ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କାରେ ୩ଜଣ ବାଇକ ଆରୋହୀଙ୍କ ଜୀବନ ଚାଲିଯାଇଛି। ମୃତକ ହେଲେ ମୂଷାପାପୁଲି ଗ୍ରାମର ଜଣେ ଯୁବକ ହୋଇଥିବା ବେଳେ ଅନ୍ୟ ୨ଜଣ ଡେରଜାଙ୍ଗ ଅଞ୍ଚଳର ବୋଲି ଜଣାପଡିଛି।
ସେମାନେ ହେଲେ ୪୮ ବର୍ଷୀୟ କୃପା ଦେହୁରୀ, ୨୧ ବର୍ଷୀୟ ରାଜେନ୍ଦ୍ର ପ୍ରଧାନ ଓ ୧୭ ବର୍ଷୀୟ ସୁବ୍ରତ ପ୍ରଧାନ ।

ମିଳିଥିବା ସୂଚନା ମୁତାବକ, ଏକ ବାଇକ୍‌ ଯୋଗେ ୩ଜଣ ଏକ ବାଇକରେ ଗାଁରୁ ଅନୁଗୋଳ ଅଭିମୁଖେ ଯାଉଥିଲେ। ହେଲେ ପଞ୍ଚମହଲା ନିକଟରେ ପଛ ପଟୁ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ୍‌ ଭାରସାମ୍ୟ ହରାଇ ବାଇକ୍‌କୁ ଧକ୍କା ଦେଇଥିଲା। ଫଳରେ ୩ଜଣ ରାସ୍ତାରେ ଛିଟିକି ପଡି ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିବା ବେଳେ ରାସ୍ତାରେ ଗାଡ଼ି ଚଳାଚଳ ବନ୍ଦ ରହିଛି। ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିବାକୁ ଉଦ୍ୟମ କରୁଥିବା ବେଳେ ତାହା ସଫଳ ହୋଇପାରି ନାହିଁ। ମୃତକଙ୍କ ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚି ନ ଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍‌କୁ ଡରେନି ଏହି ସରକାର…’

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...

ପରିବାରଲୋକେ କରୁଥିଲେ ନାପସନ୍ଦ, ପ୍ରେମିକଙ୍କୁ ପାଇବାକୁ ଅପହରଣ ନାଟକ ରଚିଥିଲେ ପ୍ରେମିକା, ଏବେ ପୋଲିସ…

ଫୁଲବାଣୀ, ୨ା୧(ରାକେଶ କୁମାର ରାଉତ)- କନ୍ଧମାଳ ଜିଲା ଗୋଛାପଡା ଥାନା ଅଞ୍ଚଳର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ କେତେ ଜଣ ଯୁବକ ତାଙ୍କ ଗାଁ ନିକଟରୁ...

ରେଳବାଇ ଷ୍ଟାଣ୍ଡିଂ କମିଟି ବୈଠକ: ଜିଲାର ଦାବି ଉପସ୍ଥାପନ କଲେ ପାରଳାଖେମୁଣ୍ଡି ବିଧାୟକ

ପାରଳାଖେମୁଣ୍ଡି,୨ା୧(ଗିରିଧାରୀ ପରିଚ୍ଛା)-ରେଳବାଇ ଷ୍ଟାଣ୍ଡିଂ କମିଟି ବୈଠକ ପୁରୀଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି। ଏଥିରେ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ତଥା ରାଜ୍ୟସଭା ଏମ୍‌ପି ଡ. ସିଏମ୍‌ ରମେଶ...

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ପ୍ରଭାକର ସ୍ମାରକୀ ଭଲିବଲ୍‌ ଟୁର୍ନାମେଣ୍ଟ; ଫାଇନାଲକୁ ଗଲା ବ୍ରହ୍ମପୁର ପାଓ୍ବାର ସିକ୍ସ

ଦିଗପହଣ୍ଡି, ୨।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୫ମ ଦିବସ ଶୁକ୍ରବାର ପ୍ରଥମ...

କଲରାପତରିଆ ସହ ସମ୍ବର ଶିଙ୍ଘ ଜବତ ମାମଲା: ୬ଜଣଙ୍କୁ କୋର୍ଟ ଚାଲାଣ କଲା ଖଡ଼ିଆଳ ବନଖଣ୍ଡ

ଖଡ଼ିଆଳ,୨।୧(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ବନଖଣ୍ଡ ପକ୍ଷରୁ କଲରାପତରିଆ ବାଘ ଛାଲ ଏବଂ ଦୁଇଟି ସମ୍ବର ଶିଙ୍ଘ ଜବତ ମାମଲାରେ ଛଅଜଣ କୋର୍ଟ...

ଇଲେକ୍ଟ୍ରୋନିକ୍ସ ହବ୍ ହେବ ଭାରତ: ଘରୋଇ ଉତ୍ପାଦନ ବୃଦ୍ଧି ପାଇଁ କେନ୍ଦ୍ର ସରକାରଙ୍କ ୪.୬ ବିଲିୟନ ଡଲାର ଅନୁଦାନ

ନୂଆଦିଲ୍ଲୀ,୨ା୧: ଭାରତ ସରକାର ଦେଶର ଇଲେକ୍ଟ୍ରୋନିକ୍ସ ଯୋଗାଣ ଶୃଙ୍ଖଳାକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଶୁକ୍ରବାର ଆଇଟି (IT) ମନ୍ତ୍ରଣାଳୟ...

ନୂଆବର୍ଷ ଦିନ ହୋଇଯାଇଥିଲେ ନିଖୋଜ, ସକାଳୁ ଗଛରେ ଝୁଲୁଥିଲା ମୃତଦେହ; କୋକସରା ପୋଲିସ…

କୋକସରା,୨।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧିନସ୍ଥ ଜୟନ୍ତପୁର ପଞ୍ଚାୟତ ରଏନଗୁଡା ଗ୍ରାମରୁ ଶୁକ୍ରବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri