କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବିଫଳତା ସମସ୍ତେ ଜାଣିଛନ୍ତି: ବିଜେଡି

ଭୁବନେଶ୍ୱର,୧୬ା୪(ଅନିଲ ଦାସ):କେନ୍ଦ୍ରମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ବିଫଳତାକୁ ସମସ୍ତେ ଜାଣିଛନ୍ତି। ଢେଙ୍କାନାଳ, ଅନୁଗୋଳ ଓ ଦେବଗଡ଼ ଜିଲାରେ ସେ ଗୋଟିଏ ଜାତୀୟ ଦକ୍ଷତା ବିକାଶ କେନ୍ଦ୍ର ପ୍ରତିଷ୍ଠା କରିନାହାନ୍ତି । କେନ୍ଦ୍ରମନ୍ତ୍ରୀଙ୍କ ସୋସିଆଲ ମିଡିଆ ପୋଷ୍ଟ ଉପରେ ମତ ରଖି ବିଜେଡି ରାଷ୍ଟ୍ରୀୟ ମୁଖପାତ୍ର ସସ୍ମିତ ପାତ୍ର ଏହା କହିଛନ୍ତି।
ସେ କହିଛନ୍ତି, ଢେଙ୍କାନାଳ ଓ ସମ୍ବଲପୁରବାସୀ ବାରମ୍ବାର ୫୫ ନମ୍ବର ଜାତୀୟ ରାଜପଥ ପ୍ରସଙ୍ଗ ଉଠାଇ ଆସୁଛନ୍ତି। ଏଥିସହିତ ଏହି ସଡ଼କର ଅବସ୍ଥା ଅତ୍ୟନ୍ତ ବିପଜ୍ଜନକ ଥିବାରୁ କିଭଳି ଶହ ଶହ ମୂଲ୍ୟବାନ ଜୀବନ ଯାଉଛି ତାହା ଦର୍ଶାଇ ଆସୁଛନ୍ତି ।
ହେଲେ କେନ୍ଦ୍ରମନ୍ତ୍ରୀ ବାରମ୍ବାର ଏହି ସମସ୍ୟାର ସମାଧାନ କରିବାକୁ କିମ୍ବା ଏହି ପ୍ରସଙ୍ଗରେ କହିବାକୁ ମନା କରି ଦେଇଛନ୍ତି । ଏବେ ସେ ସମ୍ବଲପୁରରୁ ନିର୍ବାଚନ ଲଢୁଥିବା ବେଳେ ଏଭଳି ଦୁର୍ଘଟଣାରେ ନିଜ ପ୍ରିୟଜନଙ୍କୁ ହରାଇଥିବା ପରିବାରକୁ କିଭଳି ସାମ୍ନା କରିବେ ବୋଲି ସସ୍ମିତ ପ୍ରଶ୍ନ କରିଛନ୍ତି । କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଢେଙ୍କାନାଳ, ସମ୍ବଲପୁର, ଅନୁଗୋଳ ଓ ଦେବଗଡ଼ ଜିଲାରେ ଗୋଟିଏ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା କରିନାହାନ୍ତି । ଏପରି କି ନିଜ ଗାଁରେ ଗୋଟିଏ ସ୍ମାର୍ଟ କ୍ଲାସ୍‌ରୁମ୍‌ ମଧ୍ୟ ନିର୍ମାଣ କରି ନାହାନ୍ତି। ସେଥିପାଇଁ ଗତ ପଞ୍ଚାୟତ ନିର୍ବାଚନରେ ତାଙ୍କ ନିଜ ଗାଁରେ ଭାଜପା ପରାଜିତ ହୋଇଥିଲା। ଅପରପକ୍ଷରେ ବିଜେଡି ସରକାର ସ୍ମାର୍ଟ କ୍ଲାସରୁମ୍‌, ଡିଜିଟାଲ୍‌ ଲାଇବ୍ରେରୀ ଏବଂ ଅତ୍ୟାଧୁନିକ ଭିତ୍ତିଭୂମି ମାଧ୍ୟମରେ ହାଇସ୍କୁଲ ଶିକ୍ଷାକୁ ୫-ଟି କାର୍ଯ୍ୟକ୍ରମ ମାଧ୍ୟମରେ ରୂପାନ୍ତରଣ କରିଛନ୍ତି। ସେ ସବୁ ରୂପାନ୍ତରଣ ତାଙ୍କୁ ଦେଖାଯାଉ ନାହିଁ । ୫-ଟି ଅଭିଯାନରେ ‘ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌ ମିଶନ’ ଅଧୀନରେ ଓଡ଼ିଶାକୁ ‘ଆୱାର୍ଡ ଅଫ୍‌ ଏକ୍ସଲେନ୍ସ’ ପୁରସ୍କାର ପ୍ରଦାନ କରାଯାଇଥିବାରୁ ଧର୍ମେନ୍ଦ୍ର ପ୍ରକୃତରେ ଦୁଃଖିତ ବୋଲି ସସ୍ମିତ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri