Posted inଜାତୀୟ

‘ମୁଁ କେଜରିଓ୍ବାଲ, ଆତଙ୍କବାଦୀ ନୁହେଁ’ ତିହାରରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ନୂଆଦିଲ୍ଲୀ,୧୬।୪: ଗୋଟିଏ ପଟେ ଲୋକ ସଭା ନିର୍ବାଚନ ମୁଣ୍ଡ ଉପରେ ଥିବାବେଳେ ଅନ୍ୟପଟେ ଆମ ଆଦମୀ ପାର୍ଟି ଅବକାରୀ ଦୁର୍ନୀତିରେ ଛନ୍ଦି ହୋଇପଡିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ତିହାର ଜେଲରେ ବନ୍ଦୀ ଅଛନ୍ତି। ସବୁ ଚେଷ୍ଟା ସତ୍ତ୍ୱେ ତାଙ୍କୁ କୋର୍ଟରୁ ଜାମିନ ମିଳିନାହିଁି। ଏନେଇ ଆପ୍‌ ପୁଣି କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛି। ନିକଟରେ ହୋଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାକ୍ଷାତକାରକୁ କଡ଼ା ଭାବରେ ସମାଲୋଚନା କରିଛି ଆପ୍‌।

ଏହାରି ଭିତରେ ତିହାର ଜେଲରୁ କେଜରିଓ୍ବାଲ ଦିଲ୍ଲୀବାସୀଙ୍କୁ ଏକ ବାର୍ତ୍ତା ପଠାଇଛନ୍ତି। ସେ କହିଛନ୍ତି, ‘ମୁଁ ଅରବିନ୍ଦ କେଜରିୱାଲ। ଆତଙ୍କବାଦୀ ନୁହେଁ। ପ୍ରଧାନମନ୍ତ୍ରୀଜୀ ଆପଣଙ୍କୁ ଲାଜ ଲାଗୁ ନାହିଁ? ଆପଣ ଘୃଣାରେ ଏତେ ଅନ୍ଧ ହୋଇଯାଇଛନ୍ତି ଯେ, ମୋତେ ମୋ ପରିବାରକୁ ଦେଖା କରିବାକୁ ଦେଉ ନାହାନ୍ତି। ଆପଣ ଯେତେ ବଳ ପ୍ରୟୋଗ କଲେ ମଧ୍ୟ ମୁଁ ଭାଙ୍ଗିବି ନାହିଁ। ମୁଁ ଏ ଦେଶର ପୁଅ। ଲୋକମାନଙ୍କର ସେବକ ଭାବେ କାମ କରିବି।’

ଏକ ଖବରଦାତା ସମ୍ମିଳନୀ କରି କେଜରିୱାଲଙ୍କ ଚିଠିକୁ ଆପ ନେତା ସଞ୍ଜୟ ସିଂହ ପଢିଛନ୍ତି। ଏଥିସହ ସେ ଭାଜପା ଉପରେ ଜୋରଦାର ବର୍ଷିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ମନରେ କେଜରିୱାଲଙ୍କ ପ୍ରତି ଘୃଣା ଭାବନା ଭର୍ତ୍ତି ହୋଇ ରହିଛି। ଏଥିପାଇଁ ସେ ଏଭଳି ବ୍ୟବହାର କରୁଛନ୍ତି। ତାଙ୍କୁ ୨୪ ଘଣ୍ଟା ସିସିଟିଭି ସର୍ଭେଲାନ୍ସରେ ରଖାଯାଇ ନିର୍ଯାତନା ଦିଆଯାଇଛି ବୋଲି ଆପ ନେତା ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri