Odisha Elections 2024

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ ବ୍ଲକ ସମରଝୋଳ ଛକ ଚକ୍ଷୁ ଚିକିତ୍ସାଳୟ ନିକଟସ୍ଥ ମେଘମାଳା ମୋଠାରେ ଆୟୋଜିତ କାର୍ଯ୍ୟକ୍ରମରେ ୨୦୨୪ ନିର୍ବାଚନ ପ୍ରଚାର ଆରମ୍ଭ କରି ବହୁତ ଖୁସି ବୋଲି ନବୀନ କହିଛନ୍ତି। ସଭାକୁ ସମ୍ବୋଧିତ କରି ସୁପ୍ରିମୋ କହିଛନ୍ତି, ହିଞ୍ଜିଳିରୁ ହିଁ ଆରମ୍ଭ ହେଲା ବିଜୁ ଜନତାଦଳର ଜୟଯାତ୍ରା। ବିଜୟର ଶଙ୍ଖଧ୍ବନି। ଅନ୍ୟ ପକ୍ଷରେ ବିକାଶ ହେଉଛି ଆମର ପରିଚୟ ବୋଲି ନବୀନ ସଭାରେ କହିଛନ୍ତି। କିନ୍ତୁ ବିରୋଧୀ ଦଳଗୁଡ଼ିକ ସବୁବେଳେ ସବୁ କଥାରେ ରାଜନୀତି କରୁଛନ୍ତି। ବିକାଶକୁ ବିରୋଧ କରିଆସୁଛନ୍ତି ଓ ଅପପ୍ରଚାର କରୁଛନ୍ତି ବୋଲି ନବୀନ କହିଛନ୍ତି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ, ଏକାମ୍ର ପ୍ରକଳ୍ପ ଓ ସମଲେଇ ପ୍ରକଳ୍ପର ସବୁ କ୍ଷେତ୍ରରେ ସେମାନଙ୍କ ବିରୋଧୀ ମନୋଭାବ ରହୁଛି ବୋଲି କହିଛନ୍ତି। ବିରୋଧୀଙ୍କ ଅସଲ ରୂପ ଲୋକ ଜାଣିଛନ୍ତି। ବିକାଶକୁ ବିରୋଧ କରି କେହି କେବେ ସଫଳ ହୋଇ ନାହାନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି-ଭାଜପା ମୁଦ୍ରାର ଉଭୟ ପାର୍ଶ୍ୱ : ସଚିନ୍‌

ବାଲେଶ୍ୱର(ମାନସ ବିଶ୍ୱାଳ)/ ଭୋଗରାଇ(ପ୍ରଦୀପ ଦାସ), ୧୯।୫: ‘ଲୋକେ ଜାଣିଗଲେଣି ବିଜେଡି ଓ ଭାଜପା ଗୋଟିଏ ମୁଦ୍ରାର ଉଭୟ ପାର୍ଶ୍ୱ’, ଜାତୀୟ କଂଗ୍ରେସର ସାଧାରଣ ସମ୍ପାଦକ ତଥା...

ଭାଜପା ପ୍ରାର୍ଥୀଙ୍କର ୧୨ ଗାଡ଼ି, ୧୧୫୦ ଗ୍ରାମ୍‌ ସୁନା

ରାଜନଗର, ୧୯ା୫(ଭାସ୍କର ରାଉତରାୟ)ରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ନିର୍ବାଚନ ମଇଦାନରେ ୯ ପ୍ରାର୍ଥୀ ଅଛନ୍ତି। ଶାସକ ବିଜେଡିରୁ ଧ୍ରୁବ ଚରଣ ସାହୁ, କଂଗ୍ରେସରୁ ଅଶୋକ କୁମାର...

ଭୋଟ୍‌ ବେଲେ ମାଗି ଆଏସନ୍‌

ସୁନ୍ଦରଗଡ଼ରୁ ଅନିଲ ଦାସ,୧୯ା୫: ଭୋଟ୍‌ ବେଲେ ମାଗି ଆଏସନ୍‌, ପଛେ ଦେଖା ନି ମିଲେ। ଏହାର ଅର୍ଥ ନେତାମାନେ ନିିର୍ବାଚନ ସମୟରେ ଭୋଟ ମାଗିବାକୁ ଘରକୁ...

ଡିଜିପି ପରିବର୍ତ୍ତନ ଦାବି କଲା ଭାଜପା

ଭୁବନେଶ୍ୱର,୧୯।୫(ଅନୁରାଧା ମହାରଣା)ନିର୍ବାଚନ ହାରିବା ଭୟରେ ବିଜେଡି ସରକାରୀ କଳ, ବଳର ଅପବ୍ୟହାର କରିବା ସହ ରକ୍ତମୁଖା ହୋଇ ଭାଜପା କାର୍ଯ୍ୟକର୍ତ୍ତାଙ୍କ ଉପରେ ମରଣାନ୍ତକ ଆକ୍ରମଣ କରୁଛି।...

ଦାଦନ, ଭାଗଚାଷ ବଢ଼ାଇଛି ଲୋକଙ୍କ ଦୁଃଖ

ଆସିକାରୁ ସୁନୀତ ମିଶ୍ର, ୧୯ା୫ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଗତ ୧୩ ତାରିଖରେ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୨୦ ତାରିଖରେ ଆଉ ୫ ଲୋକ ସଭା...

ବିକାଶ ହିଁ ଆମର ପ୍ରସଙ୍ଗ: ଦେବେଶ ଆଚାର୍ଯ୍ୟ

ବରଗଡ଼ ଜିଲାରେ ଦେବେଶ ଆଚାର୍ଯ୍ୟ ଏକ ପରିଚିତ ଚେହେରା। ପଦ୍ମଶ୍ରୀ କୃତାର୍ଥ ଆଚାର୍ଯ୍ୟଙ୍କ ନାତି ତଥା ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ଆନନ୍ଦ ଆଚାର୍ଯ୍ୟଙ୍କ ସେ ପୁଅ।...

ଜମିପଟ୍ଟା ନ ଥିଲେ ମିଳୁନି ଜାତି ପ୍ରମାଣପତ୍ର

ସମ୍ବଲପୁର,୧୯।୫(ଭବାନୀ ଶଙ୍କର ଭୋଇ)ଶିକ୍ଷା କ୍ଷେତ୍ରରେ ମିଳୁଥିବା ବିଭିନ୍ନ ସରକାରୀ ସୁବିଧା ପାଇବା ପାଇଁ ଅନୁସୂଚିତ ଜାତି ଏବଂ ଜନଜାତ ଛାତ୍ରୀଛାତ୍ରଙ୍କ ପାଇଁ ଜାତି ପ୍ରମାଣ ପତ୍ରର...

ପାଣିଟାଙ୍କି ଉପର ପାଲଟିଛି ମୋବାଇଲ ନେଟ୍‌ୱର୍କ ଜୋନ୍‌

ବଲାଙ୍ଗୀର/ମୁରିବାହାଲ,୧୯ା୫ (ବୀରେନ୍ଦ୍ର କୁମାର ଝାଙ୍କର/ଶ୍ରୀବତ୍ସ ବେହେରା)ମୋବାଇଲ ଫୋନ୍‌ରେ କଥା ହେବା ପାଇଁ ଗ୍ରାମବାସୀଙ୍କୁ ଚଢ଼ିବାକୁ ପଡୁଛି ଗଁାରେ ଥିବା ପାଣିଟାଙ୍କି ଉପରକୁ। ଗଁାରେ ଲାଗି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri