ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା ତାତିକୁ ଅସହ୍ୟ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏଭଳି ସ୍ଥିତିରେ ଧାମନଗର ବ୍ଲକ ଅଞ୍ଚଳରେ ଗଢ଼ି ଉଠିଥିବା ବେଆଇନ ଇଟାଭାଟି ତାତିକୁ ଦ୍ୱିଗୁଣିତ କରିଛି। ବ୍ଲକର ବିଭିନ୍ନ ଗଁାରେ ବେଆଇନ ଭାବେ ପ୍ରତ୍ୟେହ ୨୦ରୁ ଊର୍ଦ୍ଧ୍ୱ ଇଟାଭାଟି ପୋଡ଼ାଯାଉଛି। ଭାଟିରେ କୋଇଲା ଜଳିବା ଦ୍ୱାରା ବାହାରୁଥିବା ଗରମ ଧୂଆଁ  ଗାଁ ଭିତରକୁ ପଶି ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି। ଟାଣ ଖରା ସାଙ୍ଗକୁ ଇଟାଭାଟିର ଗରମ ହାୱା ତତଲା ନିଅଁାରେ ଜାଳିବା ପରି ଅନୁଭୂତ ହେଉଛି।
ବିଶେଷ କରି ଦୋବଲରୁ ଖଡ଼ିପଦା, କାଞ୍ଜିଆପାଳ, ଆନନ୍ଦପୁର, ବେଦପୁର, ସୋହଡ଼ା, ସୋଧ, ଦଳାଙ୍ଗ, ଜାହାଙ୍ଗୀର, ଅର୍ଜୁନପୁର, ହସନାବାଦ, ଫଳପୁର ଆଦି ଅଞ୍ଚଳରେ ବହୁ ସଂଖ୍ୟାରେ ଇଟାଭାଟି ଚାଲୁଛି। ଘର ତିଆରିରେ ପୋଡ଼ା ଇଟାର ଚାହିଦାକୁ ନଜରରେ ରଖି ଗାଁ ଗହଳିରେ ଛୋଟମୋଟ ବେପାରୀ ପ୍ରବଳ ମାତ୍ରାରେ ମାଟି ଇଟା ପକାଉଛନ୍ତି। ପ୍ରଶାସନର ଅଙ୍କୁଶ ନ ଥିବାରୁ ସବୁ ନିୟମକୁ ଜଳାଞ୍ଜଳି ଦେଇ ବେଧଡ଼କ ଭାବେ ଇଟାଭାଟି ଚାଲୁଛି। ଗାଁ, ସ୍କୁଲ, ଆରାଧନାସ୍ଥଳୀଠାରୁ ୧.୫ କି.ମି. ଦୂର ଓ ନଦୀ, ନାଳ, ଜଳାଶୟଠାରୁ ସର୍ବନିମ୍ନ ୧ କି.ମି. ଦୂରରେ ଇଟାଭାଟି କରିବାକୁ କେନ୍ଦ୍ରୀୟ ପରିବେଶ ପ୍ରଦୂଷଣ ନିୟାମକ ବୋର୍ଡ ନିୟମାବଳୀ ଜାରି କରିଥିଲା। ଏହି ନିୟମ ଅବମାନନା ହେଉଥିଲେ ମଧ୍ୟ ତହସିଲ କିମ୍ବା ପରିବେଶ ବିଭାଗ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉ ନ ଥିବା ସ୍ଥାନୀୟ ଲୋକେ ଅଭିଯୋଗ କରୁଛନ୍ତି। ଏ ସମ୍ପର୍କରେ ତହସିଲଦାର ଦୀପକ ଦାସ କହିଛନ୍ତି, ଯେଉଁଠି ଇଟା ପଡ଼ୁଛି, ଖବର ମିଳିବା କ୍ଷଣି ଚଢ଼ାଉ ସହ ଜରିମାନା ଆଦାୟ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନର୍ମାଲ ଡେଲିଭରୀ ଚାହୁଁଥିଲେ ଆପଣାନ୍ତୁ…. ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ଟିପ୍ସ

ଭୁବନେଶ୍ୱର,୯।୧୨: ଆଜିକାଲି ସିଜେରିଆନ ଡେଲିଭରି ସଂଖ୍ୟା ବଢିବାରେ ଲାଗିଛି। ଯଦି ନର୍ମାଲ ଡେଲିଭରୀ ଚାହୁଁଛନ୍ତି ତେବେ ସରକାରୀ ହସ୍ପିଟାଲ୍‌କୁ ଯାଆନ୍ତୁ ବୋଲି ବିଧାନସଭାରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ...

ବଢ଼ିବ ବିଧାୟକ, ମନ୍ତ୍ରୀଙ୍କ ଦରମା: ଜାଣନ୍ତୁ କେତେ…

ଭୁବନେଶ୍ୱର,୮।୧୨: ବଢ଼ିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା। ପୂର୍ବତନ ବିଧାୟକଙ୍କର ପେନସନ ମଧ୍ୟ ବୃଦ୍ଧି ହେବ। ବିଧାୟକ, ମନ୍ତ୍ରୀ, ଉପବାଚସ୍ପତି ଓ ପୂର୍ବ ବିଧାୟକଙ୍କ ଦରମା,...

ଜାପାନ ଭୂକମ୍ପରେ ୩୩ ଆହତ, ପ୍ରଧାନମନ୍ତ୍ରୀ ଗଠନ କଲେ ଏମରଜେନ୍ସି ଟାସ୍କ ଫୋର୍ସ

ଟୋକିଓ,୯।୧୨: ସୋମବାର ରାତିରେ ଜାପାନରେ ୭.୫ ତୀବ୍ରତାର ଭୂମିକମ୍ପ ହେବା ପରେ ଲୋକମାନେ ଏବେ ବି ଭୟଭୀତ ଅଛନ୍ତି। ଭୂମିକମ୍ପ ପରେ ଜାପାନର ଉପକୂଳବର୍ତ୍ତୀ ଅଞ୍ଚଳରେ...

ସବୁଜ ଆମୋନିଆ ପ୍ଲାଣ୍ଟ ନିର୍ମାଣ ସ୍ଥାନ ଦେଖିଲା ଜିଲା ପ୍ରଶାସନ

ମହାକାଳପଡ଼ା, ୯ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲାରେ ସ୍ବାଧୀନତା ପରେ ଛୁଞ୍ଚତ୍ କାରଖାନାଟିଏ ନାହିଁ। ୨୪ବର୍ଷ ଶାସନ ବିଜେଡି ଅମଳରେ ଷ୍ଟିଲ ପ୍ଲାଣ୍ଟ ନିର୍ମାଣ ହେବା ପୂର୍ବରୁ...

ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁଙ୍କ ଶରଣ ପଶିଲେ ଟିମ୍‌ ଇଣ୍ଡିଆର ଖେଳାଳି

ଭୁବନେଶ୍ୱର,୯।୧୨: ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁ ଶୀ ଜଗନ୍ନାଥଙ୍କ ଶରଣ ପଶିଛନ୍ତି ଟିମ ଇଣ୍ଡିଆର ଖେଳାଳି। ପୁରୀ ଅଭିମୁଖେ ଟିମ ଇଣ୍ଡିଆର ୪ ଖେଳାଳି ବାହାରିଛନ୍ତି।...

ଗୌତମ ଗମ୍ଭୀରଙ୍କୁ ଟାର୍ଗେଟ କଲେ ଶାହିଦ ଆଫ୍ରିଦି, ରୋହିତ ଏବଂ ବିରାଟଙ୍କ ବିଷୟରେ କହିଲେ ଏମିତି, କ୍ରିକେଟ ଜଗତରେ ଚର୍ଚ୍ଚା

ନୂଆଦିଲ୍ଲୀ,୯।୧୨: ପୂର୍ବତନ ପାକିସ୍ତାନୀ ଅଧିନାୟକ ଶାହିଦ ଆଫ୍ରିଦି ପୁଣି ଥରେ ଭାରତୀୟ କ୍ରିକେଟ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ଏଥର ସେ ଟିମ ଇଣ୍ଡିଆର...

ଭାରତ ବିରୋଧରେ ପୁଣି ବିଷ ଓଗାଳିଲେ ମୁନିର

ଇସଲାମାବାଦ,୯।୧୨: ପାକିସ୍ତାନ ପ୍ରତିରକ୍ଷା ବାହିନୀର ମୁଖ୍ୟ (CDF), ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର କହିଛନ୍ତି ଯେ ପାକିସ୍ତାନ ଏକ ଶାନ୍ତିପ୍ରିୟ ଦେଶ ଏବଂ କାହାକୁ...

ପ୍ଲାଷ୍ଟିକ-ମୁକ୍ତ ପିକନିକ ଚ୍ୟାଲେଞ୍ଜ୍‌: ଶାଳ ପତ୍ର ବ୍ୟବହାର ପାଇଁ ସଂକଳ୍ପ

ଦାରିଙ୍ଗବାଡି, ୯/୧୨(ଅରୁଣ ସାହୁ):ଓଡିଶାର କଶ୍ମୀର ଦାରିଙ୍ଗବାଡିକୁ ଦୈନିକ ହଜାର ସଂଖ୍ୟାରେ ପର୍ଯ୍ୟଟକ ବୁଲିବାକୁ ଆସୁଛନ୍ତି । ଅଞ୍ଚଳରେ ବହୁଳ ପ୍ଲାଷ୍ଟିକ ବ୍ୟବହାର ପର୍ଯ୍ୟଟନ କ୍ଷେତ୍ରର ପରିବେଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri