Odisha Elections 2024

ଉପେନ୍ଦ୍ରଙ୍କ ଦିନରେ ନୁହେଁ, ରାତିରେ ଜମୁଛି ପ୍ରଚାର

ବାଲିଗୁଡା,୨୧।୦୪: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଭିନ୍ନ ରାଜନୈତିକ ଦଳ ନିଜ ନିଜ ପ୍ରାର୍ଥୀ ଘୋଷଣା କରିଛନ୍ତି। ଏବେ ପ୍ରାର୍ଥୀମାନେ ନିଜ ନିଜ ସମର୍ଥକମାନଙ୍କୁ ଧରି ଧୀରେ ଧୀରେ ରାଜନୈତିକ ଦଳର ପ୍ରଚାର ଆରମ୍ଭ କଲେଣି। ଦିନ ବେଳେ ଭୀଷଣ ଗ୍ରୀଷ୍ମ ପ୍ରବାହ ରହୁଥିବାରୁ ଲୋକଙ୍କ ହିତ ପାଇଁ ପାଣିପାଗ ବିଭାଗ ପକ୍ଷରୁ ଦିନ ୧୦ଟାରୁ ଦିନ ୩ ଟା ପର୍ଯ୍ୟନ୍ତ ଘରୁ ନ ବାହାରିବା ପାଇଁ ଅନୁରୋଧ କରିଛନ୍ତି। ଏହାକୁ ନଜରରେ ରଖି ବାଲିଗୁଡା କଂଗ୍ରେସ ପ୍ରାର୍ଥୀ ଉପେନ୍ଦ୍ର ପ୍ରଧାନ ସନ୍ଧ୍ୟା ହେଲେ ନିଜ ନିଜ ସମର୍ଥକ ମାନଙ୍କୁ ଧରି ଗାଁ ଗାଁ ବୁଲି ଖୋଲା ସ୍ଥାନରେ ପାଲ ପକାଇ ଲୋକଙ୍କୁ ଏକତ୍ରିତ କରି ନିର୍ବାଚନ ପ୍ରଚାର କରୁଥିବା ଦେଖିବାକୁ ମିଳୁଛି। ସନ୍ଧ୍ୟା ୫ ଟାରୁ ପ୍ରଚାର ଆରମ୍ଭ କରି ରାତି ୧୦ଟା ୧୧ଟା ପର୍ଯ୍ୟନ୍ତ ପ୍ରଚାର କରୁଛନ୍ତି।
କନ୍ଧମାଳ ଜିଲା ଆଦିବାସୀ ବହୁଳ ଜିଲା ହୋଇଥିବାରୁ ଏଠାକାର ବୃଦ୍ଧା ବୃଦ୍ଧ ଆଜି ବି ଓଡିଆ ଠିକ ଭାବେ ବୁଝିପାରନ୍ତି ନାହିଁ। ଏଣୁ କୁଇ ଓ ଓଡିଆ ଭାଷାରେ ଲୋକଙ୍କୁ ବୁଝାଉଛନ୍ତି ଉପେନ୍ଦ୍ର। ଚଳିତ ନିର୍ବାଚନରେ ଗାଁକୁ ରାସ୍ତା ଓ ଉଚିତ ସ୍ବାସ୍ଥ୍ୟ ସେବା, ଲୋକଙ୍କୁ ଶୁଦ୍ଧ ପାନୀୟ ଜଳ, ବିଦ୍ୟାଳୟରେ ଶିକ୍ଷକ ସମସ୍ୟା ଦୂର,ମୋବାଇଲ ସେବା ଉପଲବ୍ଧ ସହ ମହିଳାସ୍‌ମାନଙ୍କୁ ସ୍ବାବଲମ୍ବୀ କରିବା ମୁଖ୍ୟ ଦାବୀ ରହିଥିବା ବିଷୟ କଂଗ୍ରେସର ରାତ୍ରକାଳୀନ ପ୍ରଚାର ସଭାରେ ଦେଖିବାକୁ ମିଳିଛି। ତେବେ ବାଲିଗୁଡା ନିର୍ବାଚନ ମଣ୍ଡଳୀରେ ତ୍ରିମୁଖୀ ପ୍ରତିଦ୍ୱନ୍ଦିତା ହେବ ବୋଲି ଜଣାପଡୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ଭିତରେ ପଶିଗଲା ବରଯାତ୍ରୀଙ୍କୁ ଧରି ଫେରୁଥିବା ଗାଡ଼ି

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ): ସଟର ଭାଙ୍ଗି ଦୋକାନ ଭିତରକୁ ପଶିଗଲା ସ୍କର୍ପିଓ। ଶୁକ୍ରବାର ବିଳମ୍ବିତ ରାତିରେ କଳାହାଣ୍ଡି ଜିଲା ଧର୍ମଗଡଠାରେ ଦ୍ରୁତ ଗତିରେ ବରଯାତ୍ରୀଙ୍କୁ ଧରି...

ହୋଟେଲ ରୁମ୍‌ରେ ପୋଲିସ କନ୍‌ଷ୍ଟେବଲଙ୍କୁ ହତ୍ୟା

ବଲାଙ୍ଗୀର,୧୮।୫(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସହର ରେଲୱେ ଷ୍ଟେଶନ୍‌ ନିକଟ ଏକ ହୋଟେଲ ରୁମ୍‌ରୁ ଜଣେ ବ୍ୟକ୍ତିଙ୍କ ହାତମୁହଁ ବନ୍ଧା ମୃତଦେହ ପୋଲିସ ଉଦ୍ଧାର କରରଯାଇଛି।...

‘୬ଷ୍ଠ ଥର ନବୀନ ମୁଖ୍ୟମନ୍ତ୍ରୀ ହେଲେ ଜମିଜମା ସମସ୍ୟାର ସମାଧାନ କରାଯିବ’

ଜଟଣୀ,୧୮ା୫(ରବୀନ୍ଦ୍ରନାଥ ମହାକୁଡ଼): ଓଡ଼ିଶାରେ ୬ଷ୍ଠ ଥର ପାଇଁ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହେଲେ ଜଟଣୀରେ ରହିଥିବା ଜମିଜମା ସମସ୍ୟାର ସମାଧାନ କରାଯିବ। ସମସ୍ତ ଏସ୍‌ଏଚ୍‌ଜି ମହିଳାଙ୍କୁ...

ପରିବହନକାରୀ ସଂସ୍ଥା କର୍ମଚାରୀଙ୍କଠାରୁ ୨୦ ଲକ୍ଷ ଜବତ

ବଡ଼ବିଲ,୧୮ା୫(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ଶୁକ୍ରବାର କିରିବୁ ଓ ସାଧୁସିଂ ହଟିଂ ଛକରେ ଯାନବାହନ ତନଖି ବେଳେ ୨୦ ଲକ୍ଷ ଟଙ୍କା ଜବତ...

ବିରୋଧୀ ମିଛ କହି କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ଅସମାପିକା ସାହୁ)/ସମ୍ବଲପୁର, (ପ୍ରମୋଦ ବହିଦାର)/ଅନୁଗୋଳ, (ଅମିତ କୁମାର ସାମଲ) / ଢେଙ୍କାନାଳ (ରତନ ନାୟାର)୧୮।୫: ରାଜ୍ୟର ୨ ଲୋକ ସଭା କ୍ଷେତ୍ରର ୪ ନିର୍ବାଚନମଣ୍ଡଳୀରେ ପ୍ରଚାର...

୨୫ ବର୍ଷ ଶାସନରେ ଓଡ଼ିଶା ୫୦ ବର୍ଷ ଖସିଛି: ଶାହା

ରାଉରକେଲା,୧୮ା୫(ବିପ୍ଲବ ରଞ୍ଜନ ଦାଶ): ଏଥର ସାରା ଓଡ଼ିଶାରେ ମଧ୍ୟ ପଦ୍ମ ଫୁଟିବ। ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଆସିଲେ ଦେଶରେ ୩୦କୋଟି ଦିଦି ଲକ୍ଷପତି,୩କୋଟି ଗରିବଙ୍କୁ...

ରାଜନୀତି ଜାଣିନି, କେବଳ କାମ କରିବା ଜାଣିଛି: ପାଣ୍ଡିଆନ୍‌

ଭୁବନେଶ୍ୱର, ୧୭।୫ (ବନ୍ଦନା ସେଠୀ) – ମୁଖ୍ୟମନ୍ତ୍ରୀ ସାଲିଆସାହିବାସୀଙ୍କ ଭଲ ଚାହାନ୍ତି। ପ୍ରାକୃତିକ ବିପର୍ଯ୍ୟୟ ବେଳେ ସେମାନଙ୍କ କଥା ଆଗ ଚିନ୍ତା କରନ୍ତି। ଅନ୍ୟ ରାଜନୈତିକ...

ବରଗଡ଼ରେ ଧର୍ମେନ୍ଦ୍ରଙ୍କ ରୋଡ୍‌ ଶୋ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ଦିବସ ଯେତିକି ପାଖେଇ ଆସୁଛି, ଅନୁରୂପ ଭାବେ ପ୍ରାର୍ଥୀଙ୍କ ପ୍ରଚାର ମଧ୍ୟ ଜୋର୍‌ ଧରିବାରେ ଲାଗିଛି। ବରଗଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri