ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ ୩ ଜଣ ଦୁର୍ବୃତ୍ତ ଧରିତ୍ରୀ ଖବରଦାତା ସରୋଜ ଜେନାଙ୍କୁ ଆକ୍ରମଣ କରିଛନ୍ତି। ଅଫିସରୁ କାମ ସାରି ସରୋଜ ବଡ଼ଗଡ଼ସ୍ଥିତ ଘରକୁ ଚାଲି ଚାଲି ଯାଉଥିବା ବେଳେ ବଡ଼ଗଡ଼ ଏସ୍‌ବିଆଇ ଏଟିଏମ୍‌ ପାଖରେ ୩ଜଣ ଦୁର୍ବୃତ୍ତ ଏହି କାଣ୍ଡ ଘଟାଇଛନ୍ତି। ୩ ଅଭିଯୁକ୍ତ ଏକ ସ୍କୁଟି (ଓଡି୦୨-ଟି-୨୫୦୯) ଯୋଗେ ସେହି ରାସ୍ତାରେ ସରୋଜଙ୍କୁ ପ୍ରଥମେ ଧକ୍କା ଦେଇଥିଲେ। ସରୋଜ ଏହାର ପ୍ରତିବାଦ କରିବାରୁ ଦୁର୍ବୃତ୍ତମାନେ ଉତ୍‌କ୍ଷିପ୍ତ ହୋଇ ଇଟା, ପଥରରେ ତାଙ୍କୁ ଆକ୍ରମଣ କରିଥିଲେ। ଆକ୍ରମଣରେ ସରୋଜଙ୍କ ମୁଣ୍ଡ ସମେତ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ସୃଷ୍ଟି ହୋଇ ରକ୍ତସ୍ରାବ ହୋଇଥିଲା। ପିସିଆର ଟିମ୍‌ ସେଠାରେ ପହଞ୍ଚତ୍ ସରୋଜଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲ ନେଇଥିଲା। ତେବେ ପ୍ରାଥମିକ ଚିକିତ୍ସା ପରେ ସରୋଜ ଏନେଇ ବଡ଼ଗଡ଼ ଥାନାରେ ଏତଲା ଦେଇଛନ୍ତି। ଅଭିଯୁକ୍ତମାନେ ସ୍ଥାନୀୟ ଅଞ୍ଚଳର ବୋଲି ପୋଲିସ ସନ୍ଦେହ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri