ପହଞ୍ଚିଲେ ନିର୍ବାଚନୀ ଖର୍ଚ୍ଚ ପର୍ଯ୍ୟବେକ୍ଷକ

କଟକ,୨୯ା୪(କାର୍ତ୍ତିକ ସାହୁ): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ କଟକ ଜିଲାରେ ୩ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକ ସୋମବାର ପହଞ୍ଚିଛନ୍ତି। ଭାରତୀୟ ରାଜସ୍ବ ସେବାର ବରିଷ୍ଠ ଅଧିକାରୀ  ସୁରେଶ ଶିବନନ୍ଦନ ୧୪- କଟକ ଲୋକସଭା ନିର୍ବାଚନ ମଣ୍ଡଳୀର ଖର୍ଚ୍ଚ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ ହୋଇଥିବା ବେଳେ ଆଇଆର୍‌ଏଏସ୍‌ ସୁପ୍ରିୟା ସୁରେନ୍ଦ୍ରନାଥ ଘାଗ ୯୦-ବାରବାଟୀ କଟକ, ୯୧- ଚୌଦ୍ୱାର କଟକ ଏବଂ ୯୩- କଟକ ସଦରର ଖର୍ଚ୍ଚ ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ତୁଲାଇବେ।
ସେହିପରି ୮୭-ବଡ଼ମ୍ବା, ୮୮-ବାଙ୍କୀ, ୮୯-ଆଠଗଡ଼ ଏବଂ ୧୨୦-ଖଣ୍ଡପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀର ଖର୍ଚ୍ଚ ପର୍ଯ୍ୟବେକ୍ଷକ ଭାବେ ଆଇଆର୍‌ଏସ୍‌ ପୀୟୁଷ ବାରାସୁ ବାଧେ ଦାୟିତ୍ୱ ନିର୍ବାହ କରିବେ। ପ୍ରତିଦ୍ୱନ୍ଦିତା କରୁଥିବା ପ୍ରାର୍ଥୀଙ୍କ ନିର୍ବାଚନୀ ଖର୍ଚ୍ଚ ସମ୍ବନ୍ଧୀୟ କୌଣସି ଅନିୟମିତତା ନଜରକୁ ଆସିଲେ ଜନସାଧାରଣ ବା ପ୍ରାର୍ଥୀ ସିଧାସଳଖ ଖର୍ଚ୍ଚ ପର୍ଯ୍ୟବେକ୍ଷକମାନଙ୍କ ନିକଟରେ ଅଭିଯୋଗ କରିପାରିବେ।
ଜିଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ପର୍ଯ୍ୟବେକ୍ଷକମାନଙ୍କ ମୋବାଇଲ ନମ୍ବର ମଧ୍ୟ ସର୍ବସାଧାରଣଙ୍କ ନିମନ୍ତେ ଜାରି କରାଯାଇଛି। ତଦନୁସାରେ, ସୁରେଶ ଶିବନନ୍ଦନ (ମୋ-୯୦୪୦୩୬୯୬୯୬), ସୁପ୍ରିୟା ସୁରେନ୍ଦ୍ରନାଥ ଘାଗ (ମୋ-୭୨୦୫୪୮୦୦୭୭), ପୀୟୁଷ ବାରାସୁ ବାଧେ (ମୋ-୭୨୦୫୧୪୦୦୯୯)ଙ୍କୁ ନିର୍ବାଚନୀ ଅନିୟମିତତା ସମ୍ପର୍କିତ ଅଭିଯୋଗ ସମ୍ବନ୍ଧରେ ଜଣାଇବାକୁ ସୂଚନା ଦିଆଯାଇଛି। ଅଭିଯୋଗ ଆଧାରରେ ସେମାନେ ସମ୍ପୃକ୍ତ ପ୍ରାର୍ଥୀଙ୍କ ନିର୍ବାଚନୀ ଖର୍ଚ୍ଚ ସମ୍ବନ୍ଧୀୟ ଅନିୟମିତତାର ଯାଞ୍ଚ କରିବେ।
ଖର୍ଚ୍ଚ ପର୍ଯ୍ୟବେକ୍ଷକମାନେ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧି, ରିଟର୍ଣ୍ଣିଂ ଅଫିସର, ଜିଲାର ସମସ୍ତ ଖର୍ଚ୍ଚ ପରିଚାଳନା ଅଧିକାରୀ ଓ ସହକାରୀ ଖର୍ଚ୍ଚ ପରିଚାଳନା ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି। ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶନାମା ଅନୁସାରେ ନିର୍ବାଚନକୁ ମୁକ୍ତ, ଅବାଧ ଓ ସ୍ବଚ୍ଛତାର ସହ ପରିଚାଳନା କରାଯିବା ପ୍ରତି ଯତ୍ନବାନ ହେବାକୁ ଖର୍ଚ୍ଚ ପର୍ଯ୍ୟବେକ୍ଷକମାନେ ପରାମର୍ଶ ଦେଇଛନ୍ତି।
ଏଥିସହ ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରୁଥିବା ପ୍ରାର୍ଥୀଙ୍କ ନିର୍ବାଚନୀ ଖର୍ଚ୍ଚର ତଦାରଖ ସମ୍ପର୍କରେ ମଧ୍ୟ ସେମାନେ ସୂଚନା ଦେଇଛନ୍ତି। ବର୍ତ୍ତମାନ ସୁଦ୍ଧା ଜିଲାରେ ଖର୍ଚ୍ଚ ଅନିୟମିତତା ସମ୍ପର୍କରେ କୌଣସି ଅଭିଯୋଗ ଆସିଛି କି ନାହିଁ ତାହା ମଧ୍ୟ ଖର୍ଚ୍ଚ ପର୍ଯ୍ୟବେକ୍ଷକମାନେ ସମୀକ୍ଷା କରିଥିଲେ।
ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଅରିନ୍ଦମ ଡାକୁଆ, ଡିସିପି ପ୍ରକାଶ ଆର୍‌., ମୁଖ୍ୟ ଉନ୍ନୟନ ତଥା ଜିଲା ପରିଷଦର ମୁଖ୍ୟନିର୍ବାହୀ ଅଧିକାରୀ ସୁବାସ ଚନ୍ଦ୍ର ରାୟ, ଅତିରିକ୍ତ ଜିଲାପାଳ ଉମାକାନ୍ତ ରାଜ୍‌, ଅତିରିକ୍ତ ଜିଲାପାଳ ଶିବ ଟପୋ, ଜିଲା ଏସ୍‌ପି ଏଲ୍‌. ଦିବ୍ୟା, କଟକ ସଦର ଉପଜିଲାପାଳ ଜ୍ୟୋତିଶଙ୍କର ରାୟ, ବାଙ୍କୀ ଉପଜିଲାପାଳ ଦେବୀ ପ୍ରସାଦ ମହାନ୍ତି, ଅତିରିକ୍ତ ଉପଜିଲାପାଳ ଦେବାଶିଷ ମହାପାତ୍ର, ଡେପୁଟି କଲେକ୍ଟର ନିଷ୍ଠା ମହାପାତ୍ର ଏବଂ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଭବାନୀ ଶଙ୍କର ଭୂୟଁା ପ୍ରମୁଖ ଉପସ୍ଥିତ ଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri