Odisha Elections 2024

ପ୍ରଶାନ୍ତ ଜଗଦ୍ଦେବଙ୍କୁ ଏଠାରୁ ପ୍ରାର୍ଥୀ କଲା ଭାଜପା

ଖୋର୍ଦ୍ଧା,୨୭ା୪: ଶନିବାର ଭାଜପା ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏଥିରେ ଆଉ ୮ ବିଧାନସଭା ପାଇଁ ପ୍ରାର୍ଥୀ ଦେଇଛି ଭାଜପା। ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ ମନୋହର ଶର୍ମା, ବସ୍ତାରୁ ରବୀନ୍ଦ୍ର ଅଣ୍ଡିଆ , ବାସୁଦେବପୁରରୁ ବାଣୀକଲ୍ୟାଣ ମହାନ୍ତି, ହିନ୍ଦୋଳରୁ ସୀମାରାଣୀ ନାୟକ, ସାଲେପୁରରୁ ଅରିନ୍ଦମ ରାୟ, କେନ୍ଦ୍ରାପଡ଼ାରୁ ଗୀତାଞ୍ଜଳି ସେଠୀଙ୍କୁ ଭାଜପା  ଟିକେଟ ମିଳିଥିବା ବେଳେ ବିଜେଡିରୁ ଆସି ଭାଜପାରେ ମିଶିଥିବା ପ୍ରଶାନ୍ତ ଜଗଦ୍ଦେବଙ୍କୁ ଦଳ ଖୋର୍ଦ୍ଧାରୁ ପ୍ରାର୍ଥୀ କରିଛି।

ସୂଚନାଯୋଗ୍ୟ, ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକ ବଡ଼ପୋଖରୀଆରେ ଜନ୍ମିତ ପ୍ରଶାନ୍ତ ଛାତ୍ରନେତାରୁ ରାଜନୈତିକ କ୍ୟାରିୟର ଆରମ୍ଭ କରିଥିଲେ। ପରବର୍ତ୍ତୀ ସମୟରେ ଜିଲା ପରିଷଦ ଚେୟାରମ୍ୟାନ, ଜିଲା ଯୋଜନା କମିଟି ଅଧ୍ୟକ୍ଷ, ୨୦୧୪ରେ ବେଗୁନିଆ ଆସନରୁ ବିଜେଡିରୁ ବିପୁଳ ଭୋଟ୍‌ରେ ବିଜୟ ହୋଇ ବିଧାୟକ ହୋଇଥିଲେ। ୨୦୧୯ରୁ ଚିଲିକା ବିଧାୟକ ଅଛନ୍ତି। ବିଭିନ୍ନ ସମୟରେ ଆଚାର ବ୍ୟବହାର ପାଇଁ ଚର୍ଚ୍ଚାରେ ରହି ଆସିଛନ୍ତି ପ୍ରଶାନ୍ତ। ବାଣପୁର ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ ସମୟରେ ପଲଟନ ପଡ଼ିଆରେ ଲୋକ ଉପରକୁ ଗାଡ଼ି ମଡ଼ାଇଦେବା ଘଟଣାରେ ଗିରଫ ହୋଇ ଜେଲ୍‌ ଯାଇଥିଲେ। ସୁପ୍ରିମକୋର୍ଟରୁ ଅନ୍ତରୀଣ ଜାମିନରେ ଅଛନ୍ତି। ଦଳ ତାଙ୍କୁ ନିଲମ୍ବନ କରିଥିଲା। ଦଳକୁ ଫେରିବା ପାଇଁ ସେ ଆଶା ବାନ୍ଧିଥିଲେ। ଦଳକୁ ଫେରିବା ବାଟ ବନ୍ଦ ହେବା ପରେ ସେ ଭାଜପାରେ ଯୋଗଦାନ ପାଇଁ ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା ପରେ ଭାଜପାରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମତଦାନ କଲେ ମନ୍ତ୍ରୀ ରୀତା ସାହୁ

ବରପାଲି,୨୦ା୫(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ମତଦାନ କେନ୍ଦ୍ରଗୁଡିକରେ ମତଦାତାଙ୍କ ଲମ୍ବା...

ଋଣ ଭାର ସହି ନ ପାରି ଆତ୍ମହତ୍ୟା କଲେ ଶ୍ରମିକ

ପାଟଣା, ୨୦।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ବ୍ଲକ କପୁଣ୍ଡି ପଞ୍ଚାୟତ ଧାନବେଣୀ ଗ୍ରାମର ରାମ ମୁଣ୍ଡା(୫୦)ଋଣ ଭାର ସହି ନ ପାରି କୀଟନାଶକ...

ରାଇକିଆରେ ଚାଲିଛି ମତଦାନ

ରାଇକିଆ,୨୦ା୫(ପ୍ରଦୀପ ବେହେରା): ରାଜ୍ୟରେ ଦିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଥିବା ବେଳେ କନ୍ଧମାଳ ଜିଲା ରାଇକିଆଠାରେ ସୋମବାର ସକାଳୁ ଶାନ୍ତିଶୃଙ୍ଖଳା ସହ ମତଦାନ ଆରମ୍ଭ ହୋଇଛି।...

”ଓଡ଼ିଶା ବରବାଦୀର କାରଣ ବିଜେଡି ସରକାର”: ନରେନ୍ଦ୍ର ମୋଦି

ଭୁବନେଶ୍ୱର,୨୦।୫: ସୋମବାର ସକାଳୁ ସକାଳୁ ପୁରୀରେ ରୋଡ ଶୋ’ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନୁଗୋଳରେ ପହଞ୍ଚିଥିଲେ। ଏଠାରେ ସେ ବକ୍ତବ୍ୟ ଦେଇ ସକାଳ...

ଅବଧିର ୫ ବର୍ଷ ପରେ ବି ସରୁନି ବିଜୁ ସେତୁ କାମ

ବ୍ରହ୍ମବରଦା,୨୦ା୫(ଯଯାତି କେଶରୀ ବେହେରା): ବ୍ରହ୍ମବରଦା-ଝାଲପଡ଼ା ବିଜୁ ସେତୁ କାମ ଅବଧିର ୫ ବର୍ଷ ପରେ ସରି ପାରୁନାହିଁ। ଫଳରେ ଲୋକେ ଯାତାୟାତ ପାଇଁ ନାହିଁ ନ...

ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ସବୁ ଦଳର ପ୍ରସ୍ତୁତି

କେନ୍ଦ୍ରାପଡ଼ା,୨୦ା୫(ଜଗନ୍ନାଥ ଧଳ): ରାଜ୍ୟର ଚତୁର୍ଥ ଓ ଦେଶର ସପ୍ତମ ତଥା ଚୂଡାନ୍ତ ପର୍ଯ୍ୟାୟ ଭୋଟ ଗ୍ରହଣ ଆସନ୍ତା ଜୁନ ୧ରେ ହେବ। ଏହି ପର୍ଯ୍ୟାୟରେ କେନ୍ଦ୍ରାପଡ଼ା...

ଭୋଟରଙ୍କ ଅଗ୍ରାଧିକାର ସ୍ଥାନୀୟ ସମସ୍ୟା

ଯାଜପୁର,୨୦ା୫(ହର୍ଷବର୍ଦ୍ଧନ ବେହେରା) : ଯାଜପୁର ସଂସଦୀୟ କ୍ଷେତ୍ରର ୭ଟି ବିଧାନସଭା ନିର୍ବାଚନ ମଣ୍ଡଳିର ଭୋଟରମାନେ ଏବେ ନିଜ ଅଞ୍ଚଳର ସମସ୍ୟାକୁ ଅଗ୍ରାଧିକାର ଦେଉଥିବା ଦେଖିବାକୁ ମିଳିଛି।...

ଅବାଧରେ ଚାଲିଛି ବାଲି,ମାଟି ଚୋରା ଚାଲାଣ

ପଟ୍ଟାମୁଣ୍ଡାଇ,୨୦ା୫(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଦିନକୁ ଦିନ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇପଡିଛି। ଏହି ସୁଯୋଗରେ ଅନେକ କୋଟି ଟଙ୍କାର ଖଣିଜ ସମ୍ପଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri