Odisha Elections 2024

ସାଉଥରେ ଡେବ୍ୟୁ କରିବେ ଅକ୍ଷୟ

ହାଇଦ୍ରାବାଦ: ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ନିଜର ଆକ୍ସନ ଥ୍ରୀଲର ଫିଲ୍ମ ‘ବଡ଼େ ମିୟାଁ ଛୋଟେ ମିୟାଁ’ପରେ ଏବେ ତେଲୁଗୁ ଇଣ୍ଡଷ୍ଟ୍ରିରେ ଡେବ୍ୟୁ କରିବାକୁ ଯାଉଛନ୍ତି। ବିଷ୍ଣୁ ମଞ୍ଚୁଙ୍କ ନିର୍ମିତ ‘କନ୍ନପ୍ପା’ ଫିଲ୍ମରେ ଅକ୍ଷୟ ନଜର ଆସିବେ ବୋଲି ମଙ୍ଗଳବାର ଜଣାପଡ଼ିଛି। ଏହା ଏକ ପୌରାଣିକ ଆଧାରିତ ଫିଲ୍ମ ହୋଇଥିବାବେଳେ ଏଥିରେ ଅକ୍ଷୟଙ୍କ ସହ ପ୍ରଭାସ, ମୋହନଲାଲଙ୍କ ଭଳି ଦକ୍ଷିଣ ସିନେମାର ସୁପରଷ୍ଟାର ପ୍ରଭାସ, ମୋହନଲାଲ ଓ ନୟନତାରା ନଜର ଆସିବେ। ଅକ୍ଷୟ ‘କନ୍ନପ୍ପା’ର ଏକ ଅଂଶ ହେବା ସହ ସାଉଥ ଚଳଚ୍ଚିତ୍ରରେ ଡେବ୍ୟୁ କରିବେ ବୋଲି ପିଲ୍ମ ନିର୍ମାତା ବିଷ୍ଣୁ ମଞ୍ଚୁ ନିଜ ଏକ୍ସ’ ଆକାଉଣ୍ଟରେ ପୋଷ୍ଟ କରିଛନ୍ତି। ସେ ଏହି ପୋଷ୍ଟରେ ଏକ ଭିଡିଓ ମଧ୍ୟ ଶେୟାର କରିଥିଲେ। ଏଥିରେ ବିଷ୍ଣୁ ଅକ୍ଷୟଙ୍କୁ ଫୁଲମାଳ ଦେଇ ସ୍ବାଗତ କରିଥିବା ଦେଖିବାକୁ ମିଳିଛି। ଏହା ପରେ ଉଭୟ ଅକ୍ଷୟ ଓ ବିଷ୍ଣୁ ମଞ୍ଚୁ ‘କନ୍ନପ୍ପା’ ପ୍ରୋଜେକ୍ଟ ବିଷୟରେ ଆଲୋଚନା କରିଥିଲେ। ଅକ୍ଷୟଙ୍କ ଯୋଗଦାନରେ ‘କନ୍ନପ୍ପା’ ଆହୁରି ଅଧିକ ରୋମାଞ୍ଚକର ହୋଇଥିବା ଏହି ଅବସରରେ ବିଷ୍ଣୁ କହିଛନ୍ତି। ଅକ୍ଷୟଙ୍କ ଭଳି ଷ୍ଟାରଙ୍କୁ ତେଲୁଗୁ ଚଳଚ୍ଚିତ୍ର ଶିଳ୍ପରେ ସ୍ବାଗତ କରି ସେ ଖୁସିବ୍ୟକ୍ତ କରିଛନ୍ତି। ‘କନ୍ନପ୍ପା’ ଚଳଚ୍ଚିତ୍ର ସହ ତେଲୁଗୁ ସିନେମାରେ ଅକ୍ଷୟଙ୍କ ଡେବ୍ୟୁ ରୋମାଞ୍ଚକର ହେବ ବୋଲି ଆଶା କରାଯାଉଛି। ଭଗବାନ ଶିବଙ୍କର ଏକ ଭକ୍ତ କନ୍ନପ୍ପାଙ୍କୁ ନେଇ ଏହି ଚଳଚ୍ଚିତ୍ରର କାହାଣୀ ଆଧାରିତ।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ ଦେଉ ନ ଥିବା ଲୋକଙ୍କ ଟିକସ ବଢ଼ାଯାଉ: ପରେଶ ରାଓ୍ବଲ

ମୁମ୍ବାଇ: ମହାରାଷ୍ଟ୍ରର ୧୩ ଲୋକ ସଭା ଆସନରେ ସୋମବାର ମତଦାନ ଅନୁଷ୍ଠିତ ହୋଇଯାଇଛି। ଗଣତନ୍ତ୍ରର ଏହି ମହାପର୍ବ ଅବସରରେ ମୁମ୍ବାଇରେ ଅନେକ ବଲିଉଡ୍‌ ସେଲିବ୍ରିଟି ନିଜ...

ଯେଉଁ ମନ୍ଦିରକୁ ଯାଉଛନ୍ତି କଙ୍ଗନା, ସେହି ମନ୍ଦିରକୁ ସଫା କରିବା ଜରୁରୀ, ବିକ୍ରମାଦିତ୍ୟ ସିଂଙ୍କ ବିବାଦୀୟ ବୟାନ

ମଣ୍ଡି,୨୦।୫: ହିମାଚଳ ପ୍ରଦେଶର ମଣ୍ଡି ସଂସଦୀୟ ଆସନରୁ କଂଗ୍ରେସ ପ୍ରାର୍ଥୀ ବିକ୍ରମାଦିତ୍ୟ ସିଂ ଭାଜପା ପ୍ରାର୍ଥୀ କଙ୍ଗନା ରାଣାଓ୍ବତଙ୍କୁ ଟାର୍ଗେଟ କରିଛନ୍ତି। ଦେବ ସମାଜ ବିଷୟରେ...

ମା’ ହେଲେ ୟାମୀ ଗୌତମ

ବଲିଉଡ୍‌ ଅଭିନେତ୍ରୀ ୟାମୀ ଗୌତମ ମା’ ହେବାର ସୌଭାଗ୍ୟ ଲାଭ କରିଛନ୍ତି। ସେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ୟାମି ଏବଂ ତାଙ୍କ ସ୍ବାମୀ...

ମତଦାନ ସାବ୍ୟସ୍ତ କଲେ ଅକ୍ଷୟ କୁମାର, କହିଲେ…

ମୁମ୍ବାଇ,୨୦ା୫: ସୋମବାର ଆଠଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୪୯ଟି ଆସନରେ ୨୦୨୪ ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟରେ ମତଦାନ ଆରମ୍ଭ ହୋଇଛି। ପଞ୍ଚମ...

ମୁମ୍ବାଇ ନିର୍ବାଚନ ପୂର୍ବରୁ ଶାହାରୁଖଙ୍କ ବିଶେଷ ଅପିଲ

ମୁମ୍ବାଇ,୧୯।୫: ୨୦୨୪ ଲୋକ ସଭା ନିର୍ବାଚନର ପର୍ଯ୍ୟାୟ ଚାଲିଛି। ୨୦ ମେ’ ୨୦୨୪ରେ ମୁମ୍ବାଇରେ ଭୋଟିଂ ଅନୁଷ୍ଠିତ ହେବ। ଏହାପୂର୍ବରୁ ଅନେକ ସେଲିବ୍ରିଟି ଯେମିତିକି ବଲିଉଡର...

ବାହା ହେବେ ସାରା!

ମୁମ୍ବାଇ: ବଲିଉଡର ଯୁବ ତାରକାମାନଙ୍କ ମଧ୍ୟରେ ଅଛନ୍ତି ଶୈଫ ଅଲି ଖାନ ଏବଂ ତାଙ୍କ ପୂର୍ବତନ ପତ୍ନୀ ଅମୃତା ସିଂଙ୍କ ଝିଅ ସାରା ଅଲି ଖାନ...

କଣ ଏହି ‘ଗଜଗାମିନୀ’ ଚାଲି? ଅଦିତିଙ୍କ ବାସ ୧୦ ସେକେଣ୍ଡର ଝଲକ୍‌ରେ ଲୋକେ ହେଉଛନ୍ତି ଦିୱାନା

ଫ୍ୟାଶନ ଦୁନିଆରେ ‘କ୍ୟାଟୱାକ’ ବିଷୟରେ ଆପଣ ନିଶ୍ଚୟ ବହୁତ ଶୁଣିଥିବେ। କିନ୍ତୁ କେବେ ସ୍ବାନ ଓ୍ବାକ୍‌ କିମ୍ବା ଗଜ ଗାମିନୀ ବିଷୟରେ ଶୁଣିଛନ୍ତି କି? ପ୍ରାୟତ...

୨୬ ଦିନ ପରେ ଫେରିଲେ ନିଖୋଜ ତାରକ ମେହେତା ଅଭିନେତା, ଚିହ୍ନିବା ହେଉଛି ମୁସ୍କିଲ

ବମ୍ବେ: ନିଖୋଜ ହେବାର ୨୬ ଦିନ ପରେ ଘରକୁ ଫେରିଲେ ‘ତାରକ ମେହେଟ୍ଟା କା ଉଲଟା ଚଷମା’ ଷ୍ଟାର ଗୁରୁଚରଣ ସିଂ। ଏପ୍ରିଲ ୨୨ରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri