ଦଳରେ ଅଣଦେଖା! ବିଶେଶ୍ୱର ଟୁଡୁଙ୍କୁ ଟିକେଟ ଦେଇନି ଭାଜପା

ଭୁବନେଶ୍ବର,୧୬।୪: ରାଜ୍ୟରେ ଆଉ ୨୧ ବିଧାନସଭା ଆସନ ଲାଗି ଭାଜପା ପକ୍ଷରୁ ମଙ୍ଗଳବାର ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏଥିରେ ଦଳ ରାଉରକେଲାରୁ ବରିଷ୍ଠ ନେତା ଦିଲୀପ ରାୟଙ୍କୁ ଟିକେଟ ଦେଇଛି । ସେହିଭଳି ଜଗତସିଂହପୁରରୁ ଅମରେନ୍ଦ୍ର ଦାସ, ରଣପୁରରୁ ସୁରମା ପାଢୀ ପ୍ରମୁଖଙ୍କୁ ଟିକେଟ ମିଳିଛି। ତେବେ ଦଳ ମୟୂରଭଞ୍ଜ ଜିଲାରେ ସମସ୍ତ ୯ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିଥିବା ବେଳେ କେନ୍ଦ୍ରମନ୍ତ୍ରୀ ବିଶେଶ୍ବର ଟୁଡୁଙ୍କୁ ଟିକଟ ଦେଇନି ।

ଭାଜପା ପକ୍ଷରୁ ପ୍ରଥମ ପର୍ଯ୍ୟାୟରେ ୧୧୨ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିିଥିଲା । ଇତିମଧ୍ୟରେ ଦଳ ରାଜ୍ୟର ସମସ୍ତ ୨୧ ଲୋକସଭା ଆସନରେ ମଧ୍ୟ ପ୍ରାର୍ଥୀ ଘୋଷଣା କରିସାରିଛି। ହେଲେ ମୟୂରଭଞ୍ଜରୁ ଆଶାୟୀ ଥିବା ବିଶେଶ୍ବରଙ୍କୁ ଏମ୍‌ପି ଟିକଟ ମିଳିନି। ଏମ୍‌ପି ପ୍ରାର୍ଥୀ ଭାବେ ଟିକେଟ ନ ମିଳିବା ପରେ ଟୁଡୁଙ୍କୁ ବିଧାୟକ ପ୍ରାର୍ଥୀ କରାଯିବା ନେଇ ଚର୍ଚ୍ଚା ହେଉଥିଲା । ହେଲେ ଏଯାଏ ବିଧାନସଭା ଟିକେଟ ମଧ୍ୟ ମିଳିନାହିଁ ।

ଭାଜପା ଦୁଇଟି ପର୍ଯ୍ୟାୟରେ ମୋଟ ୧୪୭ ଆସନରୁ ୧୩୩ ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିବା ବେଳେ, ଆଉ ୧୪ ଆସନରେ ବାକି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ସୋନିଆଙ୍କୁ ନୋଟିସ ଜାରି, ନାଗରିକତା ବିନା ଭୋଟର ତାଲିକାରେ ନାମ ଉପରେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୯।୧୨: ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ସୋନିଆ ଗାନ୍ଧୀଙ୍କୁ ଭୋଟର ତାଲିକାରେ ଅନ୍ତର୍ଭୁକ୍ତ କରିବା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଭାରତୀୟ ନାଗରିକତା ନ...

ପୋଡ଼ାଜଳା ପରେ ଏମ୍‌ଭି-୨୬ ଗାଁ ଛାଡୁଛନ୍ତି ଲୋକେ

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ମୋର୍ଚ୍ଚା ସଭାପତି ଘୋଷଣା କଲା ଭାଜପା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୯।୧୨: ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ମଙ୍ଗଳବାର ବିଭିନ୍ନ ଜିଲା ପାଇଁ ମୋର୍ଚ୍ଚା ସଭାପତି, ଜିଲା ପ୍ରଭାରୀ ଏବଂ ଅନ୍ୟାନ୍ୟ ନାମ ଘୋଷଣା କରାଯାଇଛି। ଅଭିଳାଷ...

ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ: ଗର୍ଜନ ଶୁଣି…

ଅନୁଗୋଳ,୯।୧୨(ମାନସ ବିଶ୍ୱାଳ): ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ, ଅନୁଗୋଳ ରେଞ୍ଜ ପୁରୁଣା ଗଡ଼ ସେକ୍ସନ କରତପଟା ବିଟ ଅନ୍ତର୍ଗତ ଜଙ୍ଗଲରେ ଫାଶରେ ପଡିଛି କଲରାପତରିଆ...

ହାଡ଼ ଭଙ୍ଗା ଶୀତରେ ଥରୁଛି ଜି.ଉଦୟଗିରି: ତାପମାତ୍ରା ରହିଛି…

ଜି.ଉଦୟଗିରି ୯/୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠି ): ଜି ଉଦୟଗିରି ସମେତ ସାରା ରାଜ୍ୟରେ ଜାରି ରହିଛି ଶୀତର ଲହରୀ। ଏକ ସପ୍ତାହ...

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...

ଧାନ କିଣାବିକାରେ ଅଚଳାବସ୍ଥା: ଧାନବସ୍ତା ସହିତ ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ

ଅତାବିରା/ଗୋଡ଼ଭଗା,୯।୧୨(ଯୁଧିଷ୍ଠିର ମହାପାତ୍ର/ସୁରେଶ ଦାଶ)- ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ୧୨ଦିନରେ ପହଞ୍ଚିଛି। ହେଲେ...

ଶୋଇଥିଲେ ଘର ଲୋକ, ଫାଟିଲା ସିଲିଣ୍ଡର: ଆଉ ତା’ପରେ ଘଟିଲା…

ଦେବଗଡ,୯।୧୨(ଶଶାଙ୍କ ଶେଖର ଝାଙ୍କର)ଦେବଗଡ ଜିଲ୍ଲା ବାରକୋଟ ବ୍ଲକ ସଦର ରେ ଗ୍ୟାସ ସିଲିଣ୍ଡର ଫାଟି ବ୍ୟାପକ କ୍ଷୟକ୍ଷତି, ଅଳ୍ପକେ ବର୍ତ୍ତିଲେ ପରିବାର। ଦେବଗଡ ଜିଲା ବାରକୋଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri