Odisha Elections 2024

ଭିଡିଓ କଲ୍‌ରେ ଲୋକଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ, ନେଲେ ଏସବୁର ଅପ୍‌ଡେଟ୍‌…

ଭୁବନେଶ୍ବର,୧୬।୪ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭଏସ୍‌ କଲ୍‌ ପରେ ଏବେ ଭିଡିଓ କଲ୍‌ ଯୋଗେ ଲୋକଙ୍କ ସହ କଥା ହୋଇଛନ୍ତି। ମଙ୍ଗଳବାର ସେ ଭିଡିଓ କଲ୍‌ରେ ଲୋକମାନଙ୍କ ନିକଟରୁ ସେମାନଙ୍କ ଅଞ୍ଚଳରେ ହେଉଥିବା ଉନ୍ନୟନମୂଳକ କାମର ଅପଡେଟ ନେଇଛନ୍ତି। ପୁରୀ ଅଞ୍ଚଳର ସ୍ବର୍ଣ୍ଣଲତା ବିଶୋୟୀ, ସମ୍ବଲପୁରର ଆରତୀ ନାୟକ, ଖୋର୍ଦ୍ଧା ଅଞ୍ଚଳର ପ୍ରକାଶ ହାତୀଙ୍କ ସହ କଥା ହୋଇଛନ୍ତି ସେ। ନିର୍ବାଚନ ସମୟରେ ଲୋକଙ୍କ ପାଇଁ ହେଉଥିବା ବିକାଶମୂଳକ କାମ ଯେପରି ଅଧାରୁ ବନ୍ଦ ନ ହୁଏ ସେ ନେଇ ମୁଖ୍ୟମନ୍ତ୍ରୀ ଅପଡେଟ୍‌ ନେଇଛନ୍ତି। ଏହାର ଭିଡିଓକୁ ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଅପଲୋଡ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କରିଛନ୍ତି । ଭିଡିଓରେ ବିଭିନ୍ନ ରୂପାନ୍ତରଣ ପ୍ରକଳ୍ପ ନେଇ ଲୋକଙ୍କ ସହ ନବୀନ କଥାବାର୍ତ୍ତା କରୁଥିବାର ଦୃଶ୍ୟ ରହିଛି। ବିଭିନ୍ନ ଅଞ୍ଚଳରେ ଚାଲିଥିବା ସ୍କୁଲ ରୂପାନ୍ତରଣ, ମନ୍ଦିର, ବ୍ରିଜ ଆଦି ବିକାଶ ମୂଳକ କାମ କିଭଳି ଚାଲୁଛି ଓ ସରିଲାଣି କି ନାହିଁ ସେନେଇ ମତାମତ ନେଉଛନ୍ତି । ଏପରିକି ପିଲାମାନେ ଖୁସି ଅଛନ୍ତି କି ବୋଲି ବି ସେ ପଚାରି ବୁଝୁଛନ୍ତି । ଲୋକମାନେ ବି ନବୀନଙ୍କ ପ୍ରଶ୍ନର ଉତ୍ତର ଦେଇ ବେଶ ଖୁସି ନଜର ଆସୁଛନ୍ତି।

 

View this post on Instagram

 

A post shared by VK Pandian (@vkpandian.odisha)


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ହିଂସା ହେବା ଆଶଙ୍କା ନେଇ କନ୍ଧମାଳରେ ୧୪୪ ଧାରା ଜାରି କଲା ପ୍ରଶାସନ

ଦାରିଙ୍ଗବାଡି,୧୬।୫: (ଅରୁଣ ସାହୁ): କନ୍ଧମାଳ ଜିଲାରେ କୌଣସି ନିର୍ବାଚନୀ ହିଂସା ହେବା ଆଶଙ୍କାରେ ଜିଲା ପ୍ରଶାସନ ପକ୍ଷରୁ ଧାରା ୧୪୪ ଜାରି କରାଯାଇଛି । ଏହି...

‘ରତ୍ନଭଣ୍ଡାର ଚାବି ଲୁଚାଇଛନ୍ତି ପାଣ୍ଡିଆନ, ୧୦ ଜୁନ୍‌ ପୂର୍ବରୁ ଚାବି ଫେରାନ୍ତୁ, ନ ହେଲେ…’

ଭୁବନେଶ୍ୱର,୧୬।୫: ପାଣ୍ଡିଆନଙ୍କ ନାଁରେ ଗୁରୁତର ଅଭିଯୋଗ ଆଣିଲେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ଜଟଣୀ ଛତାବରରେ ଭାଜପା ପରିବର୍ତ୍ତନ ସଭାରେ ହିମନ୍ତ ବିଶ୍ୱଶର୍ମାଙ୍କ ଏଭଳି ମନ୍ତବ୍ୟକୁ...

ପଦ୍ମ ଛାଡି ପୁଣି ଶଙ୍ଖ ଧରିଲେ ରାଜୁ ଦାସ

ଭୁବନେଶ୍ୱର,୧୬।୫: ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ଗୁରୁବାର ଭାଜପାରୁ ଇସ୍ତଫା ଦେବା ପରେ ପୁଣିଥରେ ବିଜେଡିରେ ସାମିଲ ହୋଇଛନ୍ତି। ରାଜୁ ଦାସ ତାଙ୍କ ଇସ୍ତଫା...

ଭାଜପାରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ

ଭୁବନେଶ୍ୱର,୧୬।୫: ଭାଜପାରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ। ସେ ତାଙ୍କ ଇସ୍ତଫା ପତ୍ର ଭାଜପା ରାଜ୍ୟ ସଭାପତିଙ୍କ ନିକଟକୁ ପଠାଇଛନ୍ତି। ଭାଜପା...

‘ଦେଶ ବଞ୍ଚାଇବାକୁ ହେଲେ କଂଗ୍ରେସକୁ କ୍ଷମତାକୁ ଆଣିବାକୁ ପଡ଼ିବ’

ଫୁଲବାଣୀ,୧୬।୫(ରାକେଶ କୁମାର ରାଉତ): ଦୀର୍ଘ ବର୍ଷ ହେଲା ଏଠି ଗୋଟିଏ ସରକାର ରହିଛି। ଯେଉଁ ଦଳ ଶାସନ କରୁଛି ତାହାକୁ ଭାଜପା ସୃଷ୍ଟି କରିଥିଲା। ଆଜି...

ଭୋଟରଙ୍କୁ ଏସବୁ ପ୍ରତିଶ୍ରୁତି ଦେଲେ ନଡ୍ଡା, କହିଲେ ଭାଜପା ସରକାର ଆସିଲେ…

ପଦ୍ମପୁର,୧୬ା୫(ପ୍ରଦୀପ୍ତ ଦାଶ): ସଶକ୍ତ ଭାରତ ସହିତ ସମୃଦ୍ଧ ଓଡ଼ିଶା ପାଇଁ ଡବଲ ଇଞ୍ଜିନ ସରକାର ଦରକାର ବୋଲି ଗୁରୁବାର ବରଗଡ଼ ଜିଲାର ପଦ୍ମପୁରରେ ବିଶାଳ ଜନସଭାରେ...

ଖାର୍ଗେଙ୍କ ଭାଷଣ ବେଳେ ପଶି ଆସିଲା ଅନ୍ୟ ଦଳର ପ୍ରଚାର ଗାଡ଼ି, ଆଉ ତା’ପରେ…

ଭୁବନେଶ୍ୱର,୧୬।୫: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁରୁବାର ଓଡ଼ିଶା ଗସ୍ତରେ ଆସି ଫୁଲବାଣୀର ଏକ ସଭାରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଉଛନ୍ତି। ଏହି ସମୟରେ ଅନ୍ୟ ଦଳର...

+୯୨ ନମ୍ବରରୁ କଲ୍‌ ଆସିଲେ ହୋଇଯାଆନ୍ତୁ ସାବଧାନ, ନଚେତ୍‌…

ଭୁବନେଶ୍ୱର,୧୬।୫: +୯୨ ନମ୍ବରରୁ କଲ୍‌ ଆସିଲେ ହୋଇଯାଆନ୍ତୁ ସାବଧାନ। ନଚେତ୍‌ ବଡ଼ ଠକେଇର ଶିକାର ହୋଇପାରନ୍ତି। ଏନେଇ କମିଶନରେଟ ପୋଲିସ ପକ୍ଷରୁ ଏକ ସତର୍କ ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri