Posted inଖେଳ

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ। ତେବେ ଏହି ଟୁର୍ନାମେଣ୍ଟକୁ ନେଇ ଆଇସିସି ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଆଇସିସି ଟିମ୍‌ ଇଣ୍ଡିଆର କିମ୍ବଦନ୍ତୀ କ୍ରିକେଟର ଯୁବରାଜ ସିଂହଙ୍କୁ ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ କରିଛି। ତାଙ୍କ ପୂର୍ବରୁ କିମ୍ବଦନ୍ତୀ ଧାବକ ଉସେନ ବୋଲ୍ଟଙ୍କୁ ମଧ୍ୟ ଆମ୍ବାସାଡାର ଭାବେ ନିଯୁକ୍ତ କରାଯାଇଥିଲା।

ଏପରି ନିଯୁକ୍ତି ପରେ ଯୁବରାଜ ଖୁସି ପ୍ରକାଶ କରି କହିଛନ୍ତି, ଟି-୨୦ ବିଶ୍ୱକପର କିଛି ସ୍ମରଣୀୟ ମୁହୂର୍ତ୍ତ ମୋର ମନେ ପଡ଼ି ଯାଉଛି। ଏହା ମଧ୍ୟରେ ଗୋଟିଏ ଓଭରରେ ୬ ଛକା ରହିଛି। ଏବେ ଏହି ସଂସ୍କରଣର ଅଂଶିଦାର ହେବାକୁ ଉତ୍ସାହିତ ଅଛି। ଏହା ଏଯାବତ ଖେଳାଯାଇଥିବା ସବଠାରୁ ବଡ଼ ସଂସ୍କରଣ ହେବ ବୋଲି ସେ କହିଛନ୍ତି।

ତେବେ ୨୦୦୭ ଟି-୨୦ ବିଶ୍ୱକପ୍‌ର ପ୍ରଥମ ସଂସ୍କରଣ ଭାରତ ଜିତିଥିବା ବେଳେ ଯୁବରାଜ ୬ ବଲରେ ୬ ଛକା ମାରି ରେକର୍ଡ କରିଥିଲେ। ଏବେ ସେ ବ୍ରାଣ୍ଡ ଆମ୍ବାସଡର ଭାବେ ନିଯୁକ୍ତି ପାଇଥିବାରୁ ଆମେରିକାରେ ହେବାକୁ ଥିବା ପ୍ରମୋସନାଲ କାର୍ଯ୍ୟକ୍ରମରେ ଭାଗ ନେବେ। ଏଥିସହ ଜୁନ ୯ରେ ବହୁ ପ୍ରତିକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ୍‌ର ମଧ୍ୟ ସେ ପ୍ରମୋସନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri