Odisha Elections 2024

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩ ବିଦ୍ୟୁତ୍‌ ସବ୍‌ଷ୍ଟେଶନ ଆରମ୍ଭ ହୋଇଥିଲା। ଯାହା ବିଭାଗୀୟ ଦାୟିତ୍ୱହୀନତା ଓ ଖାମଖିଆଲ ମନୋଭାବ ଯୋଗୁ ଦୀର୍ଘ ୮ବର୍ଷ ପରେ ମଧ୍ୟ ଅଧାପନ୍ତରିଆ ଭାବେ ପଡ଼ିରହିଛି। ଫଳରେ ୫୦ ହଜାରରୁ ଊଦ୍ଧର୍‌ବ ବିଦ୍ୟୁତ୍‌ ଉପଭୋକ୍ତା ଲୋ ଭୋଲଟେଜ୍‌ ସମସ୍ୟା ସହ ଗ୍ରୀଷ୍ମ ପ୍ରବାହ ଯୋଗୁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳିଛି।
ଖବରରୁ ପ୍ରକାଶ, ଓପିଟିସିଏଲ୍‌ ମାଧ୍ୟମରେ ସୁତନଠାରେ ୩୩ କେଭି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ ପାଇଁ ରାଜ୍ୟ ସରକାରଙ୍କ ବିଦ୍ୟୁତ୍‌ ବିଭାଗ ପକ୍ଷରୁ ୬ କୋଟି ଟଙ୍କା ମଞ୍ଜୁର କରାଯାଇଥିଲା। ଏହି କାର୍ଯ୍ୟ ୨୦୧୬ଠାରୁ ଆରମ୍ଭ ହୋଇଥିଲାବେଳେ ଅଦ୍ୟାବଧି ଏହା ସମ୍ପୂର୍ଣ୍ଣ ହୋଇପାରିନାହିଁ। ଏହି ବିଦ୍ୟୁତ୍‌ ସବ୍‌ଷ୍ଟେଶନ ନିର୍ମାଣରେ ଅହେତୁକ ବିଳମ୍ବ ଯୋଗୁ ସୁତନ, ତରକୋର, କାନପୁର, ଟିକନା, ହାଟୁଆଦଣ୍ଡା ଓ ଭିଙ୍ଗୁରାଡି ସମେତ ୧୦ରୁ ଊଦ୍ଧର୍‌ବ ଗ୍ରାମର ୫୦ ହଜାର ଉପଭୋକ୍ତା ହଇରାଣ ହେଉଛନ୍ତି। ସୁତନ ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ ଦୀର୍ଘ ୮ବର୍ଷ ଧରି ଚାଲିଥିବାବେଳେ କେଉଁ କାରଣ ଓ ସମସ୍ୟା ଯୋଗୁ ତାହା ସମ୍ପୂର୍ଣ୍ଣ ହୋଇପାରୁନି, ତାହା ଓପିଟିସିଏଲ ତଦାରଖ କରିବା ସହିତ ଅବହେଳା ନା କାର୍ଯ୍ୟ ଦାୟିତ୍ୱରେ ଥିବା ଠିକାଦାର ସଂସ୍ଥା ପ୍ରତି ଅହେତୁକ ଅନୁକମ୍ପା ତାହା ତଦନ୍ତ ସାପେକ୍ଷ। ଏହି ସବ୍‌ଷ୍ଟେଶନ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ସମ୍ପୂର୍ଣ୍ଣ କରି ୬ଗୋଟି ଗ୍ରାମକୁ ନିରବଚ୍ଛିନ୍ନ ବିଦ୍ୟୁତ୍‌ ଯୋଗାଣ ପାଇଁ ରାଜ୍ୟ ମୁଖ୍ୟଶାସନ ସଚିବ, ବିଦ୍ୟୁତ୍‌ ବିଭାଗ ସଚିବ, ମୁଖ୍ୟ ନିର୍ବାଚନ ଅଧିକାରୀ, ପୁରୀ ଜିଲାପାଳ ଓ ଓପିଟିସିଏଲ୍‌ର ଉଚ୍ଚ କର୍ତ୍ତୃପକ୍ଷ ଦୃଷ୍ଟି ଦେଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ସୁତନ ସମେତ ୧୦ରୁ ଊଦ୍ଧର୍‌ବ ଗ୍ରାମର ଉପଭୋକ୍ତା ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଠକେଇ ମାମଲାର ନୂଆ ମୋଡ଼, ମାମଲା ପ୍ରତ୍ୟାହାର ପାଇଁ କୋର୍ଟରେ ଏତଲାକାରୀଙ୍କ ସତ୍ୟପାଠ

ବ୍ରହ୍ମପୁର,୧୯।୫(ସୁବାସ ଚନ୍ଦ୍ର ପାଢ଼ୀ): ଭାଜପା ଲୋକସଭା ପ୍ରାର୍ଥୀ ଡ. ପ୍ରଦୀପ ପାଣିଗ୍ରାହୀ ଟାଟା ମୋଟର୍ସ ନାଁରେ ଚାକିରି ଦେବାକୁ କହି ଅନେକ ଯୁବତୀ ଯୁବକଙ୍କଠାରୁ ଲକ୍ଷ...

ପିସି କାରବାରରୁ ଅଭାବୀ ବିକ୍ରି

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ)ବରଗଡ଼ ଜିଲାର ଜନସଂଖ୍ୟାରୁ ପ୍ରାୟ ୮୦ପ୍ରତିଶତ କୃଷକ ଏବଂ ଅଧିକାଂଶ ଧାନଚାଷ ଉପରେ ନିର୍ଭର କରନ୍ତି। କିନ୍ତୁ ଜିଲାରେ ଧାନ କିଣାବିକା ସମସ୍ୟା ସାଧାରଣରେ...

ବିଜେଡି-ଭାଜପା ମୁଦ୍ରାର ଉଭୟ ପାର୍ଶ୍ୱ : ସଚିନ୍‌

ବାଲେଶ୍ୱର(ମାନସ ବିଶ୍ୱାଳ)/ ଭୋଗରାଇ(ପ୍ରଦୀପ ଦାସ), ୧୯।୫: ‘ଲୋକେ ଜାଣିଗଲେଣି ବିଜେଡି ଓ ଭାଜପା ଗୋଟିଏ ମୁଦ୍ରାର ଉଭୟ ପାର୍ଶ୍ୱ’, ଜାତୀୟ କଂଗ୍ରେସର ସାଧାରଣ ସମ୍ପାଦକ ତଥା...

ଭାଜପା ପ୍ରାର୍ଥୀଙ୍କର ୧୨ ଗାଡ଼ି, ୧୧୫୦ ଗ୍ରାମ୍‌ ସୁନା

ରାଜନଗର, ୧୯ା୫(ଭାସ୍କର ରାଉତରାୟ)ରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ନିର୍ବାଚନ ମଇଦାନରେ ୯ ପ୍ରାର୍ଥୀ ଅଛନ୍ତି। ଶାସକ ବିଜେଡିରୁ ଧ୍ରୁବ ଚରଣ ସାହୁ, କଂଗ୍ରେସରୁ ଅଶୋକ କୁମାର...

ଭୋଟ୍‌ ବେଲେ ମାଗି ଆଏସନ୍‌

ସୁନ୍ଦରଗଡ଼ରୁ ଅନିଲ ଦାସ,୧୯ା୫: ଭୋଟ୍‌ ବେଲେ ମାଗି ଆଏସନ୍‌, ପଛେ ଦେଖା ନି ମିଲେ। ଏହାର ଅର୍ଥ ନେତାମାନେ ନିିର୍ବାଚନ ସମୟରେ ଭୋଟ ମାଗିବାକୁ ଘରକୁ...

ଦାଦନ, ଭାଗଚାଷ ବଢ଼ାଇଛି ଲୋକଙ୍କ ଦୁଃଖ

ଆସିକାରୁ ସୁନୀତ ମିଶ୍ର, ୧୯ା୫ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଗତ ୧୩ ତାରିଖରେ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୨୦ ତାରିଖରେ ଆଉ ୫ ଲୋକ ସଭା...

ବିକାଶ ହିଁ ଆମର ପ୍ରସଙ୍ଗ: ଦେବେଶ ଆଚାର୍ଯ୍ୟ

ବରଗଡ଼ ଜିଲାରେ ଦେବେଶ ଆଚାର୍ଯ୍ୟ ଏକ ପରିଚିତ ଚେହେରା। ପଦ୍ମଶ୍ରୀ କୃତାର୍ଥ ଆଚାର୍ଯ୍ୟଙ୍କ ନାତି ତଥା ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ଆନନ୍ଦ ଆଚାର୍ଯ୍ୟଙ୍କ ସେ ପୁଅ।...

ଜମିପଟ୍ଟା ନ ଥିଲେ ମିଳୁନି ଜାତି ପ୍ରମାଣପତ୍ର

ସମ୍ବଲପୁର,୧୯।୫(ଭବାନୀ ଶଙ୍କର ଭୋଇ)ଶିକ୍ଷା କ୍ଷେତ୍ରରେ ମିଳୁଥିବା ବିଭିନ୍ନ ସରକାରୀ ସୁବିଧା ପାଇବା ପାଇଁ ଅନୁସୂଚିତ ଜାତି ଏବଂ ଜନଜାତ ଛାତ୍ରୀଛାତ୍ରଙ୍କ ପାଇଁ ଜାତି ପ୍ରମାଣ ପତ୍ରର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri