ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। କଂଗ୍ରେସର ନୀତି ଆଦର୍ଶକୁ ବିଚାର କରି ତଥା ବିଧାୟକ ପ୍ରାର୍ଥୀ ପ୍ରଭାସକର ମହାପାତ୍ରଙ୍କ କାର୍ଯ୍ୟଦକ୍ଷତା, ନୀତି ଆଦର୍ଶକୁ ଭିତ୍ତିକରି ଉକ୍ତ ମିଶ୍ରଣ ପର୍ବରେ ସମିତି ସଭ୍ୟା, ଓ୍ବାର୍ଡସଦସ୍ୟ ଓ ବିଜେଡି କର୍ମୀମାନେ ମିଶ୍ରଣ ପର୍ବରେ ସାମିଲ ହୋଇଛନ୍ତ। କୋଷ୍ଠା ପଞ୍ଚାୟତର ରଣଜିତ ସିଂଙ୍କ ନେତୃତ୍ୱରେ ବର୍ତ୍ତମାନର ସମିତି ସଭ୍ୟା ନୟନା ପଲେଇ, ଅଭିମନ୍ୟୁ ନାଏକ, ଓ୍ବାର୍ଡ ସଭ୍ୟା ମିନତି ନାଏକ,ସଞ୍ଜୟ ବେହେରା,ଦୀପକ ସାଥୁଆ,ତରୁଣ ବେହେରା,ଚନ୍ଦ୍ରକାନ୍ତ ନାଏକ,ଅସୀମ ଦଳେଇ,ସଞ୍ଜୟ ନାଏକ, କାହ୍ନୁ ନାଏକ, ତପୁ ନାଏକ, ଲିଟୁ ଦେ, ସୁଶାନ୍ତ ବେରାଙ୍କ ସମେତ ୨୦ରୁ ଅଧିକ ନେତା ଓ କର୍ମୀ ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଥିଲେ। ସେହିପରି ବଡ଼ଭାଲିଆ ପଞ୍ଚାୟତର ଅବସରପ୍ରାପ୍ତ ଶିକ୍ଷକ ପରେଶଚନ୍ଦ୍ର ସି ମଧ୍ୟ କଂଗ୍ରେସରେ ଯୋଗଦେଇଥିଲେ l ପଳାସମୁଣ୍ଡୁଳି ପଞ୍ଚାୟତର ଆଶୁତୋଷ ମିଶ୍ରଙ୍କ ନେତୃତ୍ୱରେ ପୂର୍ବତନ ସମିତି ସଭ୍ୟ ଈଶ୍ୱର ଚନ୍ଦ୍ର ପାତ୍ର ଯୋଗଦେଇଥିଲେ l ତେବେ ଆଜି ମିଶ୍ରଣ ପର୍ବରେ ସାମିଲ ହୋଇଥିବା ଦୀପକ ସାଥୁଆ ବିଜୁ ଜନତା ଦଳର କର୍ମୀମାନଙ୍କୁ ଟାର୍ଗେଟ୍‌ କରି କହିଥିଲେ ବିଜେଡି କର୍ମୀ ବର୍ତ୍ତମାନ ଗୁଣ୍ଡାରାଜ କରୁଛନ୍ତି ଏବଂ ଯେଉଁମାନେ ଦଳ ଛାଡୁଛନ୍ତି କି ଅନ୍ୟ ଦଳରେ ମିଶୁଛନ୍ତି ସେମାନଙ୍କୁ ଧମକ ଚମକ ଦେଉଛନ୍ତି l ମିଶ୍ରଣ ପର୍ବରେ ମହାପାତ୍ରଙ୍କ ସହିତ ନିର୍ବାଚନମଣ୍ଡଳୀର ଯୁବ ସଭାପତି ତାପସ ରଞ୍ଜନ ରାଉତ, ମହିଳା ସଭାପତି ମଞ୍ଜୁତା ବେହେରା, ବରିଷ୍ଠ କଂଗ୍ରେସ ନେତା ଶୋଭାକର ମୁଖୀ, ଧ୍ରୁବେନ୍ଦ୍ରନାଥ ସି, ରାଜେଶ ପଢ଼ିହାରୀ, ଶଶଧର ବେହେରା ପ୍ରମୁଖ ଉପସ୍ଥିତ ଥିବା ବେଳେ ଯୁବନେତା ଶୁଭ କୁମାର ମହାନ୍ତ, ଅସିତ କୁମାର ବେହେରା,ସିଲଟୁ ଜେନା, ତାପସ ସିଂ ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri