Posted inଜାତୀୟ

ଭାଜପା କ୍ଷମତାକୁ ଆସିଲେ ସତରେ କ’ଣ ବଦଳିଯିବ ସମ୍ବିଧାନ: ଜାଣନ୍ତୁ ଏନେଇ କ’ଣ କହିଲେ ମୋଦି

ନୂଆଦିଲ୍ଲୀ, ୧୬।୪:୨୦୪୭ ସୁଦ୍ଧା ଭାରତକୁ ବିଶ୍ୱର ତୃତୀୟ ସର୍ବବୃହତ ଅର୍ଥନୀତିରେ ପରିଣତ କରିବା ଦିଗରେ କେନ୍ଦ୍ରର ଭାଜପା ସରକାର କାର୍ଯ୍ୟ କରିଚାଲିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଏକ ସାକ୍ଷାତ୍‌କାରରେ କହିଛନ୍ତି। ଆଗାମୀ ୫ ବର୍ଷରେ ଭାରତର ଅର୍ଥନୀତି ୫ ଟ୍ରିଲିୟନ ଡଲାରରେ ପହଞ୍ଚିବ ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ତେବେ କେନ୍ଦ୍ରରେ ଭାଜପା ତୃତୀୟ ଥର ପାଇଁ କ୍ଷମତାକୁ ଆସିଲେ ସମ୍ବିଧାନ ବଦଳାଇବାକୁ ଚେଷ୍ଟା କରିବ ବୋଲି ବିରୋଧୀ ଅପ ପ୍ରଚାର କରୁଥିବା ମୋଦି କହିଛନ୍ତି। ମୋଦି ସରକାରଙ୍କ ନିକଟରେ ନିଶ୍ଚିତ ଭାବେ ଦେଶବାସୀଙ୍କ ପାଇଁ ବଡ଼ ଯୋଜନା ରହିଛି, ତେବେ ଏଥିରେ କାହାରିକୁ ଡରିବାର ଆବଶ୍ୟକତା ନ ଥିବା ପ୍ରଧାନମନ୍ତ୍ରୀ କହିଛନ୍ତି। କେନ୍ଦ୍ର ଭାଜପା ସରକାର ଦେଶର ବିକାଶ ପାଇଁ ଠିକ୍‌ ସମୟରେ ଉଚିତ ନିଷ୍ପତ୍ତି ନେବେ ବୋଲି ସେ କହିଛନ୍ତି। ‘୨୦୪୭ ବିକଶିତ ଭାରତ’ ଦିଗରେ ଗତ ୨ ବର୍ଷ ହେଲା କେନ୍ଦ୍ର ସରକାର କାର୍ଯ୍ୟ କରୁଛନ୍ତି। ଆଗାମୀ ୨୩ ବର୍ଷ ମଧ୍ୟରେ ଭାରତକୁ କିପରି ଭାବେ ଦେଖିବାକୁ ଚାହୁଁଛନ୍ତି, ସେନେଇ ୧୫ ଲକ୍ଷ ଦେଶବାସୀ ବିଭିନ୍ନ ପ୍ରସ୍ତାବ ଦେଇଥିବା ମୋଦି କହିଛନ୍ତି। ସେହିପରି ଅଧିକାଂଶ ରାଜ୍ୟରେ ବିଧାନସଭା ନିର୍ବାଚନ ଅଲଗା ଅଲଗା ସମୟରେ ହେଉଥିବାରୁ ବିକାଶ ବାଧାପ୍ରାପ୍ତ ହେଉଛି। ସେଥିପାଇଁ ‘ଗୋଟିଏ ଦେଶ ଏକ ନିର୍ବାଚନ’କୁ ଆପଣାଇବାର ଆବଶ୍ୟକତା ରହିଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଚଳିତ ଲୋକ ସଭା ନିର୍ବାଚନରେ ମତଦାତାଙ୍କ ନିକଟରେ ୨ଟି ବିକଳ୍ପ ରହିଛି। କଂଗ୍ରେସର ବିଫଳ ମଡେଲ ସହ କେନ୍ଦ୍ର ଭାଜପା ସରକାରଙ୍କ ୧୦ ବର୍ଷର ବିକାଶ ମଡେଲ ସହ ତୁଳନା କରି ଲୋକେ ଭୋଟ ଦେବେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri