Odisha Elections 2024

ଏଲନ ମସ୍କଙ୍କ ‘ଏକ୍ସ’କୁ ବ୍ୟାନ୍‌ କଲା ପାକିସ୍ତାନ

ଇସଲାମାବାଦ,୧୭।୪: ପାକିସ୍ତାନ ଏଲନ ମସ୍କଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ(ପୂର୍ବରୁ ଟୁଇଟର)କୁ ବ୍ୟାନ୍‌ କରିଦେଇଛି। ଦେଶର ସୁରକ୍ଷା ପ୍ରତି ବିପଦ ଦର୍ଶାଇ ଫେବୃଆରୀରେ ହିଁ ଏକ୍ସକୁ ବ୍ୟାନ୍‌ କରିବାକୁ ନେଇ ସରକାର ଏନେଇ ଆଦେଶ ଦେଇଥିଲେ। ହେଲେ ବୁଧବାର ଏହି ବ୍ୟାନ୍‌କୁ ନେଇ ଆଧିକାରୀକ ଭାବେ ଘୋଷଣା କରାଯାଇଛି।

ଅପରପକ୍ଷେ ପାକିସ୍ତାନର ସିନ୍ଧ ହାଇକୋର୍ଟ ସରକାରଙ୍କୁ ‘ଏକ୍ସ’ ଉପରେ ଲାଗିଥିବା ବ୍ୟାନ୍‌କୁ ରଦ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। କୋର୍ଟ ପାକିସ୍ତାନ ସରକାରଙ୍କୁ ଏକ ସପ୍ତାହ ମଧ୍ୟରେ ନିଜର ବ୍ୟାନ୍‌ ହଟାଇବାକୁ କହିଛନ୍ତି।

ପ୍ରକାଶ ଯେ, ପାକିସ୍ତାନରେ ଫେବୃଆରୀ ୮ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଏହି ସମୟରେ ପାକିସ୍ତାନ ସରକାର ଦ୍ୱାରା ଅନେକ ସୋସିଆଲ ମିଡିଆ ପ୍ଲାଟଫର୍ମକୁ ବ୍ଲକ କରାଯାଇଥିଲା। ଭୋଟିଂ ଦିନ ପାକିସ୍ତାନରେ ପୁରା ଦିନ ଇଣ୍ଟରନେଟ୍‌ ସେବା ବନ୍ଦ ରହିଥିଲା। ନିର୍ବାଚନ ପରେ ଅନ୍ୟ ସୋସିଆଲ ମିଡିଆ ଆକାଉଣ୍ଟ ଖୋଲିଥିଲେ ହେଁ ବ୍ୟବହାରକାରୀ ‘ଏକ୍ସ’ ଆକାଉଣ୍ଟ ଖୋଲି ପାରୁ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ଆଖିବୁଜା ଗୁଳିମାଡ଼: ୪୦ ମୃତ

ଆବୁଜା,୨୨।୫:ଆଫ୍ରିକୀୟ ଦେଶ ନାଇଜେରିଆର ଏକ ଗାଁ ଉପରେ ବନ୍ଧୁକଧାରୀମାନେ ଆକ୍ରମଣ କରିଛନ୍ତି। ଏହି ଆକ୍ରମଣରେ ୪୦ ଜଣଙ୍କର ମୃତ୍ୟୁ ଘଟିଛି। ଅଭିଯୁକ୍ତମାନେ ଗାଁରେ ଆଖିବୁଜା ଭାବେ...

ଆକାଶରେ ଆତଙ୍କ

ବ୍ୟାଙ୍କକ୍‌,୨୨ା୫: ଲଣ୍ଡନରୁ ସିଙ୍ଗାପୁରକୁ ଉଡ଼ାଣ କରୁଥିବା ସିଙ୍ଗାପୁର ଏୟାରଲାଇନ୍ସର ଏକ ବିମାନ ଯାତ୍ରାବେଳେ ଭୟଙ୍କର ଟର୍ବୁଲାନ୍ସର ସମ୍ମୁଖୀନ ହୋଇଛି। ଏଥିରେ ବ୍ରିଟେନ୍‌ର ଜଣେ ୭୩ ବର୍ଷୀୟ...

ଇରାନ ରାଷ୍ଟ୍ରପତିଙ୍କ ମୃତ୍ୟୁ ଭାରତକୁ ପାଇଁ କାହିଁକି ଝଟ୍‌କା? ଜାଣନ୍ତୁ କାହାକୁ ହେବ ଲାଭ…

ଦୁବାଇ,୨୧।୫: ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କର ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଆଜରବୈଜାନ ସୀମାନ୍ତ ପ୍ରାର୍ବତ୍ୟାଞ୍ଚଳରେ ରଇସିଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହାପଛରେ ଘନ କୁହୁଡ଼ି...

ଇରାନ ରାଷ୍ଟ୍ରପତିଙ୍କ ସମ୍ମାନାର୍ଥେ ଆଜି ଭାରତରେ ଶୋକ: ଅର୍ଦ୍ଧନମିତ ରହିବ ଜାତୀୟ ପତାକା

ନୂଆଦିଲ୍ଲୀ,୨୧।୫: ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କର ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସୋମବାର ଦୁର୍ଘଟଣାସ୍ଥଳରୁ ରଇସିଙ୍କ ମୃତଦେହ ମିଳିଥିବା ସରକାରୀ ଗଣମାଧ୍ୟମରେ ସ୍ପଷ୍ଟ କରାଯାଇଛି। ରବିବାର...

ଚାଇନାକୁ ନାଲିଆଖି ଦେଖାଇଲେ ତାଇଓ୍ବାନ୍‌ର ନୂଆ ରାଷ୍ଟ୍ରପତି

ତାଇପେଇ ,୨୧ା୫: ତାଇଓ୍ବାନ୍‌ର ନୂଆ ରାଷ୍ଟ୍ରପତି ଭାବେ ଲାଇ ଚିଙ୍ଗ୍‌-ଟେ ଶପଥ ଗ୍ରହଣ କରିଛନ୍ତି। ସ୍ବୟଂଶାସିତ ତାଇଓ୍ବାନକୁ ଚାଇନା ସେନା ଧମକ ଦେବା ବନ୍ଦ କରିବାକୁ...

ଆସ୍ଥାଭୋଟ ଜିତିଲେ ପ୍ରଚଣ୍ଡ

କାଠମାଣ୍ଡୁ ,୨୧ା୫:ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ‘ପ୍ରଚଣ୍ଡ’ ସୋମବାର ପାର୍ଲାମେଣ୍ଟରେ ଆସ୍ଥାଭୋଟ ଜିତିଛନ୍ତି। ଦେଶରେ କ୍ଷମତା କନ୍ଦଳ ଲାଗିରହିଥିବାବେଳେ ପ୍ରଚଣ୍ଡଙ୍କ ପାଇଁ ରାଜନୈତିକ ସ୍ଥିରତା...

ପ୍ରତ୍ୟର୍ପଣକୁ ଚ୍ୟାଲେଞ୍ଜ କରିପାରିବେ ଅସାଞ୍ଜ

ଲଣ୍ଡନ,୨୧ା୫: ଆମେରିକାକୁ ପ୍ରତ୍ୟର୍ପଣ ବିରୋଧରେ ଓ୍ବିକିଲିକ୍ସ ଓ୍ବେବ୍‌ସାଇଟ୍‌ର ପ୍ରତିଷ୍ଠାତା ଜୁଲିଅନ୍‌ ଅସାଞ୍ଜ ଅପିଲ୍‌ କରିପାରିବେ ବୋଲି ଲଣ୍ଡନର ଏକ ଅଦାଲତ ସୋମବାର ଅନୁମତି ପ୍ରଦାନ କରିଛନ୍ତି। ଫଳରେ...

ନେତାନ୍ୟାହୁ, ହମାସ୍‌ ନେତାଙ୍କ ନାଁରେ ଗିରଫ ପରଓ୍ବାନା ଜାରି କରିବ ଆଇସିସି

ହେଗ୍‌,୨୧ା୫: ଯୁଦ୍ଧ ଅପରାଧରେ ସମ୍ପୃକ୍ତ ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁ, ପ୍ରତିରକ୍ଷା ମନ୍ତ୍ରୀ ୟୋଆଭ୍‌ ଗାଲାଣ୍ଟ, ହମାସ୍‌ ନେତା ୟାହୟା ସିନ୍‌ଓ୍ବାର, ମହମ୍ମଦ ଡିଆବ ଇବ୍ରାହିମ ଅଲ୍‌-ମସ୍ରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri