ଅଲ୍‌ ନ୍ୟୁ ଇଣ୍ଟ୍ରା ଭି-୭୦ର ଅନାବରଣ

ଭୁବନେଶ୍ୱର,୨୯।୪:ଦେଶର ପ୍ରମୁଖ ବାଣିଜି୍ୟକ ଯାନ କମ୍ପାନୀ ତଥା ଟାଟା ମୋଟର୍ସ ଲିମିଟେଡ୍‌ର ଅଲ ନ୍ୟୁ ଇଣ୍ଟ୍ରା ଭି-୭୦ର ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି କମ୍ପାନୀର ଓଡ଼ିଶା ୟୁନିଟ୍‌ ପକ୍ଷରୁ ଭୁବନେଶ୍ୱରଠାରେ ଆୟୋଜିତ ସ୍ବତନ୍ତ୍ର ଅନାବରଣ ଉତ୍ସବରେ ଏହାର ଉନ୍ମୋଚନ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ଅପରପକ୍ଷରେ କମ୍ପାନୀର ଭି-୧୦,ଭି-୨୦, ଭି-୩୦ ଏବଂ ଭି-୫୦ର ସଫଳତା ପରେ କମ୍ପାନୀ ଭୁବନେଶ୍ୱରରେ ଇଣ୍ଟ୍ରା ରେଞ୍ଜର ୫ମ ଭାରିଆଣ୍ଟର ଶୁଭାରମ୍ଭ କରିଛି। ଖୁବ୍‌ଶୀଘ୍ର ଏହି ମଡେଲ ସମଗ୍ର ରାଜ୍ୟରେ ଉପଲବ୍ଧ ହେବାକୁ ଯାଉଛି ବୋଲି କମ୍ପାନୀ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ଟାଟା ମୋଟର୍ସ ଲିମିଟେଡ୍‌ର ଏରିଆ ମ୍ୟାନେଜର ଓଡ଼ିଶା ଦୀପ୍ତେଶ ସୁବ୍‌ବା କହିଛନ୍ତି, କମ୍ପାନୀର ନୂତନ ଇଣ୍ଟ୍ରା ଭି-୭୦ର ଅନାବରଣ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣାକରି ଆମେ ବେଶ୍‌ ଉତ୍ସାହିତ ଅଛୁ। ଦୀର୍ଘ ଦଶନ୍ଧି ଧରି ଆମର ଗ୍ରାହକମାନେ ସେମାନଙ୍କ ଦୃଢ଼ବିଶ୍ୱାସ ଏବଂ ସମର୍ଥନ ଆମକୁ ଦେଉଛନ୍ତି। ତେଣୁ ଗ୍ରାହକମାନଙ୍କୁ ସୁରକ୍ଷା, ନିିର୍ଭରଯୋଗ୍ୟ ଏବଂ ଉଚ୍ଚକ୍ଷମତା ସମ୍ପନ୍ନ ଯାତାୟାତ ସୁବିଧା ଯୋଗାଇଦେବାକୁ ଆମେ ପ୍ରୟାସ କରିଛୁ। ଆମର ଗ୍ରାହକମାନଙ୍କୁ ଅନ୍ୟ ପ୍ରତିଯୋଗୀ ଯାନ ଅପେକ୍ଷା ଏକ ଉତ୍ତମ ଟିସିଓ ପ୍ରଦାନ ସହ ସେମାନଙ୍କୁ ବିନିଯୋଗ ଉପରେ ଭଲ ଲାଭ ଦେବା ସହ ଉଚ୍ଚକ୍ଷମତା,ରେଞ୍ଜ ଏବଂ ଗ୍ରେଡେବିଲିଟି ଯୋଗାଇବା ଆମର ପ୍ରାଥମିକତା ହୋଇଥିବାବେଳେ ଗ୍ରାହକମାନଙ୍କ ପାଇଁ ଆମେ ବିକ୍ରୟ ପରେ ୨୪ଘଣ୍ଟିଆ ବିକ୍ରୟ ସୁବିଧା ସେବା ଯୋଗାଇ ଦେଉଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri