ମାଳଦ୍ୱୀପ ରାଷ୍ଟ୍ରପତି ମୁଇଜୁଙ୍କୁ ବଡ଼ ସଫଳତା

ମାଲେ,୨୨ା୪:ମାଳଦ୍ୱୀପ ରାଷ୍ଟ୍ରପତି ମୋହମ୍ମଦ ମୁଇଜୁଙ୍କ ପିପୁଲ୍ସ ନ୍ୟାଶନାଲ କଂଗ୍ରେସ (ପିଏନ୍‌ସି)କୁ ରବିବାର ଅନୁଷ୍ଠିତ ସଂସଦୀୟ ନିର୍ବାଚନରେ ବଡ଼ ସଫଳତା ମିଳିଛି। ୯୩ ସଦସ୍ୟ ବିଶିଷ୍ଟ ପାର୍ଲାମେଣ୍ଟ (ମଜଲିସ୍‌) ପାଇଁ ମତଦାନ ହୋଇଥିବାବେଳେ ମାଳଦ୍ୱୀପ ନିର୍ବାଚନ କମିଶନଙ୍କ ପକ୍ଷରୁ ୮୬ ଆସନର ଫଳାଫଳ ଘୋଷଣା କରାଯାଇଛି। ସେଥିରୁ ପିଏନ୍‌ସି ୬୬ ଆସନ ଦଖଲ କରି ସ୍ପଷ୍ଟ ବହୁମତ ହାସଲ କରିଛି। ଚାଇନା ସପକ୍ଷବାଦୀ ତଥା ଭାରତ ବିରୋଧୀ ମୁଇଜୁଙ୍କ ଆଭିମୁଖ୍ୟକୁ ମାଳଦ୍ୱୀପବାସୀ ଦୃଢ଼ ସମର୍ଥନ ଜଣାଇଥିବା ଏହି ବିପୁଳ ବିଜୟରୁ ସ୍ପଷ୍ଟ ହୋଇଛି। ମୁଖ୍ୟ ବିରୋଧୀ ଦଳ ମାଲଡିଭିଆନ୍‌ ଡେମୋକ୍ରାଟିକ୍‌ ପାର୍ଟି (ଏମ୍‌ଡିପି) ୧୨ ଆସନରେ ସୀମିତ ରହି ଶୋଚନୀୟ ପରାଜୟ ବରଣ କରିଛି।
ଭାରତଠାରୁ ଦୂରେଇ ଯାଇ ଚାଇନା ପ୍ରତି ଢଳିଥିବା ମାଳଦ୍ୱୀପ ରାଷ୍ଟ୍ରପତି ମୋହମ୍ମଦ ମୁଇଜୁଙ୍କ ପାଇଁ ଏହି ନିର୍ବାଚନ ଏକ ଅଗ୍ନିପରୀକ୍ଷା ଥିଲା। ଗତ ସେପ୍ଟେମ୍ବରରେ ୪୫ ବର୍ଷୀୟ ମୁଇଜୁ ରାଷ୍ଟ୍ରପତି ନିର୍ବାଚିତ ହୋଇଥିଲେ। ଏହା ପରଠାରୁ ସେ ଭାରତ ବିରୋଧୀ ଆଭିମୁଖ୍ୟ ରଖିଆସିବା ସହ ଚାଇନା ସହ ସମ୍ପର୍କ ବଢ଼ାଇଚାଲିଛନ୍ତି। ନିକଟରେ ମାଳଦ୍ୱୀପର ଏକ ହାଇପ୍ରୋଫାଇଲ୍‌ ଭିତ୍ତିଭୂମିର ଠିକା କାର୍ଯ୍ୟ ସେ ଚାଇନାର ସରକାରୀ କମ୍ପାନୀକୁ ପ୍ରଦାନ କରିଛନ୍ତି। ଏହି ଦ୍ୱୀପଦେଶକୁ ସହାୟତା ପାଇଁ ସେଠାରେ ଅବସ୍ଥାପିତ ଥିବା ଭାରତୀୟ ସୈନ୍ୟମାନଙ୍କୁ ସେ ଫେରାଇ ଦେଇଛନ୍ତି। ବର୍ତ୍ତମାନ ଯାଏ ପାର୍ଲାମେଣ୍ଟରେ ଭାରତ ସପକ୍ଷବାଦୀ ଏମ୍‌ଡିପି ସଂଖ୍ୟାଗରିଷ୍ଠ ରହିଥିଲା। ଏବେ ପିଏନ୍‌ସି ବିଜୟୀ ହୋଇଥିବାରୁ ଭାରତ ବିରୋଧୀ ନୀତି ଆପଣାଇବାକୁ ମୁଇଜୁଙ୍କୁ ଅଧିକ କ୍ଷମତା ମିଳିବ, ଯାହାକି ନୂଆଦିଲ୍ଲୀ ପାଇଁ ଚିନ୍ତାର କାରଣ ହୋଇପାରେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri