କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି ଅବସରରେ ହିଞ୍ଜିଳିକାଟୁ ବ୍ଲକ ସମରଝୋଳ ଛକ ଓ ଶେରଗଡ଼ ବସଷ୍ଟାଣ୍ଡ ନିକଟରେ ୨ଟି ଦଳୀୟ ସଭାରେ ଉଦବୋଧନ ଦେବେ। ଅନ୍ୟ ପକ୍ଷରେ ନବୀନଙ୍କ ଏହି ନିର୍ବାଚନ ପ୍ରଚାର ଗସ୍ତକୁ ନେଇ ଦଳୀୟ ନେତା କର୍ମୀ ମହଲରେ ଉତ୍ସାହ ସୃଷ୍ଟି ହୋଇଛି। ପ୍ରତ୍ୟେକ ସଭାରେ ଅଧିକରୁ ଅଧିକ ସଂଖ୍ୟାରେ ଜନ ସମାଗମ ନିମନ୍ତେ ନେତା ଓ କର୍ମୀମାନେ ଲାଗି ପଡିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ସହ ବିଜେଡ଼ି ନେତା ଭିକେ ପାଣ୍ଡିଆନ ମଧ୍ୟ ଏହି ସଭାରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଏଥିସହ ଆସିକା ଏମପି ପ୍ରାର୍ଥୀନୀ ରଞ୍ଜିତା ସାହୁଙ୍କ ସମେତ ଜିଲାର ବହୁ ପ୍ରାର୍ଥୀ, ପ୍ରାର୍ଥୀନୀ ଓ ନେତା ଉପସ୍ଥିତ ରହିବେ। ଉଭୟ କାର୍ଯ୍ୟକ୍ରମ ନିମନ୍ତେ ସଭାସ୍ଥଳରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ପୋଲିସ ଉଚ୍ଚ ଅଧିକାରୀମାନେ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥା ତଦାରଖ କରୁଛନ୍ତି। ସଭାରେ ଦଳର ପ୍ରଚାର ପ୍ରସାର ସୁବନ୍ଦୋବସ୍ତ ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିନିଧି ଶରତ ଚନ୍ଦ୍ର ମହାପାତ୍ର, ବିଜେଡ଼ି ସଭାପତି ସୁରେନ୍ଦ୍ର ପ୍ରଧାନ, ଡି ବିଶ୍ବନାଥ , ଯୁବ ବିଜେଡ଼ି ସଭାପତି ସନ୍ତୋଷ ପଟ୍ଟନାୟକ, ସଞ୍ଜୟ ପଣ୍ଡା, ନୀଳମଣି ପଟ୍ଟନାୟକ ପ୍ରମୁଖଙ୍କ ସହ ବରିଷ୍ଠ ନେତା ମାନେ ତଦାରଖ କରୁଛନ୍ତି।

ଅନ୍ୟ ପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ଭିଡିଓ ଏଥର ଯୋଡ଼ି ଶଙ୍ଖ, ଗୋଟିଏ ଏମଏଲଏ ଓ ଅନ୍ୟଟି ଏମପି ପାଇଁ ସୋସିଆଲ ମିଡିଆରେ ବେଶ ଟ୍ରେଣ୍ଡିଂ ହୋଇଛି। ତେଣୁ ଗତ ସମସ୍ତ ନିର୍ବାଚନ ପରି ଚଳିତ ନିର୍ବାଚନରେ ବିଜେଡ଼ି ସୁପ୍ରିମୋ ହିଞ୍ଜିଳିରୁ ଯୋଡି ଶଙ୍ଖରେ ଭୋଟ ପ୍ରଚାର ଆରମ୍ଭ ଭୋଟରଙ୍କ ମଧ୍ୟରେ ବେଶ ପ୍ରଭାବ ବିସ୍ତାର କରିବ ବୋଲି ରାଜ୍ୟ ସାଧାରଣ ସମ୍ପାଦକ ଦେବାନନ୍ଦ ମହାପାତ୍ର, ହିଞ୍ଜିଳିକାଟୁ ନଗର ଯୁବ ବିଜେଡ଼ି ସଭାପତି ସଞ୍ଜୟ ପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ ବାଂଲାଦେଶରେ ପୁଣି ହିଂସା, ଢାକାରେ ବୋମା ବିସ୍ଫୋରଣ

ଢାକା,୨୫।୧୨: ନିର୍ବାସିତ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ନେତା ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ, ରାଜଧାନୀ ଢାକା ପୁଣି ଥରେ ହିଂସା ବଢି ଯାଇଥିଲା। ଖ୍ରୀଷ୍ଟମାସ...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...

ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗରେ ଦଙ୍ଗା

ଗୁଆହାଟୀ,୨୫ା୧୨: ଆସାମର ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗ ଜିଲାରେ ମଙ୍ଗଳବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଉତ୍ତେଜନା ଜାରି ରହିଛି। ବିକ୍ଷୋଭକାରୀମାନେ ଦଙ୍ଗା ସୃଷ୍ଟି କରିବା ସହ ବହୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri