Odisha Elections 2024

ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି। ହିଞ୍ଜିଳିକାଟୁ ସହରରେ ଗତ ଶନିବାର ରାତିରେ ୨ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ସଂଘର୍ଷରେ ଉଭୟ ପକ୍ଷର ବହୁ ବ୍ୟକ୍ତି ଆହତ ହୋଇଥିବା ବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି । ଜଣେ ବ୍ରହ୍ମପୁର ବଡ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ଉଭୟ ପକ୍ଷରୁ ଥାନାରେ ଅଭିଯୋଗ ହୋଇଛି। ପୋଲିସ ଗୋଟିଏ ପକ୍ଷର ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ମାନେ ହେଲେ ହିଞ୍ଜିଳିକାଟୁ ପୌରାଞ୍ଚଳ ଶଶିଭୂଷଣ ମାର୍ଗର ବନମାଳୀ ନାଇକ(୨୦), ଜିତୁ ବେହେରା (୧୯) ଓ ସୁମନ ମୁଖି(୨୦)। ଗିରଫ ମାନଙ୍କ ବିରୋଧରେ ହତ୍ୟା ଉଦ୍ୟମ ଭଳି ସଙ୍ଗୀନ ମାମଲାରେ ପୋଲିସ କୋର୍ଟ ଚାଲାଣ କରିଛି।
ପ୍ରକାଶ ଯେ, ଶନିବାର ରାତି ପ୍ରାୟ ୧୦ଟାରେ ଜୟ ମଙ୍ଗଳ ସାହିର ଅଚି ବେହେରା ସୁନାମୀ ଢିମିରା ଅଞ୍ଚଳରୁ ଫେରୁଥିବା ବାଟରେ ୬ରୁ ଉଦ୍ଧର୍‌ବ ଯୁବକ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଅଚି ଉପରେ ଆକ୍ରମଣ କରିଥିଲେ। ଏହି କଥା ଅଚି ଆସି ତାଙ୍କର ସାହି ଲୋକଙ୍କୁ ଜଣାଇଥିଲେ। ସାହିର କିଛି ବ୍ୟକ୍ତି ଏହାକୁ ନେଇ ଆକ୍ରମଣ କରିଥିବା ବ୍ୟକ୍ତିମାନଙ୍କୁ ପଚାରିବାରୁ ସେମାନେ ସଙ୍ଗବଦ୍ଧ ହୋଇ ଆକ୍ରମଣ କରିଥିବା ଅଚି ଥାନାରେ ଅଭିଯୋଗ କରିଛନ୍ତି। ଥାନାରେ ନଂ ୩୯୪/୨୪ରେ ୭ରୁ ଉଦ୍ଧର୍‌ବ ବ୍ୟକ୍ତି ଙ୍କ ବିରୋଧରେ ମାମଲା ରୁଜୁ ହୋଇଛି।
ଅନ୍ୟ ପକ୍ଷରେ ଲିପୁ ଦାସ ଏକ ପାଲଟା ଅଭିଯୋଗ କରିଛନ୍ତି ଯେ, ଶନିବାର ରାତି ରେ ସେ ଓ ତାଙ୍କ ସାଙ୍ଗ ଜଗନ ପଟ୍ଟନାୟକ ଘରେ କଥା ହେଉଥିଲେ। ଏହି ସମୟରେ ୨ଜଣ ଏକ ବାଇକରେ ଘର ସାମ୍ନାକୁ ଆସି ଅଶ୍ଲୀଳ ଭାଷାରେ ଗାଳି ଗୁଲଜ କରିବା ସହ ଧମକ ଦେଇଥିଲେ। ସେମାନେ ଏହାର ପ୍ରତିବାଦ କରିବାରୁ ଖଣ୍ଡା, ଛୁରି ଓ ଠେଙ୍ଗା ଭଳି ମାରଣାସ୍ତ୍ର ଧରି ପ୍ରାୟ ୧୨ ରୁ ୧୫ ଜଣ ସଂଘବଦ୍ଧ ଭାବରେ ଲିପୁ ଓ ଜଗନଙ୍କ ଉପରେ ମରଣାତ୍ମକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ଉଭୟ ଲିପୁ ଓ ଜଗନ ଗୁରୁତର ଆହତ ହୋଇଛନ୍ତି। ତେବେ ଜଗନଙ୍କ ଅବସ୍ଥା ଅତ୍ୟଧିକ ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। ଲିପୁଙ୍କ ଅଭିଯୋଗ କ୍ରମେ ହିଞ୍ଜିଳି ଥାନା ରେ ନଂ: ୩୯୬/୨୪ରେ ହତ୍ୟା ଉଦ୍ୟମ ଭଳି ସଙ୍ଗୀନ ମାମଲା ରୁଜୁ ହୋଇଛି। ସୋମବାର ପୋଲିସ ଏହି ମାମଲାରେ ୩ ଜଣଙ୍କୁ ଗିରଫ କରିଛି।
ପ୍ରକାଶ ଯେ, ପୂର୍ବରୁ ବିଭିନ୍ନ ଯାତ୍ରା ଓ ଦଣ୍ଡ ନାଚ ବେଳେ ୨ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ, ବିବାଦ ଓ ମାରପିଟ ହୋଇଥିଲା। ଉଭୟ ଗୋଷ୍ଠୀର ବହୁ ଯୁବକ ଗିରଫ ଭୟରେ ଲୁଚି ବୁଲୁଥିବା ରହିଥିବା ବେଳେ ଉଭୟ ଗୋଷ୍ଠୀ ମଧ୍ୟରେ ଛକାପଞ୍ଝା ଓ ଅଶାନ୍ତି ଲାଗିରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ରାଜନୈତିକ ହିଂସା: ବଡ଼ ବୟାନ ଦେଲେ ମୃତ ଦିଲ୍ଲୀପଙ୍କ ସ୍ତ୍ରୀ

ଖଲ୍ଲିକୋଟ,୧୭।୫: ଖଲ୍ଲିକୋଟ ନିର୍ବାଚନୀ ହିଂସା ମାମଲାରେ ପ୍ରତିକ୍ରିୟା ରଖିଛନ୍ତି ମୃତ ଦିଲ୍ଲୀପଙ୍କ ସ୍ତ୍ରୀ। ସେ କହିଛନ୍ତି, ମୋ ସ୍ବାମୀ ଦଳ ପରିବର୍ତ୍ତନ କରିବାରୁ ତାଙ୍କୁ ହତ୍ୟା...

ବ୍ରହ୍ମପୁର ରାଜନୀତିରେ ବଡ଼ ହଲଚଲ, ଗିରଫ ହେଲେ କଂଗ୍ରେସ ପ୍ରାର୍ଥୀ

ବ୍ରହ୍ମପୁର,୧୭।୫: ବ୍ରହ୍ମପୁର ରାଜନୀତିରେ ଚହଳ। ଗିରଫ ହେଲେ କଂଗ୍ରେସ ପ୍ରାର୍ଥୀ। ଦିଗପହଣ୍ଡି ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ସୁଜିତ କୁମାରଙ୍କୁ ଗିରଫ କରିଛି ପୋଲିସ। ଜଣେ...

ଖଲ୍ଲିକୋଟ ନିର୍ବାଚନୀ ହିଂସା: କଡ଼ା ନିର୍ଦ୍ଦେଶ ଦେଲେ ଡିଜିପି ଅରୁଣ ଷଡ଼ଙ୍ଗୀ

କଟକ,୧୭।୫(ଅସମାପିକା ସାହୁ): ଏକ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (SIT)ଖଲ୍ଲିକୋଟ ହତ୍ୟା ମାମଲାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବ ବୋଲି ଡିଜିପି ଅରୁଣ କୁମାର ଷଡ଼ଙ୍ଗୀ ନିର୍ଦ୍ଦେଶ ଦେଇଛନ୍ତି।...

କଂଗ୍ରେସର ପ୍ରଚାର ଜୋରଦାର , ଭୋଟରଙ୍କ ମନମୋହୁଛନ୍ତି ଚିତ୍ରସେନ

ପୁରୁଷୋତ୍ତମପୁର,୧୭।୫ (ସିମାଞ୍ଚଳ ମିଶ୍ର): ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀରେ କଂଗ୍ରେସ,ବିଜେଡି ଓ ଭାଜପା ମଧ୍ୟରେ ତ୍ରୀମୁଖି ଲଢେଇ ହେଉଥିବାବେଳେ ପ୍ରଚାରରେ କଂଗ୍ରେସ ପ୍ରାର୍ଥୀ ଚିତ୍ରସେନ ବେହେରା (ଉଜଳ)...

ଖଲ୍ଲିକୋଟ ମର୍ଡର କେସ୍‌ର ତଦନ୍ତ କରିବ ଏସ୍‌ଆଇଟି

କଟକ,୨୭।୫(କାର୍ତ୍ତିକ ସାହୁ): ପୋଲିସ ମୁଖ୍ୟାଳୟ ପକ୍ଷରୁ ଗଠିତ ସ୍ବତନ୍ତ୍ର ତଦନ୍ତକାରୀ ଦଳ (ଏସ୍‌ଆଇଟି) ଖଲ୍ଲିକୋଟ ମର୍ଡର କେସ୍‌ର ତଦନ୍ତ କରିବ ବୋଲି ଜଣାପଡିଛି। ଏହି ସ୍ବତନ୍ତ୍ର...

ଭାଟକୁମରଡା ଆଦର୍ଶ ବିଦ୍ୟାଳୟର ସଫଳତା: ପୁନମ-ଦିପ୍ତିମୟୀ ଟପ୍ପର

ପୁରୁଷୋତ୍ତମପୁର, ୧୭।୫(ସିମାଞ୍ଚଳ ମିଶ୍ର): ଗଞ୍ଜାମଜିଲ୍ଲା ପୁରୁଷୋତ୍ତମପୁର ବ୍ଲକ ଭାଟକୁମରଡା ଆଦର୍ଶ ବିଦ୍ୟାଳୟ (ସିବିଏସଇ) ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ସଫଳତା ଆଣି ଗୌରବାନ୍ବିତ ହୋଇଛି।...

ଦାଦନ ରୋକିବାକୁ ପ୍ରୟାସ କରିବି: ଗୋକୁଳାନନ୍ଦ

ବ୍ରହ୍ମପୁର,୧୭ା୫(ଅଶୋକ କୁମାର ସାହୁ):: ଆସିକା ସଂସଦୀୟ କ୍ଷେତ୍ର ଅଧୀନ ପୋଲସରା ବିଧାନସଭା ନିର୍ବାଚନ ମଣ୍ଡଳୀରେ ୯ଜଣ ବିଧାୟକ ପ୍ରାର୍ଥୀ ହୋଇଛନ୍ତି। ବିଜେଡି ଓ ଭାଜପା ପୁରୁଣା...

କଂଗ୍ରେସ ବିଧାୟକ ପ୍ରାର୍ଥୀ ଗିରଫ

ବ୍ରହ୍ମପୁର,୧୭ା୫(ସୁବାସ ଚନ୍ଦ୍ର ପାଢ଼ୀ):ଗଞ୍ଜାମ ଜିଲାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପରେ ରାଜନୈତିକ ହିଂସା ବଢ଼ିବାରେ ଲାଗିଛି। ଗତ ୧୩ ତାରିଖରେ ବ୍ରହ୍ମପୁର ଲୋକ ସଭା ପ୍ରାର୍ଥୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri