Odisha Elections 2024

ବିିଏସ୍‌କେୱାଇକୁ ନେଇ ରାଜନୀତି କରୁଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୧୭ା୪(ଅନିଲ ଦାସ):ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ) ସ୍ବାସ୍ଥ୍ୟ କାର୍ଡ ଓଡ଼ିଶାବାସୀଙ୍କୁ ସଶକ୍ତ କରିଛି ଏବଂ ଆତ୍ମବିଶ୍ୱାସ ଓ ଗ୍ୟାରେଣ୍ଟି ଦେଇଛି। ଲୋକେ ସରକାରୀ ଡାକ୍ତରଖାନାରେ ମାଗଣାରେ ଚିକିତ୍ସା ସୁବିଧା ପାଉଛନ୍ତି, ଯାହାର କୌଣସି ସୀମା ନାହିଁ। ବିଏସ୍‌କେୱାଇରେ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କା ଏବଂ ପୁରୁଷଙ୍କ ପାଇଁ ୫ ଲକ୍ଷ ଟଙ୍କା ରହିଛି। ହେଲେ ଗରିବ ଲୋକଙ୍କୁ ମିଳୁଥିବା ଏହି ସ୍ବାସ୍ଥ୍ୟସେବା ବ୍ୟବସ୍ଥାକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜନୀତି କରୁଛନ୍ତି ବୋଲି ବିଜେଡି ରାଷ୍ଟ୍ରୀୟ ମୁଖପାତ୍ର ତଥା ସାଂସଦ ସସ୍ମିତ ପାତ୍ର କହିଛନ୍ତି।
ମଙ୍ଗଳବାର ଗଣମାଧ୍ୟମକୁ ସୂଚନା ଦେଇ ସେ କହିଛନ୍ତି ଯେ ସରକାରୀ ଡାକ୍ତରଖାନାରେ କୌଣସି ସୀମା ନ ଥାଇ ମାଗଣା ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯାଉଛି। ବିଏସ୍‌କେୱାଇ ପାଇଁ ଓଡ଼ିଶାରେ ୬୫୨ ଡାକ୍ତରଖାନା ଏବଂ ୧୬ ରାଜ୍ୟର ୧୬୪ ପ୍ରମୁଖ ଡାକ୍ତରଖାନା ତାଲିକାଭୁକ୍ତ ହୋଇଛି। ଗତ ବର୍ଷକ ମଧ୍ୟରେ ଓଡ଼ିଶାରେ ୩୬ ଲକ୍ଷରୁ ଅଧିକ ରୋଗୀ ଚିକିତ୍ସିତ ହୋଇଛନ୍ତି। ବିଏସ୍‌କେୱାଇ ଯୋଗୁ ଓଡ଼ିଶା ଲୋକଙ୍କର ଗୋଟିଏ ବର୍ଷରେ ୩ ହଜାର କୋଟିରୁ ଅଧିକ ଟଙ୍କା ସଞ୍ଚୟ ହୋଇପାରିଛି, ଯାହାକୁ ସେମାନେ ନିଜର ସାମାଜିକ-ଅର୍ଥନୈତିକ ବିକାଶ ପାଇଁ ବ୍ୟବହାର କରିପାରିବେ।
ଗତ ୧ ବର୍ଷ ମଧ୍ୟରେ ବିଏସ୍‌କେୱାଇ ମାଧ୍ୟମରେ ଦେଶର ବିଭିନ୍ନ ରାଜ୍ୟରେ ପ୍ରାୟ ଦେଢ଼ ଲକ୍ଷ ଲୋକଙ୍କୁ ଚିକିତ୍ସା କରାଯାଇଛି। ବିଏସ୍‌କେୱାଇ କାରଣରୁ ସେମାନେ ଗତ ୧ ବର୍ଷ ମଧ୍ୟରେ ପ୍ରାୟ ୩୮୫ କୋଟି ଟଙ୍କା ସଞ୍ଚୟ କରିପାରିଛନ୍ତି। କିନ୍ତୁ ଓଡ଼ିଶା ଭାଜପା ବିଧାୟକ ଏବଂ ବିଶେଷକରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି କାର୍ଯ୍ୟକ୍ରମକୁ ବନ୍ଦ କରିବା ପାଇଁ ଷଡ଼ଯନ୍ତ୍ର କରୁଛନ୍ତି। ଯଦି ଓଡ଼ିଶାବାସୀ ବିଏସ୍‌କେୱାଇ ସ୍ବାସ୍ଥ୍ୟ କାର୍ଡରୁ ଉପକୃତ ହେଉଛନ୍ତି, ତେବେ କେନ୍ଦ୍ରମନ୍ତ୍ରୀଙ୍କୁ କାହିଁକି କଷ୍ଟ ହେଉଛି ବୋଲି ସସ୍ମିତ ପ୍ରଶ୍ନ କରିଛନ୍ତି। ଓଡ଼ିଶାରେ ପ୍ରାୟ ୩୬ ଲକ୍ଷ ରୋଗୀ ଚିକିତ୍ସିତ ହୋଇଥିବା ବେଳେ ରାଜ୍ୟ ବାହାରେ ଦେଢ଼ ଲକ୍ଷ ରୋଗୀ ଚିକିତ୍ସିତ ହୋଇଛନ୍ତି। ଧର୍ମେନ୍ଦ୍ର କ’ଣ ଚାହୁଁଛନ୍ତି ଏହି ଲକ୍ଷ ଲକ୍ଷ ଓଡ଼ିଆ ବିଏସ୍‌କେୱାଇ ସ୍ବାସ୍ଥ୍ୟ କାର୍ଡ ଜରିଆରେ ଯେଉଁ ଚିକିତ୍ସା ସୁବିଧା ପାଉଛନ୍ତି, ତାହା ନ ପାଆନ୍ତୁ। ଯଦି ବିଏସ୍‌କେୱାଇ ଏକ ଖରାପ କାର୍ଯ୍ୟକ୍ରମ, ତେବେ ତାଙ୍କ ଦଳର ଇସ୍ତାହାରର ଏକ ନମ୍ବରରେ ସେ କୁହନ୍ତୁ ଯେ ସେମାନେ ବିଏସ୍‌କେୱାଇ ସ୍ବାସ୍ଥ୍ୟ କାର୍ଡକୁ ବନ୍ଦ କରିଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ମୁହଁ ଖୋଲିଲେ ପ୍ରଦୀପ ପାଣିଗ୍ରାହୀ: କହିଲେ, ବିଜେଡି ଷଡଯନ୍ତ୍ରରେ ହୋଇଛି ଆକ୍ରମଣ

ଭୁବନେଶ୍ୱର,୨୧।୫: ବ୍ରହ୍ମପୁର ଭାଜପା ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଭୁବନେଶ୍ୱର ଏମ୍ସରୁ ଡିସ୍‌ଚାର୍ଜ ହୋଥଛନ୍ତି। ଡିସ୍‌ଚାର୍ଜ ପରେ ତାଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ ମୁହଁ...

ନିର୍ବାଚନ ପାଇଁ ଜମି, ଛେଳି ବିକିଲେ ବିଧାୟକ ପ୍ରାର୍ଥୀ

କେନ୍ଦୁଝର, ୨୧ା୫ (ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ରର ବିକାଶ ପାଇଁ ଏଥର ପ୍ରାର୍ଥୀ ହୋଇଛନ୍ତି ଦିବ୍ୟାଙ୍ଗ ଦତ ମୁଣ୍ଡା (୫୩)। ତେବେ...

ଇଲେକ୍ସନ ଡ୍ୟୁଟି ସାରି ଫେରୁଥିବା ପୋଲିସ କର୍ମଚାରୀ ଗାଡି ଦୁର୍ଘଟଣାଗ୍ରସ୍ତ

ଛତ୍ରପୁର,୨୧।୫ (ଦିଲ୍ଲୀପ ସାମଲ): ଇଲେକ୍ସନ ଡ୍ୟୁଟି ସାରି ଭଞ୍ଜନଗରରୁ ଏକ ବସ ପୋଲିସ କର୍ମଚାରୀଙ୍କୁ ଧରି ଛତ୍ରପୁର ଫେରୁଥିବାବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଛତ୍ରପୁର ଡିଆରଡିଏ ଛକ...

ନିର୍ବାଚନ ସେକ୍ଟର ଅଫିସରଙ୍କୁ ଘେରିଲେ ଗ୍ରାମବାସୀ

ଲୋଇସିଂହା,୨୧।୫(ସୁଶାନ୍ତ ବାରିକ) ବଲାଙ୍ଗୀର ଜିଲା ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଲୋଇସିଂହା ବ୍ଲକ ସରଗାଡ ଗ୍ରାମରେ ନିର୍ବାଚନରେ ନିୟୋଜିତ ସେକ୍ଟର ଅଫିସର ସୂର୍ଯ୍ୟକାନ୍ତ ପଧାନଙ୍କୁ ଘେରିଲେ...

ବରଗଡ଼ ଜିଲାରେ ୭୫.୯୭ ପ୍ରତିଶତ ମତଦାନ: ଭଟଲିରେ ସର୍ବାଧିକ, ଅତାବିରାରେ ସର୍ବନିମ୍ନ

ବରଗଡ଼,୨୧।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ମତଦାନ ପ୍ରକ୍ରିୟା ସରିଛି । ଖରା,ତ ାତି ସତ୍ତ୍ବେ ମତଦାନ କେନ୍ଦ୍ର ଗୁଡିକରେ ଏଥର...

ପାଦତଳୁ ମାଟି ଖସିଯିବା ଜାଣି ହିଂସାକୁ ଆପଣାଇଛି ବିଜେଡି: ଭାଜପା

ଭୁବନେଶ୍ୱର, ୨୧।୫(ସୁନିତ୍‌ ମିଶ୍ର):ବିଜେଡିର ପାଦ ତଳୁ ମାଟି ଖସିଯିବା ଜାଣି ହିଂସାକୁ ଆଦରି ନେଇଛନ୍ତି। ନିର୍ବାଚନ ପୂର୍ବରୁ ବିଜେଡିର ଗୁମାସ୍ତା ରାଜ୍ୟସାରା ବୁଲି ଲୋକଙ୍କ ସମସ୍ୟା...

ମୁଖ୍ୟମନ୍ତ୍ରୀ ଜଣେ, ଶାସନ ଚଳାଉଛନ୍ତି ଅନ୍ୟ ଜଣେ

କୁଚିଣ୍ଡା,୨୧ା୫(ବିରଞ୍ଚତ୍ ଦର୍କା):ବିଜେଡି ସରକାରରେ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ। ହେଲେ ତାଙ୍କୁ ମୋହାରା କରି କାର୍ତ୍ତିକ ପାଣ୍ଡିଆନ ସରକାର ଚଳାଉଛନ୍ତି। ଏଭଳି ସରକାରକୁ ହଟାଇବାକୁ ପଡ଼ିବ। ଏଥର...

ପୂର୍ବତନ ମୃତ୍ତିକା ସଂରକ୍ଷଣ ଅଧିକାରୀଙ୍କ ୧ କୋଟିରୁ ଊର୍ଦ୍ଧ୍ୱ ସମ୍ପତ୍ତି ବାଜ୍ୟାପ୍ତି

ଭୁବନେଶ୍ୱର,(ସତ୍ୟଜିତ୍‌ ରାଉତ)/ ମାଲକାନଗିରି, ୨୧ା୫ (ଦୁର୍ଯ୍ୟୋଧନ ପାତ୍ର):ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦଣ୍ଡିତ ହୋଇଥିବା ମାଲକାନଗିରି ଜିଲାର ପୂର୍ବତନ ମୃତ୍ତିକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri