Odisha Elections 2024

ବଜାରରେ ହିରୋର ଦି ମାଭରିକ୍‌ ୪୪୦

ଭୁବନେଶ୍ୱର,୧୭।୪(ଅଭୟ ଦାଶ): ହିରୋ ମୋଟକର୍ପ ଲିମିଟେଡ୍‌ ବା ହିରୋର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ଦି ମାଭରିକ୍‌ ୪୪୦’ର ସର୍ବଭାରତୀୟ ଉନ୍ମୋଚନ ଏବଂ ବଜାର ପ୍ରବେଶ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର ଜେଏମ୍‌ଜି ଅଟୋମୋବାଇଲ କଟକ ପ୍ରଫେସରପଡ଼ାସ୍ଥିତ ଶୋ’ରୁମ୍‌ ପରିସରରେ ଏକ ସ୍ବତନ୍ତ୍ର ଅନାବରଣ ଉତ୍ସବର ଆୟୋଜନ କରାଯାଇଥିଲା। ଏହି ଅବସରରେ ଜେଏମ୍‌ଜି ଅଟୋମୋବଇଲ କଟକର ଏମ୍‌ପି ପ୍ରଦୀପ ଅଗ୍ରଓ୍ବାଲ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଅନାବରଣ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା ସହ ଆଶାୟୀ ବୁକିଂ ଗ୍ରାହକଙ୍କୁ ଚାବି ହସ୍ତାନ୍ତର କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜେଏମ୍‌ଜି ଅଟୋମୋବଇଲର ମ୍ୟାନେଜର ଦିଲୀପ ରାଉତଙ୍କ ସମେତ ଅନ୍ୟମାନେ ମଧ୍ୟ ଉପସ୍ଥିତ ଥିଲେ।
ଉଲ୍ଲେଖଯୋଗ୍ୟ, ଅଲ୍‌ ନ୍ୟୁ ଦି ମାଭରିକ ୪୪୦ ମଡେଲରେ ଅନେକ ଆଧୁନିକ ବୈଶିଷ୍ଟ୍ୟ ସହ ଅପର ପ୍ରିମିୟମ ସେଗ୍‌ମେଣ୍ଟ, ଆକର୍ଷଣୀୟ ଫିଚର ଓ ଡିଜାଇନ ଏବଂ ଆଧୁନିକ ସୁରକ୍ଷା ବ୍ୟବସ୍ଥା ଆଦି ଅନ୍ତର୍ଭୁକ୍ତ ରହିଛି। ସେହିଭଳି ୪୪୦ସିସି ଟର୍କ ଇଞ୍ଜିନ ସହିତ ଭିନ୍ନ ଭିନ୍ନ ପ୍ରକାରର ଫିଚର ସହ ୩ଟି ଭାରିଆଣ୍ଟ (ବେସ୍‌, ମିଡ୍‌ ଏବଂ ଟପ୍‌) ଓ ୩ଟି ଆକର୍ଷଣୀୟ କଲରରେ ଉକ୍ତ ମଡେଲ ଉପଲବ୍ଧ। ଏପରିକି ଏହାର ପ୍ରାରମ୍ଭିକ ବଜାର ମୂଲ୍ୟ ୧.୯୯ ଲକ୍ଷ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇପିଏଫ୍‌ଓରେ ଯୋଡ଼ି ହେଲେ ୧୪.୪୧ ଲକ୍ଷ ସଦସ୍ୟ

ଭୁବନେଶ୍ୱର,୨୧।୫(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟନିଧି ସଂଗଠନ(ଇପିଏଫ୍‌ଓ)ଗତ ମାର୍ଚ୍ଚ ମାସରେ ୧୪.୪୧ ଲକ୍ଷ ନେଟ୍‌ ସଦସ୍ୟଙ୍କୁ ଯୋଡ଼ିଛି। ଇପିଏଫ୍‌ଓ ପକ୍ଷରୁ ସୋମବାର ମିଳିଥିବା ତଥ୍ୟ ଅନୁସାରେ ଶ୍ରମ ଓ...

ଆଇଏଆଇର ଉପାଧ୍ୟକ୍ଷ ହେଲେ ଜନ୍‌ ସ୍ଲାଭେନ

ଭୁବନେଶ୍ୱର,୨୧।୫: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ବେଦାନ୍ତ ଆଲୁମିନିୟମ ସିଇଓ ଜନ୍‌ ସ୍ଲାଭେନଙ୍କୁ ନିକଟରେ ଅନ୍ତର୍ଜାତୀୟ ଆଲୁମିନିୟମ ପ୍ରତିଷ୍ଠାନ (ଆଇଏଆଇ)ର ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି।...

ଆଜି ଖୋଲିବ ଏବିଏଲ୍‌ର ରାଟଟ୍‌ସ ଇସ୍ୟୁ

ନୂଆଦିଲ୍ଲୀ,୨୧।୫: ଦେଶର ଅଗ୍ରଣୀ ତଥା ଏକ ପିୟୋର ଭେଜ (ପୂର୍ଣ୍ଣ ଶାକାହାରୀ) ପ୍ରାଣୀ ସ୍ବାସ୍ଥ୍ୟ ପ୍ରଯତ୍ନକାରୀ ସମାଧାନ କମ୍ପାନୀ ଅଜୁନି ବାୟୋଟେକ ଲିମିଟେଡ ବା ଏବିଏଲ...

ବିଓଏମ୍‌ର ନୂଆ ମାଇଲଖୁଣ୍ଟ

ଭୁବନେଶ୍ୱର,୨୧।୫: ବ୍ୟାଙ୍କ୍‌ ଅଫ ମହାରାଷ୍ଟ୍ର (ବିଓଏମ୍‌)ର ବାର୍ଷିକ ଫଳାଫଳ ଅନୁଯାୟୀ ବ୍ୟାଙ୍କ ମୋଟ୍‌ ବ୍ୟବସାୟ ଅଭିବୃଦ୍ଧି ତଥା ଋଣଦାତାଙ୍କ ମଧ୍ୟରେ ଉଲ୍ଲେଖନୀୟ ସଫଳତା ସହ ନୂଆ ମାଇଲଖୁଣ୍ଟ...

ଶୁଭେନ୍ଦୁ ନାଲ୍‌କୋର ମାନବସମ୍ବଳ ମହାପ୍ରବନ୍ଧକ

ଅନୁଗୋଳ,୨୧ା୫ (ଅମିତ କୁମାର ସାମଲ): ଅନୁଗୋଳସ୍ଥିତ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋର ନୂଆ ମାନବ ସମ୍ବଳ ମହାପ୍ରବନ୍ଧକ ଭାବେ ଦାୟିତ୍ୱ ତୁଲାଇବେ ଶୁଭେନ୍ଦୁ କୁମାର ନାୟକ। ଏ...

୬.୫% ଜିଡିପି ଅଭିବୃଦ୍ଧି ହାରରେ ଦେଶ ଧନୀ ହେବନାହିଁ

ଭୁବନେଶ୍ୱର,୨୧।୫(ଅନୁରାଧା ମହାରଣା): ଜି -୨୦ ଦେଶ ମଧ୍ୟରେ ଭାରତର ଅର୍ଥନୀତି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ତଥାପି ଏହା ଏକ ଗରିବ ଦେଶରେ ଗଣାଯାଉଛି। ଭାରତରେ...

ଓଡ଼ିଶାରେ ସିବିଆଇର ପ୍ରଥମ ମହିଳା ଶାଖା

ଭୁବନେଶ୍ୱର,୨୧।୫ (ଅଭୟ ଦାଶ): ଓଡ଼ିଶାରେ ସେଣ୍ଟ୍ରାଲ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ବା ସିବିଆଇର ପ୍ରଥମ ମହିଳା ଶାଖା ଭୁବନେଶ୍ୱରସ୍ଥିତ ନୟାପଲ୍ଲୀଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ...

ପ୍ରଥମଥର ୩ ଲକ୍ଷ କୋଟି ପାର କଲା ବ୍ୟାଙ୍କ ଗୁଡ଼ିକର ଲାଭ

ମୁମ୍ବାଇ,୨୦।୫: ପ୍ରଥମ ଥର ପାଇଁ ବ୍ୟାଙ୍କିଙ୍ଗ କ୍ଷେତ୍ରର ମୋଟ ଲାଭ ଆର୍ଥିକ ବର୍ଷ ୨୦୨୪ ରେ ୩ ​​ଲକ୍ଷ କୋଟି ଟଙ୍କା ଅତିକ୍ରମ କରିଛି। ତାଲିକାଭୁକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri