Odisha Elections 2024

ପ୍ରଥମ ପଯର୍‌ୟାୟ ମତଦାନ ପାଇଁ ପ୍ରଚାର ଶେଷ, ବହୁ ଭେଟେରାନଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୭।୪: ଆଉ ଦିନକ ପରେ ଆରମ୍ଭ ହେବାକୁ ଯାଉଛି ଲୋକ ସଭା ନିର୍ବାଚନ। ପ୍ରଥମ ପର୍ଯ୍ୟାୟ ଭୋଟ ଏପ୍ରିଲ ୧୯ରେ ହେବାକୁ ଯାଉଛି। ଏଥିପାଇଁ ବୁଧବାର ସଂଧ୍ୟାରେ ୧୦୨ଟି ଆସନରେ ନିର୍ବାଚନ ପ୍ରଚାର ଶେଷ ହୋଇଛି। ପ୍ରଥମ ପର୍ଯ୍ୟାୟରେ ନିର୍ବାଚନ ହେବାକୁ ଯାଉଥିବା ଗୁରୁତ୍ୱପୂର୍ଣ୍ଣ ଆସନଗୁଡ଼ିକ ହେଲା ନାଗପୁର, କନ୍ୟାକୁମାରୀ, ଚେନ୍ନାଇ ସେଣ୍ଟ୍ରାଲ, ମୁଜାଫରନଗର, ସାହାରନପୁର, ପିଲଭିତ, ଦିବ୍ରୁଗଡ଼, ଜୋରହାଟ, ଜୟପୁର, ବସ୍ତର, ନୈନିତାଲ ଏବଂ ଲାକ୍ଷାଦୀପ ଇତ୍ୟାଦି ରହିଛି। ୧୮ ତମ ଲୋକ ସଭା ନିର୍ବାଚନ ସାତୋଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ। ପ୍ରଥମ ପର୍ଯ୍ୟାୟରେ ଯେଉଁ ଆସନରେ ଭୋଟ ଅନୁଷ୍ଠିତ ହେବ, ସେଥିରେ ଆସାମର କାଜିରଙ୍ଗା, ସୋନିଟପୁର, ଲକ୍ଷ୍ମପୁର, ଦିବ୍ରୁଗଡ ଏବଂ ଜୋରହାଟ ଆସନ ରହିଛି।

ଏଥର କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀଙ୍କ ସମେତ ୮ କେନ୍ଦ୍ରମନ୍ତ୍ରୀଙ୍କ ଭାଗ୍ୟ ପରୀକ୍ଷା ହେବାକୁ ଯାଉଛି। ନିର୍ବାଚନ କମିଶନରଙ୍କ ଅନୁଯାୟୀ, ପ୍ରଥମ ପର୍ଯ୍ୟାୟ ଭୋଟ ଏପ୍ରିଲ ୧୯ ରୁ ଆରମ୍ଭ ହୋଇଥିବାବେଳେ ଶେଷ ଏବଂ ସପ୍ତମ ପର୍ଯ୍ୟାୟ ଜୁନ ୧ ରେ ଶେଷ ହେବ। ଜୁନ ୪ ରେ ଭୋଟ ଗଣନା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

 ଓଡ଼ିଶାରେ ତାମିଲ ଲୋକ ଶାସନ କରିପାରିବେ ନାହିଁ: ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୧।୫(ସୁନିତ୍‌ ମିଶ୍ର): ନବୀନବାବୁ ଓଡ଼ିଆ ଅସ୍ମିତାର କଣ୍ଠରୋଧ କରିବାକୁ ପ୍ରୟାସ କରୁଛନ୍ତି। ଓଡ଼ିଶାରେ ତାମିଲ ଲୋକ ଶାସନ କରିପାରିବେ ନାହିଁ। ଓଡ଼ିଶାର ଶାସନ ଭାର...

୪୦୦ ଆସନ କେବଳ ଏକ ସ୍ଲୋଗାନ, ଏତିକି ଆସନ ଜିତିବା ଭାଜପା ପାଇଁ ଅସମ୍ଭବ; ପ୍ରଶାନ୍ତ କିଶୋରଙ୍କ ବଡ଼ ଆକଳନ…

ନୂଆଦିଲ୍ଲୀ,୨୧।୫: ଚଳିତ ନିର୍ବାଚନରେ ଭାଜପା ‘ଅବ୍‌କି ବାର୍‌ ୪୦୦ ପାର୍‌’ର ନାରା ଦେଉଛି। ଅର୍ଥାତ କହିବାକୁ ଗଲେ ଦଳ ୪୦୦ରୁ ଅଧିକ ଆସନରେ ବିଜେତା ହେବା...

ପୋଲିଂ ବୁଥକୁ ଯିବାବେଳେ ଢୋଲ ଓ ଥାଳି ବାଡେଇବାକୁ ମହିଳାଙ୍କୁ କହିଲେ ମୋଦି

ନୂଆଦିଲ୍ଲୀ,୨୧।୫: ନିଜର କଲ୍ୟାଣକାରୀ ସ୍କିମ ବିଷୟରେ କହି ମଙ୍ଗଳବାର ନିଜ ନିର୍ବାଚନ ମଣ୍ଡଳୀରେ ପ୍ରଚାର କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉତ୍ତର ପ୍ରଦେଶର ବାରାଣସୀରେ ଭାଜପା...

ସିସୋଡିଆଙ୍କୁ ବଡ଼ ଝଟ୍‌କା; ଇଡି-ସିବିଆଇ ମାମଲାରେ ଜାମିନ ଆବେଦନ ଖାରଜ

ନୂଆଦିଲ୍ଲୀ,୨୧।୫: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ଅର୍ଥ ହେରଫେର ମାମଲାରେ ଆମ୍‌ ଆଦମୀ ପାର୍ଟୀ ନେତା ମନୀଷ ସିସୋଡିଆଙ୍କୁ ବଡ଼ ଝଟ୍‌କା ଲାଗିଛି। ଉଭୟ...

କେନ୍ଦୁଝରରେ ଅମିତ ଶାହା ଦେଲେ ବଡ଼ ବୟାନ 

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର କେନ୍ଦୁଝର ଜିଲା ଗସ୍ତରେ ଆସି ଭାଜପା ଲୋକ ସଭା ପ୍ରାର୍ଥୀ ଅନନ୍ତ ନାୟକ...

ପାଣ୍ଡିଆନ କହିଲେ ଭିତିରି କଥା! ମେଣ୍ଟ ପାଇଁ ଭାଜପା-ବିଜେଡି ମଧ୍ୟରେ କୌଣସି ବୈଠକ ହୋଇ ନ ଥିଲା, କେବଳ ଦୁଇ ଜଣ ନେତା…

ଭୁବନେଶ୍ୱର,୨୧।୫: ଓଡ଼ିଶାରେ ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ରାଜ୍ୟର ଦୁଇ ପ୍ରମୁଖ ଦଳ ବିଜେଡି ଏବଂ ଭାଜପା ପରସ୍ପରକୁ କଟାକ୍ଷ କରୁଥିବା ଦେଖିବାକୁ ମିଳୁଛି।...

ଅପରାଜିତାଙ୍କ ଖୋଲା ଚ୍ୟାଲେଞ୍ଜ, ଆସ ମୋ ସହ ବିତର୍କ କର

ଭୁବନେଶ୍ୱର,୨୧।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭୁବନେଶ୍ୱରରେ ଏକ ବିଶାଳ ରୋଡ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ଏହି ସମୟରେ ସେ ନାଁ ନ...

ସମ୍ବିତ ପାତ୍ରଙ୍କୁ ପାଣ୍ଡିଆନ କହିଲେ, ନିଜ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅ

ଭୁବନେଶ୍ୱର,୨୧।୫: ମହାପ୍ରଭୁ ଜଗନ୍ନାଥଙ୍କୁ ନେଇ ପୁରୀ ଭାଜପା ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ବିବାଦୀୟ ବୟାନ ପରେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ନେତା କାର୍ତ୍ତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri