ଦିନ ସାଢ଼େ ୧୧ଟାରେ ୪୦ ଟପିଲା ଭୁବନେଶ୍ବର ତାପମାତ୍ରା

ଭୁବନେଶ୍ୱର,୧୮।୪: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ଅସହ୍ୟ ତାତିରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ। ଭୟଙ୍କର ଗରମ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ସକାଳ ୮ ଟା ପରେ ଘରୁ ବାହାରିବା କଷ୍ଟକର ହୋଇପଡିଛି। ଗୁରୁବାର ଦିନ ସାଢ଼େ ୧୧ଟାରେ ୪୦ ପାର କରିଛି ଭୁବନେଶ୍ବର ତାପମାତ୍ରା।

ସାଢ଼େ ୧୧ଟାରେ ଭୁବନେଶ୍ବର ତାପମାତ୍ରା ୪୦.୬ ବେଳେ ବାଲେଶ୍ବର ତାପମାତ୍ରା ମଧ୍ୟ ୪୦.୬ ରେ ପହଞ୍ଚିଛି। ସେହିଭଳି ଚାନ୍ଦବାଲି ଓ ଝାରସୁଗୁଡ଼ା ୪୦ ଡିଗ୍ରୀ , ସମ୍ବଲପୁର ୩୯.୭, କେନ୍ଦୁଝର ୩୯, ହୀରାକୁଦ ୩୮.୬ ଡିଗ୍ରୀ, ରାଉରକେଲା ୩୭ ଡିଗ୍ରୀ, ଗୋପାଳପୁର ୩୫.ଡିଗ୍ରୀ, ପୁରୀ ୩୪.୫ ଡିଗ୍ରୀ, ପାରାଦ୍ୱୀପ ୩୪.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

ଏହାପୂର୍ବରୁ ସକାଳ ସାଢେ ୮ଟା ସୁଦ୍ଧା ୧୮ ସହରର ତାପମାତ୍ରା ୩୦ ଡିଗ୍ରୀ ଅତିକ୍ରମ କରିଥିଲା। ୩୫.୮ ଡିଗ୍ରୀ ସହ ତାଳଚେର ସବୁଠୁ ଉତ୍ତପ୍ତ ସହର ପାଲଟିଛି । ଅନୁଗୁଳ ଓ ବାଲେଶ୍ୱରରେ ୩୫ ଡିଗ୍ରୀ, ଜଗତସିଂହପୁରରେ ୩୪.୮, ଭବାନୀପାଟଣା, ନୟାଗଡ଼ ଓ ବାରିପଦାରେ ୩୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ଭୁବନେଶ୍ୱରରେ ପାରଦ ୩୩.୪ ଡିଗ୍ରୀ, ଆହୁରି ଦୁଇ ଦିନ ଯାଏ ତାତିରୁ ମିଳିବନି ନିସ୍ତାର । କିଛି ଅଞ୍ଚଳରେ ଦିନର ତାପମାତ୍ରା ୪୫ ଡିଗ୍ରୀ ଛୁଇଁବା ସମ୍ଭାବନା ରହିଛି ।

ଆଜିଠୁ ଆସନ୍ତା ରବିବାର ଅର୍ଥାତ ୨୦ ତାରିଖ ଯାଏଁ ରାଜ୍ୟର ୪ଟି ଜିଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ । ସେହି ଜିଲାଗୁଡିକ ହେଉଛି ମୟୂରଭଞ୍ଜ, ନୟାଗଡ, ନୂଆପଡା ଓ ଗଜପତି । ତେଣୁ ଏହି ୪ ଜିଲାକୁ ସିଭିୟର ହିଟ ୱେଭ ପାଇଁ ଦୁଇ ଦିନ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହ ଆବଶ୍ୟକ ସତର୍କତା ଅବଲମ୍ବନ କରିବାକୁ ସମସ୍ତଙ୍କୁ ପରାମର୍ଶ ଦିଆଯାଇଛି । ତେବେ ୨୦ ତାରିଖରୁ ୨୩ ତାରିଖ ମଧ୍ୟରେ ପାଗ ମେଘୁଆ ରହିବା ସହ କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି ।

 

 


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri