Odisha Elections 2024
Posted inଖେଳ

ପୁଣି ପାକିସ୍ତାନ କ୍ରିକେଟ୍‌ ବୋର୍ଡର ଖୋଲିଲା ପୋଲ୍‌

ଇସଲାମାବାଦ୍‌,୧୬।୪: ପାକିସ୍ତାନ କ୍ରିକେଟ୍‌ ବୋର୍ଡର ପୋଲ୍‌ ଖୋଲିଯାଇଛି। ପାକିସ୍ତାନ କ୍ରିକେଟ ବୋର୍ଡ ଏପର୍ଯ୍ୟନ୍ତ ଦଳର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିବା ମହମ୍ମଦ ହାଫିଜଙ୍କୁ ଟଙ୍କା ଦେଇନାହାଁନ୍ତି। ହାଫିଜ ୧୫ ନଭେମ୍ବର ୨୦୨୩ରେ ପାକିସ୍ତାନ କ୍ରିକେଟ ଦଳର ନିର୍ଦ୍ଦେଶକ ହୋଇଥିଲେ। ତାଙ୍କର କାର୍ଯ୍ୟକାଳ ୧୫ ଫେବୃଆରୀ ୨୦୨୪ରେ ଶେଷ ହୋଇଥିଲା। କିନ୍ତୁ ଏପର୍ଯ୍ୟନ୍ତ ଟଙ୍କା ପ୍ରଦାନ କରାଯାଇ ନାହିଁ। ଏହା ବ୍ୟତୀତ ଗତ ବର୍ଷ ବିଭିନ୍ନ ଜାତୀୟ ସ୍ତରୀୟ ଟୁର୍ନାମେଣ୍ଟରେ ଖେଳିଥିବା ପାକିସ୍ତାନୀ କ୍ରିକେଟରମାନେ ଟଙ୍କା ପାଇନାହାଁନ୍ତି।
ହାଫିଜଙ୍କୁ ଦେୟ ପ୍ରଦାନ ପାଇଁ କାଗଜପତ୍ର ସମାପ୍ତ ହୋଇଛି, କିନ୍ତୁ ସଂପୃକ୍ତ ଅଧିକାରୀଙ୍କ ଅନୁମୋଦନକୁ ଅପେକ୍ଷା କରାଯାଇଛି, ଯାହା ପରେ ମହମ୍ମଦ ହାଫିଜଙ୍କୁ ଏହି ଟଙ୍କା ପ୍ରଦାନ କରାଯାଇପାରିବ। ଫେବୃଆରୀ ୬ରେ, ପାକିସ୍ତାନ କ୍ରିକେଟ ବୋର୍ଡ ମହମ୍ମଦ ହାଫିଜଙ୍କୁ ଦଳର ନିର୍ଦ୍ଦେଶକ ପଦରୁ ହଟାଇବାକୁ ନିଷ୍ପତ୍ତି ନେଇଥିଲା।
ପାକିସ୍ତାନ କ୍ରିକେଟରେ କ୍ରମାଗତ ଅଶାନ୍ତିର ସମୟ ଚାଲିଛି। ନିକଟରେ ଦିନିକିଆ ବିଶ୍ୱକପରେ ଲଜ୍ଜାଜନକ ପ୍ରଦର୍ଶନ ପରେ ବାବର ଆଜମଙ୍କୁ ଅଧିନାୟକ ପଦରୁ ହଟାଇ ଦିଆଯାଇଥିଲା। ବାବର ଆଜମଙ୍କ ସ୍ଥାନରେ ଶାହିନ ଆଫ୍ରିଦିଙ୍କୁ ନୂତନ ଅଧିନାୟକ କରାଯାଇଥିଲା, କିନ୍ତୁ ଏହା ପରେ ବାବର ଆଜାମଙ୍କୁ ଅଧିନାୟକ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୪୦୦ ମିଟରରେ ଦୀପ୍ତିଙ୍କ ବିଶ୍ୱରେକର୍ଡ

କୋବ୍‌ (ଜାପାନ), ୨୧ା୫ (ପି.ଟି.): ଭାରତର ଦୀପ୍ତି ଜୀବନଜୀ ଏଠାରେ ଚାଲିଥିବା ବିଶ୍ୱ ପାରା ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ ମହିଳା ୪୦୦ମିଟର ଟି୨୦ କାଟେଗୋରିରେ ବିଶ୍ୱ ରେକର୍ଡ...

୧୫ତମ ଷ୍ଟେଜ୍‌ରେ ପୋଗାକାର ବିଜୟୀ

ରୋମ୍‌, ୨୧।୫: ଟାଡେଜ ପୋଗାକାର (ସ୍ଲୋଭାକିଆ/ ୟୁଏଇ ଟିମ୍‌ ଏମିରେଟ୍ସ) ଗିରୋ ଡି’ ଇଟାଲିଆ ସାଇକେଲ ରେସ୍‌ର ୧୫ତମ ଷ୍ଟେଜ୍‌ ଜିତିଛନ୍ତି। ସେ ୬ ଘଣ୍ଟା...

ଟିକେଟ୍‌ ବିକ୍ରି ବୃଦ୍ଧି ପାଇଁ କ୍ୟାମ୍ପେନ୍‌

ପ୍ୟାରିସ୍‌,୨୧ା୫(ପି.ଟି): ପ୍ୟାରିସ୍‌ ପାରାଲିମ୍ପିକ୍ସକୁ ଆଉ ୧୦୦ ଦିନ ବାକି ରହିଛି। ଅଗଷ୍ଟ ୨୮ରୁ ସେପ୍ଟେମ୍ବର ୮ ତାରିଖ ଯାଏ ଏହି ମେଗା ଇଭେଣ୍ଟ ଅନୁଷ୍ଠିତ ହେବ।...

ପାରାମାଉଣ୍ଟ ‘ଏ’ ଫାଇନାଲରେ

ଭୁବନେଶ୍ୱର, ୨୧ା୫ (ବିଜୟ ରଣା): ସ୍ଥାନୀୟ ପାରାମାଉଣ୍ଟ ସ୍ପୋର୍ଟିଙ୍ଗ୍ସ ଆନୁକୂଲ୍ୟରେ ଅରବିନ୍ଦମେମୋରିଆଲ ପାରାମାଉଣ୍ଟ କପ୍‌ କ୍ରିକେଟ ଟୁର୍ନାମେଣ୍ଟରେ ପ୍ରଥମ ଦଳ ଭାବେ ଫାଇନାଲରେ ପ୍ରବେଶ କରିଛି...

ନର୍ଥଇଷ୍ଟରେ ୬ ଇନ୍‌ଡୋର କ୍ରିକେଟ ଏକାଡେମୀ

ନୂଆଦିଲ୍ଳୀ,୨୧ା୫(ପି.ଟି): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ପକ୍ଷରୁ ନର୍ଥ ଇଷ୍ଟ ରାଜ୍ୟଗୁଡିକରେ ୬ଟି ଇନ୍‌ଡୋର କ୍ରିକେଟ ଏକାଡେମୀ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏହି...

ଆଇପିଏଲ ଫାଇନାଲ ମ୍ୟାଚ ପାଇଁ ଟିକେଟ୍‌ ବିକ୍ରି ଆରମ୍ଭ: ଜାଣନ୍ତୁ ସବୁଠାରୁ ଶସ୍ତା ଟିକେଟ୍‌ର ଦାମ୍‌…

ନୂଆଦିଲ୍ଲୀ,୨୦।୫: ଆଇପିଏଲ ୨୦୨୪ର ପ୍ଲେ ଅଫ ପର୍ଯ୍ୟାୟ ୨୧ ମେ’ରୁ ଆରମ୍ଭ ହେଉଛି। ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ୍‌ ), କୋଲକାତା ନାଇଟ ରାଇଡର୍ସ (କେକେଆର୍‌), ରାଜସ୍ଥାନ ରୟାଲ୍ସ...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସାମିଲ ହୋଇପାରନ୍ତି ଏହି ବିସ୍ଫୋରକ ବ୍ୟାଟର, ଜାଣନ୍ତୁ ଆଇପିଏଲ୍‌ର ଏହି ଦଳରେ ଖେଳନ୍ତି…

ନୂଆଦିଲ୍ଲୀ,୨୦ା୫: ଆସନ୍ତା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ବିସ୍ଫୋରକ ବ୍ୟାଟର ଜେମ୍‌ ଫ୍ରେଜର ମ୍ୟାକ୍‌ଗ୍ରୁପ୍‌ ଓ ମାଥ୍ୟୁ ଶର୍ଟ ଅଷ୍ଟ୍ରେଲିଆର ଟ୍ରାମେଲିଂ ରିଜର୍ଭ ଖେଳାଳି ହୋଇ...

କ୍ୱାଲିଫାୟର ମ୍ୟାଚ ନ ଖେଳି ଏହିଭଳି ଭାବେ ଫାଇନାଲରେ ପ୍ରବେଶ କରିବ କେକେଆର, ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୦।୫: ଆଇପିଏଲ ୨୦୨୪ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଲିଗ ପର୍ଯ୍ୟାୟର ସମସ୍ତ ୭୦ଟି ମ୍ୟାଚ ଖେଳାଯାଇସାରିଛି। ବର୍ତ୍ତମାନ ପ୍ଲେ ଅଫ୍‌ ମଙ୍ଗଳବାର ମେ ୨୧ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri