Posted inଜାତୀୟ

ଆଜି ପ୍ରଥମ ପର୍ଯ୍ୟାୟ ଭୋଟ:ଏହିସବୁ ହେଭିଓ୍ବେଟ୍‌ଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ

ନୂଆଦିଲ୍ଲୀ,୧9ା୪(ପି.ଟି.):ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ୨୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ ଆସନରେ ମତଦାନ ହେବାକୁ ଯାଉଛି। ଏହି ପର୍ଯ୍ୟାୟର ପ୍ରମୁଖ ପ୍ରାର୍ଥୀଙ୍କ ମଧ୍ୟରେ ରହିଛନ୍ତି କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ, ସର୍ବାନନ୍ଦ ସୋନୋଓ୍ବାଲ, ଭୂପେନ୍ଦ୍ର ଯାଦବ, ତ୍ରିପୁରାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିପ୍ଳବ ଦେବ, ତେଲଙ୍ଗାନାର ପୂର୍ବତନ ରାଜ୍ୟପାଳ ତାମିଲିସାଇ ସୌନ୍ଦରାରାଜନ୍‌, କଂଗ୍ରେସର ଗୌରବ ଗୋଗୋଇ, ଡିଏମ୍‌କେର କାନିମୋଝି ଏବଂ ଭାଜପାର କେ. ଆନ୍ନାମଲାଇ।
ଲୋକ ସଭା ନିର୍ବାଚନ ସହ ଶୁକ୍ରବାର ଅରୁଣାଚଳପ୍ରଦେଶ ବିଧାନସଭାର ୬୦ ଆସନ ଏବଂ ସିକିମ୍‌ର ୩୨ ବିଧାନସଭା ଆସନ ପାଇଁ ଏକସଙ୍ଗେ ମତଦାନ ହେବ। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ୧.୮୭ ଲକ୍ଷ ଭୋଟଦାନ କେନ୍ଦ୍ରରେ ୧୮ ଲକ୍ଷ ପୋଲିଂ କର୍ମଚାରୀ ନିୟୋଜିତ ହୋଇଛନ୍ତି। ମୋଟ ୧୬.୬୩ କୋଟି ଭୋଟର ଏହିସବୁ ବୁଥ୍‌ରେ ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ। ସେମାନଙ୍କ ମଧ୍ୟରୁ ୮.୪ କୋଟି ପୁରୁଷ ହୋଇଥିବାବେଳେ ୮.୨୩ କୋଟି ମହିଳା ଭୋଟର ଏବଂ ୧୧,୩୭୧ ତୃତୀୟ ଲିଙ୍ଗ। ଏହି ପର୍ଯ୍ୟାୟରେ ୩୫.୬୭ ଲକ୍ଷ ନୂଆ ଭୋଟର ମତଦାନ କରିବାକୁ ଥିବାବେଳେ ୨୦ରୁ ୨୯ ବର୍ଷ ବୟସର ୩.୫୧ କୋଟି ଯୁବ ଭୋଟର ରହିଛନ୍ତି। ଶୁକ୍ରବାର ତାମିଲନାଡୁର ସମସ୍ତ ୩୯ ଆସନରେ ମତଦାନ ହେବାକୁ ଥିବାବେଳେ ଉତ୍ତରାଖଣ୍ଡର ୫, ଅରୁଣାଚଳପ୍ରଦେଶର ୨, ମେଘାଳୟର ୨, ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜର ୧, ମିଜୋରାମର ୧, ନାଗାଲାଣ୍ଡର ୧, ପଣ୍ଡିଚେରୀର ୧, ସିକିମ୍‌ର ୧ ଏବଂ ଲାକ୍ଷାଦ୍ୱୀପର ୧ ଆସନରେ ଭୋଟଗ୍ରହଣ ହେବ। ଏହା ବ୍ୟତୀତ ରାଜସ୍ଥାନର ୧୨ ଆସନ, ଉତ୍ତରପ୍ରଦେଶର ୮, ମଧ୍ୟପ୍ରଦେଶର ୬, ଆସାମର ୫, ମହାରାଷ୍ଟ୍ରର ୫, ବିହାରର ୪, ପଶ୍ଚିମବଙ୍ଗର ୩, ମଣିପୁରର ୨ ଏବଂ ତ୍ରିପୁରା, ଜମ୍ମୁ-କଶ୍ମୀର ଏବଂ ଛତିଶଗଡ଼ର ଗୋଟିଏ ଲେଖାଏ ଆସନରେ ମତଦାନ କରାଯିବ। ଏହି ପର୍ଯ୍ୟାୟ ନିର୍ବାଚନ ଲାଗି ବୁଧବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଥିଲା।
ଛତିଶଗଡ଼ର ମାଓବାଦୀ ପ୍ରବଣ ବସ୍ତର ଆସନରେ ଶୁକ୍ରବାର ମତଦାନ ଥିବାରୁ ଏଥିପାଇଁ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ୧୧ ଜଣ ପ୍ରାର୍ଥୀ ନିର୍ବାଚନ ରଣାଙ୍ଗନରେ ଅବତୀର୍ଣ୍ଣ ହୋଇଥିବାବେଳେ ମତଦାନକୁ ବର୍ଜନ କରିବା ପାଇଁ ମାଓବାଦୀ ସଂଗଠନ ଆହ୍ବାନ ଦେଇଥିବାରୁ ସୁରକ୍ଷା ବଳ ପାଇଁ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ତେବେ ଗତ ୧୬ ତାରିଖରେ କଙ୍କେର ଜିଲାରେ ସୁରକ୍ଷା ବଳ ସହ ଏନ୍‌କାଉଣ୍ଟରରେ ବରିଷ୍ଠ କ୍ୟାଡରଙ୍କ ସମେତ ୨୯ ମାଓବାଦୀ ନିହତ ହୋଇଥିବାରୁ ସେମାନଙ୍କ ପାଇଁ ବଡ଼ ଝଟକା ଲାଗିଛି। ମାଓବାଦୀ ପ୍ରବଣ ଇଲାକାରେ ସକାଳ ୭ରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ମତଦାନ ହେବାକୁ ଥିବାବେଳେ ଅନ୍ୟ କେତେକ ସ୍ଥାନରେ ଅପରାହ୍ନ ୫ଟା ପର୍ଯ୍ୟନ୍ତ ମତଦାନ ହେବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି।
ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ମଧ୍ୟରୁ ୪୫୦ ଜଣ କୋଟିପତି ଥିବା ଆସୋସିଏଶନ ଫର୍‌ ଡେମୋକ୍ରାଟିକ୍‌ ରିଫମର୍‌ସ ରିପୋର୍ଟରୁ ଜଣାପଡ଼ିଛି, ଯାହାକି ମୋଟ ପ୍ରାର୍ଥୀ ସଂଖ୍ୟାର ୨୮ ପ୍ରତିଶତ। ଭାଜପା ପ୍ରାର୍ଥୀଙ୍କ ମଧ୍ୟରୁ ୯୦ ପ୍ରତିଶତ (୬୯ ଜଣ) କୋଟିପତି ହୋଇଥିବାବେଳେ କଂଗ୍ରେସର ୮୮%(୪୯ ଜଣ), ଏଆଇଏଡିଏମ୍‌କେର ୯୭% (୩୫ ଜଣ), ଏବଂ ଡିଏମ୍‌କେର ୯୬% (୨୧ ଜଣ) ପ୍ରାର୍ଥୀ କୋଟିପତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ବେଆଇନ ବେଟିଂ ଆପ ମାମଲାରେ ଇଡିର ବଡ଼ ଆକ୍ସନ: ପୂର୍ବତନ କ୍ରିକେଟର, ବଲିଉଡ ସେଲିବିଟ୍ରିଙ୍କ ସମ୍ପତ୍ତି ଜବତ, ଜାଣନ୍ତୁ କାହାଠୁ କେତେ…

ନୂଆଦିଲ୍ଲୀ,୧୯।୧୨: ବେଆଇନ ବେଟିଂ ଆପ ମାମଲାରେ ଇଡି ବଡ଼ ଆକ୍ସନ ନେଇଛି। ପୂର୍ବତନ କ୍ରିକେଟର ଓ ବଲିଉଡ ସେଲିବେଟ୍ରିଙ୍କ ସମ୍ପତ୍ତି ଜବତ କରାଯାଇଛି। ଯୁବରାଜ ସିଂଙ୍କ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

ପୁରୁଷୋତ୍ତମପୁର ସବ୍‌-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: କାର୍ଯ୍ୟାନୁଷ୍ଠାନ ଲାଗି ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍‌ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟି ଜମିର ପ୍ରକୃତ ମାଲିକଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି...

କେବେ ବୃଦ୍ଧି ହେବ ଦରମା ଆଉ କେତେ ବୃଦ୍ଧି ହେବ? ଅଷ୍ଟମ ବେତନ କମିଶନରକୁ ନେଇ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୯।୧୨: ସପ୍ତମ ବେତନ କମିଶନର କାର୍ଯ୍ୟକାଳ ଡିସେମ୍ବର ୩୧, ୨୦୨୫ରେ ଶେଷ ହେବାକୁ ଯାଉଛି, ଏବଂ ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ...

୯ ଦଫା ଦାବି ନେଇ ଗଣଧାରଣା ଦେଲେ ପାଚିକା ସଂଘ, ଦରମା ବୃଦ୍ଧି ନ ହେଲେ…

କେସିଙ୍ଗା,୧୯ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଚିକା ଓ ସହାୟିକା ମଜଦୁର ସଂଘ ସଭାନେତ୍ରୀ ରଶ୍ମିତା ହେର୍ନାଙ୍କ ନେତୃତ୍ୱରେ ୯ ଦଫା ଦାବି ନେଇ...

ପୁରୁଷୋତ୍ତମପୁର ତହସିଲଦାର ଭାବେ ଯୋଗଦେଲେ ମୃଣାଳିକା ରାଠୋର, ପ୍ରତିଶ୍ରୁତି ଦେଇ କହିଲେ…

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ତହସିଲଦାର ଭାବରେ ୨୦୨୪ ବ୍ୟାଚ୍‌ର ପ୍ରୋବେସନ ଆଇଏଏସ୍‌ ଅଫିସର ମୃଣାଳିକା ରାଠୋର ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri