ବିଦ୍ୟୁତ୍‌ ଆଘାତରେ ବାପାଙ୍କ ଜୀବନ ଗଲା, ପୁଅ ଗୁରୁତର

ହିଞ୍ଜିଳିକାଟୁ,୨୨ା୪(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତଥା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମରେ ସୋମବାର ସକାଳେ ପରିବା ବାଡ଼ିରେ ଛିଡ଼ି ପଡ଼ିଥିବା ଏକ ଉଚ୍ଚ ଶକ୍ତି ସମ୍ପନ୍ନ ତାର ସଂସ୍ପର୍ଶରେ ଆସି ବାପାଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କୁ ଉଦ୍ଧାର କରିବା ପାଇଁ ଯାଇ ପୁଅ ଗୁରୁତର ହୋଇଛନ୍ତି। ମୃତକ ଜଣଙ୍କ ହେଲେ ଆଡ଼ପଡ଼ା ଗ୍ରାମର କୋରା ବେହେରା (୬୫) ଓ ପୁଅ ଗୁରୁତର ତୋଫାନ (୪୨)। ଖବର ପାଇ ଆଡ଼ପଡ଼ା ଫାଣ୍ଡି ଅଧିକାରୀ ଅନନ୍ତ ଶବର ଓ ଗ୍ରାମବାସୀ ଘଟଣାସ୍ଥଳରୁ ବାପା ଓ ପୁଅଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଆଡ଼ପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର କୋରାଙ୍କୁ ମୃତ ଘୋଷଣା କରିଥିଲେ। ତୋଫାନଙ୍କ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା।

ପ୍ରକାଶ ଯେ, ସୋମବାର ସକାଳେ ଉଭୟ ବାପା ଓ ପୁଅ ଗ୍ରାମ ନିକଟରେ ନିଜ ପରିବା ଚାଷ ଜମିକୁ ଯାଇଥିଲେ। ଚାଷଜମିରେ କାମ ସାରି ଫେରୁଥିବା ବେଳେ ଜମି ଉପରି ଯାଇଥିବା ଏକ ଉଚ୍ଚ ଶକ୍ତି ସମ୍ପନ୍ନ ବିଦ୍ୟୁତ୍‌ ତାର ଖସି ବାପା କୋରାଙ୍କ ଉପରେ ପଡ଼ିଥିଲା। ତାଙ୍କୁ ଉଦ୍ଧାର କରିବା ପାଇଁ ଯାଇ ପୁଅ ତୋଫାନ ଗୁରୁତର ହୋଇଥିଲେ। ଆଖପାଖରେ କାମ କରୁଥିବା ଅନ୍ୟ ଚାଷୀମାନେ ଏହା ଜାଣି ବିଦ୍ୟୁତ୍‌ ସରବରାହ ବିଚ୍ଛିନ୍ନ କରିଥିଲେ।
ଏ ନେଇ ହିଞ୍ଜିଳି ପୋଲିସ ଥାନାରେ କେସ୍‌ ନଂ ୩୯୯/୨୪ ରେ ଏକ ମାମଲା ରୁଜୁ କରି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଥିଲେ। ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri