ମଉଳୁଛି ଶସ୍ତା ଇଏମ୍‌ଆଇ ଆଶା

ଭୁବନେଶ୍ୱର,୧୬।୪(ଅନୁରାଧା ମହାରଣା): ମହଙ୍ଗା ଇଏମ୍‌ଆଇରୁ ରକ୍ଷା ପାଇବାକୁ ଆଶା ବାନ୍ଧିଥିବା ଲୋକମାନେ ଚଳିତବର୍ଷର ଦ୍ୱିତୀୟାର୍ଦ୍ଧରେ ଏଥିରୁ ମୁକ୍ତି ପାଇବାକୁ ଆଶା କରୁଥିଲେ। ମାତ୍ର ମାର୍ଚ୍ଚ ମାସରେ ଆମେରିକାରେ ମୁଦ୍ରାସ୍ଫୀତି ହାର ବୃଦ୍ଧି ଏବଂ ଇସ୍ରାଏଲ ଉପରେ ଇରାନର ଆକ୍ରମଣ ପରେ ଶସ୍ତା ଇଏମ୍‌ଆଇର ଆଶା ମଉଳିବାରେ ଲାଗିଛି। ଗତ ଏପ୍ରିଲ ୧୨ରେ ପରିସଂଖ୍ୟାନ ମନ୍ତ୍ରଣାଳୟ ତଥ୍ୟ ପ୍ରକାଶ କରି କହିଛି ଯେ, ମାର୍ଚ୍ଚରେ ଖୁଚୁରା ମୁଦ୍ରାସ୍ଫୀତି ହାର ୫%ରୁ ୪.୮୫%କୁ ଖସି ଆସିଛି ଏବଂ ଏହା ଆରବିଆଇର ଟଲେରାନ୍ସ ବ୍ୟାଣ୍ଡର ନିକଟତର ହୋଇଛି। ଖୁଚୁରା ମୁଦ୍ରାସ୍ଫୀତି ହ୍ରାସ ପାଇଥିଲେ ମଧ୍ୟ ଖାଦ୍ୟ ମୁଦ୍ରାସ୍ଫୀତି ହାର ୮.୫୨%ରେ ରହିଛି ଏବଂ ଡାଲି ଦର ସାଧାରଣ ଲୋକଙ୍କୁ ଅଧିକ ଚିନ୍ତାରେ ପକାଉଛି। ବିଶ୍ୱ ତିକ୍ତତା କାରଣରୁ ଅଶୋଧିତ ତୈଳ ବ୍ୟାରେଲ ପିଛା ୯୦ ଡଲାର ଅତିକ୍ରମ କରିଛି। ଡ୍ରୋନ ଏବଂ କ୍ଷେପଣାସ୍ତ୍ର ସହିତ ଇସ୍ରାଏଲ ଉପରେ ଇରାନର ଆକ୍ରମଣ ପରେ ଅଶୋଧିତ ତୈଳର ମୂଲ୍ୟ ବ୍ୟାରେଲ ପିଛା ୧୦୦ ଡଲାରକୁ ଯାଇପାରେ ବୋଲି ଆଶଙ୍କା କରାଯାଉଛି। ବର୍ତ୍ତମାନ ଲୋକ ସଭା ନିର୍ବାଚନ ହେତୁ ଆସନ୍ତା ଦୁଇମାସ ପାଇଁ ଅଶୋଧିତ ତୈଳଦର ବୃଦ୍ଧି ପରେ ମଧ୍ୟ ପେଟ୍ରୋଲ ଏବଂ ଡିଜେଲର ଖୁଚୁରା ମୂଲ୍ୟ ବୃଦ୍ଧି ହୋଇ ନ ପାରେ, ମାତ୍ର ନିର୍ବାଚନ ସମାପ୍ତ ହେବା ପରେ ପେଟ୍ରୋଲିୟମ କମ୍ପାନୀଗୁଡ଼ିକ ସରକାରଙ୍କ ଉପରେ ଚାପ ପକାଇପାରନ୍ତି ବୋଲି ଆଶଙ୍କା କରାଯାଉଛି। ନିକଟରେ ମୁଦ୍ରା ନୀତି ଘୋଷଣା କରିବାବେଳେ ଆରବିଆଇ ଗଭର୍ନର ଶକ୍ତିକାନ୍ତ ଦାସ ମୁଦ୍ରାସ୍ଫୀତି ସମ୍ପର୍କରେ କହିଥିଲେ ଯେ, ଖାଦ୍ୟ ସାମଗ୍ରୀର ମୂଲ୍ୟରେ ଅନିଶ୍ଚିତତା ହେତୁ ମୁଦ୍ରାସ୍ଫୀତି ବୃଦ୍ଧି ପାଇଁ ଚାପ ରହିବ। କେତେକ ପନିପରିବା ଏବଂ ଡାଲିର ବର୍ଦ୍ଧିତ ମୂଲ୍ୟ ଉପରେ ନଜର ରଖିବାକୁ ସେ ଗୁରୁତ୍ୱାରୋପ କରିଥିଲେ। ସାଧାରଣ ତାପମାତ୍ରାଠାରୁ ଅଧିକ ଏବଂ ପାଗରେ ପରିବର୍ତ୍ତନ ହେତୁ ଘରୋଇ ତଥା ଅନ୍ତର୍ଜାତୀୟ ଖାଦ୍ୟ ମୂଲ୍ୟ ବୃଦ୍ଧି ହେବାର ଆଶଙ୍କା ସମ୍ପର୍କରେ ସେ ଚେତାବନୀ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

ମହିଳାଙ୍କ ବିଷୟରେ ଆପତ୍ତିଜନକ ମନ୍ତବ୍ୟ ଦେଲେ ଅନିରୁଦ୍ଧାଚାର୍ଯ୍ୟ, ମାମଲା ରୁଜୁ

ନୂଆଦିଲ୍ଲୀ,୧୦।୧୨: ଆଧ୍ୟାତ୍ମିକ ଗୁରୁ ଅନିରୁଦ୍ଧାଚାର୍ଯ୍ୟ ମହିଳାମାନଙ୍କ ବିଷୟରେ ଦେଇଥିବା କିଛି ଆପତ୍ତିଜନକ ମନ୍ତବ୍ୟକୁ ନେଇ ବିବାଦ ଘେରକୁ ଆସିଛନ୍ତି। ଏହି ମାମଲାରେ ମୁଖ୍ୟ ନ୍ୟାୟିକ ମାଜିଷ୍ଟ୍ରେଟ୍...

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ

ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି।...

ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଗଠନ ହେଲା ଟିମ୍‌

ନୂଆଦିଲ୍ଲୀ,୧୦ା୧୨: ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଏକ ଟିମ୍‌ ଗଠନ କରାଯାଇଛି। ବିମାନ ଚଳାଚଳ ନିୟାମକ ଡିରେକ୍ଟୋରେଟ ଜେନେରାଲ ଅଫ୍‌ ସିଭିଲ ଏଭିଏସନ (DGCA) ବୁଧବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri