Odisha Elections 2024

ଗଛମୂଳେ ଚାଲିଛି ପାଠପଢ଼ା

ଆନନ୍ଦପୁର,୧୮ା୪(ଉମେଶ ଚନ୍ଦ୍ର ପାଢ଼ୀ)ରାଜ୍ୟ ସରକାର ୫-ଟି ଅଧୀନରେ ବିଦ୍ୟାଳୟ ରୂପାନ୍ତରୀକରଣ କରିଛନ୍ତି। ଏଥିରେ କେନ୍ଦୁଝର ଜିଲାରେ ମଧ୍ୟ ଅନେକ ସ୍କୁଲର ରୂପରେଖ ବଦଳିଛି। ମାତ୍ର ଏବେ ବି ଅନେକ ବିଦ୍ୟାଳୟର ଶ୍ରେଣୀ ଗୃହ ସୁବିଧା ନ ଥିବାରୁ ପିଲା ଗଛତଳେ ପଢ଼ୁଥିବା ଦେଖାଯାଇଛି। ଆନନ୍ଦପୁର ବ୍ଲକ୍‌ ବାଇଲୋ ପଞ୍ଚାୟତ ହାତୀବନ୍ଧା ଉପ୍ରା ବିଦ୍ୟାଳୟ ଶ୍ରେଣୀଗୃହ ଛାତରୁ କଂକ୍ରିଟ ପ୍ଲାଷ୍ଟର ଖସୁଥିବାରୁ ଛାତ୍ରୀଛାତ୍ର ଗଛମୂଳରେ ବସି ପଢୁଛନ୍ତି। ବିଦ୍ୟାଳୟରେ ଏଭଳି ଅବ୍ୟବସ୍ଥାକୁ ନେଇ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି।
ଆନନ୍ଦପୁର ସଦର ମହକୁମାରୁ ମାତ୍ର ୫ କି.ମି. ଦୂରରେ ଥିବା ହାତୀବନ୍ଧା ଉପ୍ରା ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ଏଠାରେ ୭୪ଜଣ ଛାତ୍ରୀଛାତ୍ର ପାଠ ପଢୁଛନ୍ତି। ମୋଟ ୪ ଶ୍ରେଣୀଗୃହ ରହିଥିବା ବେଳେ ଏଥିରୁ ଗୋଟିଏ ମାତ୍ର ଭଲ ରହିଛି। ଅନ୍ୟ ୩ ଶ୍ରେଣୀଗୃହ ଛାତରୁ କଂକ୍ରିଟ ପ୍ଲାଷ୍ଟର ଖଣ୍ଡ ଖସି ଲୁହାରଡ଼ ବାହାରକୁ ଦେଖାଗଲାଣି। ଶ୍ରେଣୀଗୃହରେ ପାଠପଢ଼ା ସମ୍ଭବ ହେଉନାହିଁ। ପ୍ରଥମ ଓ ଦ୍ବିତୀୟ ଶ୍ରେଣୀ ଛାତ୍ରୀଛାତ୍ର ଭଲ ଥିବା ଗୋଟିଏ ଶ୍ରେଣୀଗୃହରେ ବସୁଥିବା ବେଳେ ତୃତୀୟ, ଚତୁର୍ଥ ଓ ପଞ୍ଚମ ଶ୍ରେଣୀ ଛାତ୍ରୀଛାତ୍ର ବିଦ୍ୟାଳୟ ପରିସରରେ ଥିବା ଏକ ଗଛମୂଳେ ବସି ପାଠ ପଢୁଛନ୍ତି। ୩ ଶ୍ରେଣୀର ଛାତ୍ରୀଛାତ୍ର ଗୋଟିଏ ସ୍ଥାନରେ ବସୁଥିବା ବେଳେ କଳାପଟା ନ ଥିବାରୁ ଶିକ୍ଷକମାନଙ୍କୁ ପଢ଼ାଇବାରେ ସମସ୍ୟା ହେଉଛି। ବର୍ଷା ହେଲେ ପାଠପଢ଼ା ବନ୍ଦ। ଏ ନେଇ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସନ୍ଧ୍ୟା ପଟ୍ଟନାୟକ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ କରାଯାଉନାହିଁ। ଆନନ୍ଦପୁର ଏବିଇଓ ଅତୁଲ କୁମାର ବଳ କହିଛନ୍ତି, ଗ୍ରାମର କିଛି ଲୋକଙ୍କ ଅସହଯୋଗ ଯୋଗୁ ଏଭଳି ସମସ୍ୟା ସୃଷ୍ଟି ହୋଇଛି। ନିର୍ବାଚନ ପରେ ଏ ଦିଗରେ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପାଗ ବିଗାଡିବ ନିର୍ବାଚନ: ୨୪ ଘଣ୍ଟାରେ ବଙ୍ଗୋପସାଗରରେ ବଡ଼ ଲଘୁଚାପ, ଏହି ଜିଲାରେ ଛେଚିବ

ଭୁବନେଶ୍ୱର,୨୧।୫: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ବୁଧବାର ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।...

ପାଣ୍ଡିଆନ କହିଲେ ଭିତିରି କଥା! ମେଣ୍ଟ ପାଇଁ ଭାଜପା-ବିଜେଡି ମଧ୍ୟରେ କୌଣସି ବୈଠକ ହୋଇ ନ ଥିଲା, କେବଳ ଦୁଇ ଜଣ ନେତା…

ଭୁବନେଶ୍ୱର,୨୧।୫: ଓଡ଼ିଶାରେ ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ରାଜ୍ୟର ଦୁଇ ପ୍ରମୁଖ ଦଳ ବିଜେଡି ଏବଂ ଭାଜପା ପରସ୍ପରକୁ କଟାକ୍ଷ କରୁଥିବା ଦେଖିବାକୁ ମିଳୁଛି।...

ଅପରାଜିତାଙ୍କ ଖୋଲା ଚ୍ୟାଲେଞ୍ଜ, ଆସ ମୋ ସହ ବିତର୍କ କର

ଭୁବନେଶ୍ୱର,୨୧।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭୁବନେଶ୍ୱରରେ ଏକ ବିଶାଳ ରୋଡ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ଏହି ସମୟରେ ସେ ନାଁ ନ...

ଷ୍ଟ୍ରଙ୍ଗରୁମ୍‌ରେ ସିଲ ହେଲା ପ୍ରାର୍ଥୀଙ୍କ ଭାଗ୍ୟ

ବାଲିଗୁଡ଼ା,୨୧।୫:(ସଞ୍ଜୟ କୁମାର ପାଣିଗ୍ରାହୀ): ଦେଶର ପଞ୍ଚମ ପର୍ଯ୍ୟାୟ ଲୋକସଭା ନିର୍ବାଚନ ଏବଂ ଓଡ଼ିଶାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ମେ’ ୨୦ ତାରିଖରେ ଶେଷ ହୋଇଛି। ଏହି...

ସମ୍ବିତ ପାତ୍ରଙ୍କୁ ପାଣ୍ଡିଆନ କହିଲେ, ନିଜ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅ

ଭୁବନେଶ୍ୱର,୨୧।୫: ମହାପ୍ରଭୁ ଜଗନ୍ନାଥଙ୍କୁ ନେଇ ପୁରୀ ଭାଜପା ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ବିବାଦୀୟ ବୟାନ ପରେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ନେତା କାର୍ତ୍ତିକ...

କାଜୁର ଅମଳ ବେଳକୁ ଅଭାବୀ ବିକ୍ରି: ଚିନ୍ତାରେ ଚାଷୀ

ଭବାନୀପାଟଣା,୨୧ା୫ (ଉତ୍ତମ କୁମାର ଦାଶ)- କାଳବୈଶାଖୀ ପ୍ରଭାବରେ ଝଡ଼ିଗଲା କାଜୁ ବଉଳ। ଆଉ ଯାହା କିଛି ରହିଥିଲା ଅମଳ ବେଳକୁ ଏବେ ଅଭାବୀ ବିକ୍ରି ଚାଷୀକୁ...

ଓଡ଼ିଶାରେ ପ୍ରଥମ ଥର ପାଇଁ ଶାହା କହିଦେଲେ ଏମିତି କଥା, ବିରୋଧୀ ଛାନିଆ

ନୟାଗଡ,୨୧।୫: ସମ୍ବଲପୁରରେ ପ୍ରଚାର ପରେ ଢେଙ୍କାନାଳ ପରଜଙ୍ଗରେ ପହଞ୍ଚିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ। । ବିରାଟ ଜନସଭାକୁ ସମ୍ବୋଧିତ କରି ସେ ପୁଣି ବିଜେଡି ଉପରେ...

ବିଧାୟକ, ସାଂସଦ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଲେ ପାଣ୍ଡିଆନ

ପାଟଣା,୨୧।୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ସାହାରପଡ଼ା ବ୍ଲକ ମୁଖ୍ୟାଳୟ ହାଇସ୍କୁଲ ପଡ଼ିଆରେ ମଙ୍ଗଳବାର ଅପରାହ୍ନରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିୟାନ ପାଟଣା ବିଜେଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri