Odisha Elections 2024

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ କୋରାପୁଟ ବିଧାନସଭା ନିମନ୍ତେ କଂଗ୍ରେସ ଦଳ ପକ୍ଷରୁ କୃଷ୍ଣ କୁଲଦୀପ ପାର୍ଥୀପତ୍ର ଦାଖଲ କରିଥିଲେ। ଏହି ନାମାଙ୍କନ ପତ୍ର ଦାଖଲ ଆସନ୍ତା ୨୫ ପର୍ଯ୍ୟନ୍ତ ଚାଲିବ।

ଶୁକ୍ରବାର କଂଗ୍ରେସ ଏମପି ସପ୍ତଗିରି ଶଙ୍କର ଉଲାକାଙ୍କ ସମେତ ପୂର୍ବତନ ପଟ୍ଟାଙ୍ଗି ବିଧାୟକ ରାମ ଚନ୍ଦ୍ର କାଡାମ ଓ କୃଷ୍ଣ କୁଲଦୀପ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । କୋରାପୁଟ ସ୍ଥିତ ଗୁଣ୍ଡିଚା ମନ୍ଦିର ଠାରୁ କୋରାପୁଟିଆ ବାଜା, ନାଚ, ଗୀତ କରି କଂଗ୍ରେସ ଦଳୀୟ କର୍ମୀଙ୍କ ସହିତ ବିରାଟ ରାଲି କରି ଜ଼ିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଛନ୍ତି । ଏହି ରାଲିରେ ମୁଖ୍ୟ ଆକର୍ଷଣ ସାଜିଥିଲେ ଅଖିଳ ଭାରତ କଂଗ୍ରେସ କମିଟିର ସମ୍ପାଦକ ସାହା ନବାଜ ଚୌଧୁରୀ, ମିନାକ୍ଷୀ ନଟରାଜନ, ରବୀନ୍ଦ୍ର ଡୋଲଭି ଓ ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି। କୋରାପୁଟ ଜ଼ିଲାର ୫ ଗୋଟି ନିର୍ବାଚନ ମଣ୍ଡଳୀରୁ ୫ ହଜାରରୁ ଉର୍ଦ୍ଧ କର୍ମୀ ଏହି ରାଲିରେ ଯୋଗ ଦେଇଥିଲେ l ଏମପି ପ୍ରାର୍ଥି ସପ୍ତଗିରି ଶଙ୍କର ଉଲାକା ଜ଼ିଲାପାଳ ଭି କୀର୍ତି ଭାସନଙ୍କ ପାଖରେ ପ୍ରାର୍ଥି ପତ୍ର ଦାଖଲ କରିଥିବାବେଳେ ପଟ୍ଟାଙ୍ଗି ବିଧାନସଭା ପାର୍ଥି ରାମଚନ୍ଦ୍ର କାଡମ ସହକାରୀ ଉପଜିଲାପାଳ ଓ କୋରାପୁଟ ବିଧାୟକ ପ୍ରାର୍ଥି କୃଷ୍ଣ କୁଲଦୀପ ଉପ ଜ଼ିଲାପାଳ ବେଣୁଧର ଶାବରଙ୍କ ପାଖରେ ପ୍ରାର୍ଥିପତ୍ର ଦାଖଲ କରିଥିଲେ ।

ଆଜିର ଏହି ନାମାଙ୍କନ ପତ୍ର ଦାଖଲ ପରେ କଂଗ୍ରେସ ଶିବିରରେ ନିର୍ବାଚନୀ ଉଷ୍ମତା ବୃଦ୍ଧି ପାଇଛି। ଗତ ୫ ବର୍ଷର ରିପୋର୍ଟକୁ ନେଇ ସାଂସଦ ର୍ନିବାଚନ ମଇଦାନ କୁ ଓଲ୍ହାଇବେ ବୋଲି ସାଂସଦ ପ୍ରାର୍ଥି ସପ୍ତଗିରି ଶଙ୍କର ଉଲାକା କହିଥିବା ବେଳେ ରାଜ୍ୟ ସରକାରଙ୍କ ଦୁର୍ନୀତିକୁ ନେଇ ଦୁଇ ବିଧାୟକ ରାଜନୀତି ମଇଦାନରେ ନିର୍ବାଚନ ପ୍ରଚାର କରିବେ ବୋଲି କହିଛନ୍ତି । ଆଜିର ଏହି ମାମୁଁ ଭଣଜାଙ୍କ ଶକ୍ତି ପ୍ରଦର୍ଶନକୁ ଦେଖି ଲାଗୁଛି କୋରାପୁଟ ଜ଼ିଲାରେ ପୁଣି କଂଗ୍ରେସ ସଂଗଠନ ସକ୍ରିୟ ହୋଇ ଉଠିଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶା ବିକାଶ କରିବାରେ ବିଜେଡି ବିଫଳ ହୋଇଛି: ହେମା ମାଳିନୀ

ଭୁବନେଶ୍ୱର,୧୭।୫: ଗତ ୨୫ ବର୍ଷ ମଧ୍ୟରେ ଓଡିଶାର ବିକାଶ ପାଇଁ କିଛି କରି ନ ଥିବା ଅଭିଯୋଗ କରି ପୁଣିଥରେ ଭାଜପା ଶାସକ ବିଜେଡିକୁ ଟାର୍ଗେଟ...

ପ୍ରାର୍ଥୀ କିଏ ଆମେ ଜାଣିନୁ, ଚିହ୍ନ ଦେଖି ଭୋଟ୍‌ ଦେବୁ

ବରଗଡ଼ରୁ ଅନିଲ ଦାସ,୧୭ା୫: ବର୍ତ୍ତମାନ ଚାରିଆଡ଼େ ନିର୍ବାଚନ ଉଷ୍ମତା। ରାଜନେତାମାନେ ଘନଘନ ପ୍ରଚାରରେ ଆସୁଛନ୍ତି। ମାତ୍ର ଭୋଟରମାନେ ଏଥର ଆଉ ମିଥ୍ୟା ପ୍ରତିଶ୍ରୁତିକୁ ବିଶ୍ୱାସ କରୁନାହାନ୍ତି।...

ଖଲ୍ଲିକୋଟ ମର୍ଡର କେସ୍‌ର ତଦନ୍ତ କରିବ ଏସ୍‌ଆଇଟି

କଟକ,୨୭।୫(କାର୍ତ୍ତିକ ସାହୁ): ପୋଲିସ ମୁଖ୍ୟାଳୟ ପକ୍ଷରୁ ଗଠିତ ସ୍ବତନ୍ତ୍ର ତଦନ୍ତକାରୀ ଦଳ (ଏସ୍‌ଆଇଟି) ଖଲ୍ଲିକୋଟ ମର୍ଡର କେସ୍‌ର ତଦନ୍ତ କରିବ ବୋଲି ଜଣାପଡିଛି। ଏହି ସ୍ବତନ୍ତ୍ର...

କାଠ ଚୋରା ଚାଲାଣ ବେଳେ ଧରିଲା ବନ ବିଭାଗ

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହରପଡା ସେକ୍ସନ ମାଛଗଡ଼ ଦକ୍ଷିଣ ବିଟ ମିରିଖୋଜି ଗ୍ରାମ ବିରଳ ନଦୀକୂଳ ଜଙ୍ଗଲରୁ ଶୁକ୍ରବାର ସକାଳୁ କାଠ...

ଗଙ୍ଗାଧର ମେହେରଙ୍କୁ ସନ୍ଥ କବି କହିଦେଲେ ପାଣ୍ଡିଆନ୍‌:ଦେଖନ୍ତୁ ଭିଡିଓ

ସମ୍ବଲପୁର,୧୭।୫: ଏବେ ଚାଲିଛି ନିର୍ବାଚନୀ ଋତୁ। ଚାରିଆଡେ ନିର୍ବାଚନ ପ୍ରଚାର। ଗୋଟିଏ ପଟେ କେନ୍ଦ୍ରୀୟ ନେତା ଓଡ଼ିଶାରେ ଘନ ଘନ ପ୍ରଚାର କରୁଥିବାବେଳେ ବିଜେଡି ମଧ୍ୟ...

ବିରଞ୍ଚି ହତ୍ୟାକାରୀଙ୍କୁ କୋର୍ଟ ଚାଲାଣ

କେସିଙ୍ଗା,୧୭ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧିନସ୍ଥ ପରଲସିଙ୍ଗା ପଞ୍ଚାୟତ ନିକଟସ୍ଥ ରଏନ ପଡ଼ାର ବିରଞ୍ଚି ନାଏକ (୩୨)ଙ୍କ ହତ୍ୟାକାରୀ ଜିତୁ ଗୌଡ଼ (୧୯)ଙ୍କ...

ଭାଟକୁମରଡା ଆଦର୍ଶ ବିଦ୍ୟାଳୟର ସଫଳତା: ପୁନମ-ଦିପ୍ତିମୟୀ ଟପ୍ପର

ପୁରୁଷୋତ୍ତମପୁର, ୧୭।୫(ସିମାଞ୍ଚଳ ମିଶ୍ର): ଗଞ୍ଜାମଜିଲ୍ଲା ପୁରୁଷୋତ୍ତମପୁର ବ୍ଲକ ଭାଟକୁମରଡା ଆଦର୍ଶ ବିଦ୍ୟାଳୟ (ସିବିଏସଇ) ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ସଫଳତା ଆଣି ଗୌରବାନ୍ବିତ ହୋଇଛି।...

ଫାଇନାନ୍ସ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ: ରେକର୍ଡପତ୍ର ଜଳିପୋଡ଼ି ପାଉଁଶ

ବାଲେଶର ଅଫିସ,୧୭।୫: ବାଲେଶ୍ୱର ଜିଲାର ରେମୁଣା ଗୋଲେଇ ସ୍ଥିତ ଅନ୍ନପୂର୍ଣା ଫାଇନାନ୍ସ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଦୁର୍ଘଟଣାରେ କାର୍ଯ୍ୟାଳୟର ବହୁ ଦାମୀ ଆସବାବପତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri