗରିବ, ମହିଳା ଓ ଯୁବବର୍ଗ ପାଇଁ ଉତ୍ସର୍ଗୀକୃତ ‘ଭାଜପାର ସଂକଳ୍ପ ପତ୍ର-୨୦୨୪, ମୋଦିଙ୍କ ଗ୍ୟାରେଣ୍ଟି’। ମୋଦିଙ୍କ ଗ୍ୟାରେଣ୍ଟି ଦ୍ୱାରା ଓଡ଼ିଶା ଭଳି ରାଜ୍ୟ ସର୍ବାଧିକ ଲାଭାନ୍ବିତ ହେବ ବୋଲି ମନମୋହନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ହିଂସା ହେବା ଆଶଙ୍କା ନେଇ କନ୍ଧମାଳରେ ୧୪୪ ଧାରା ଜାରି କଲା ପ୍ରଶାସନ

ଦାରିଙ୍ଗବାଡି,୧୬।୫: (ଅରୁଣ ସାହୁ): କନ୍ଧମାଳ ଜିଲାରେ କୌଣସି ନିର୍ବାଚନୀ ହିଂସା ହେବା ଆଶଙ୍କାରେ ଜିଲା ପ୍ରଶାସନ ପକ୍ଷରୁ ଧାରା ୧୪୪ ଜାରି କରାଯାଇଛି । ଏହି...

‘ରତ୍ନଭଣ୍ଡାର ଚାବି ଲୁଚାଇଛନ୍ତି ପାଣ୍ଡିଆନ, ୧୦ ଜୁନ୍‌ ପୂର୍ବରୁ ଚାବି ଫେରାନ୍ତୁ, ନ ହେଲେ…’

ଭୁବନେଶ୍ୱର,୧୬।୫: ପାଣ୍ଡିଆନଙ୍କ ନାଁରେ ଗୁରୁତର ଅଭିଯୋଗ ଆଣିଲେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ଜଟଣୀ ଛତାବରରେ ଭାଜପା ପରିବର୍ତ୍ତନ ସଭାରେ ହିମନ୍ତ ବିଶ୍ୱଶର୍ମାଙ୍କ ଏଭଳି ମନ୍ତବ୍ୟକୁ...

ପଦ୍ମ ଛାଡି ପୁଣି ଶଙ୍ଖ ଧରିଲେ ରାଜୁ ଦାସ

ଭୁବନେଶ୍ୱର,୧୬।୫: ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ଗୁରୁବାର ଭାଜପାରୁ ଇସ୍ତଫା ଦେବା ପରେ ପୁଣିଥରେ ବିଜେଡିରେ ସାମିଲ ହୋଇଛନ୍ତି। ରାଜୁ ଦାସ ତାଙ୍କ ଇସ୍ତଫା...

ଭାଜପାରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ

ଭୁବନେଶ୍ୱର,୧୬।୫: ଭାଜପାରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ। ସେ ତାଙ୍କ ଇସ୍ତଫା ପତ୍ର ଭାଜପା ରାଜ୍ୟ ସଭାପତିଙ୍କ ନିକଟକୁ ପଠାଇଛନ୍ତି। ଭାଜପା...

‘ଦେଶ ବଞ୍ଚାଇବାକୁ ହେଲେ କଂଗ୍ରେସକୁ କ୍ଷମତାକୁ ଆଣିବାକୁ ପଡ଼ିବ’

ଫୁଲବାଣୀ,୧୬।୫(ରାକେଶ କୁମାର ରାଉତ): ଦୀର୍ଘ ବର୍ଷ ହେଲା ଏଠି ଗୋଟିଏ ସରକାର ରହିଛି। ଯେଉଁ ଦଳ ଶାସନ କରୁଛି ତାହାକୁ ଭାଜପା ସୃଷ୍ଟି କରିଥିଲା। ଆଜି...

ଭୋଟରଙ୍କୁ ଏସବୁ ପ୍ରତିଶ୍ରୁତି ଦେଲେ ନଡ୍ଡା, କହିଲେ ଭାଜପା ସରକାର ଆସିଲେ…

ପଦ୍ମପୁର,୧୬ା୫(ପ୍ରଦୀପ୍ତ ଦାଶ): ସଶକ୍ତ ଭାରତ ସହିତ ସମୃଦ୍ଧ ଓଡ଼ିଶା ପାଇଁ ଡବଲ ଇଞ୍ଜିନ ସରକାର ଦରକାର ବୋଲି ଗୁରୁବାର ବରଗଡ଼ ଜିଲାର ପଦ୍ମପୁରରେ ବିଶାଳ ଜନସଭାରେ...

ଖାର୍ଗେଙ୍କ ଭାଷଣ ବେଳେ ପଶି ଆସିଲା ଅନ୍ୟ ଦଳର ପ୍ରଚାର ଗାଡ଼ି, ଆଉ ତା’ପରେ…

ଭୁବନେଶ୍ୱର,୧୬।୫: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁରୁବାର ଓଡ଼ିଶା ଗସ୍ତରେ ଆସି ଫୁଲବାଣୀର ଏକ ସଭାରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଉଛନ୍ତି। ଏହି ସମୟରେ ଅନ୍ୟ ଦଳର...

+୯୨ ନମ୍ବରରୁ କଲ୍‌ ଆସିଲେ ହୋଇଯାଆନ୍ତୁ ସାବଧାନ, ନଚେତ୍‌…

ଭୁବନେଶ୍ୱର,୧୬।୫: +୯୨ ନମ୍ବରରୁ କଲ୍‌ ଆସିଲେ ହୋଇଯାଆନ୍ତୁ ସାବଧାନ। ନଚେତ୍‌ ବଡ଼ ଠକେଇର ଶିକାର ହୋଇପାରନ୍ତି। ଏନେଇ କମିଶନରେଟ ପୋଲିସ ପକ୍ଷରୁ ଏକ ସତର୍କ ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri