୧୫ ଦିନ ଡରେଇଲାଣି ତାତି, ୪୫ ଡିଗ୍ରୀ ଟପିବ

ଭୁବନେଶ୍ୱର, ୩୦।୪(ଅସମାପିକା ସାହୁ):ରାଜ୍ୟରେ ଗତ ୧୫ ଦିନ ହେଲାଣି ପ୍ରବଳ ଖରାତାତି ସହ ଗୁଳୁଗୁଳି ଜାରି ରହିଛି। ଚଳିତବର୍ଷର ଏହା ହେଉଛି ଦ୍ୱିତୀୟ ପର୍ଯ୍ୟାୟ ଗ୍ରୀଷ୍ମପ୍ରବାହ। ଏହା ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ଏପ୍ରିଲ ୫ ଓ ୬ ତାରିଖ ଦୁଇଦିନ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଥିଲା। ଏହାପରେ ୧୫ ତାରିଖରୁ ଆଜି ପର୍ଯ୍ୟନ୍ତ ଛଟପଟ ହେଉଛି ସାରା ରାଜ୍ୟ। ଗତବର୍ଷ ଏପ୍ରିଲରେ ସର୍ବାଧିକ ୫ଦିନ ଗ୍ରୀଷ୍ମପ୍ରବାହ ହୋଇଥିଲା। ଏବେ ଆହୁରି ୪ଦିନ ଏପରିସ୍ଥିତି ଲାଗି ରହିବା ସମ୍ଭାବନା ଥିବାବେଳେ ଆସନ୍ତା ଦୁଇଦିନ ଭୀଷଣ ଗ୍ରୀଷ୍ମ ପ୍ରବାହ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଏଥିପାଇଁ ବିଭିନ୍ନ ଜିଲାକୁ ଦୁଇଦିନ ପାଇଁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ମଙ୍ଗଳବାର ରାଜଧାନୀ ଭୁବନେଶ୍ୱରର ତାତି ଆହୁରି ଭୟଙ୍କର ହେବ। ତାପମାତ୍ରା ୪୫ ଡିଗ୍ରୀ ଅତିକ୍ରମ କରିପାରେ। ତେଣୁ କଟକ- ଭୁବନେଶ୍ୱର ପାଇଁ ରେଡ୍‌ ୱାର୍ନିଂ ଜାରି କରାଯାଇଛି। ଭୟଙ୍କର ଗ୍ରୀଷ୍ମ ପ୍ରବାହ ଜାରି ହେଉଥିବାରୁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ବାରମ୍ବାର ପରାମର୍ଶ ଦିଆଯାଉଛି।
ସୋମବାର ମଧ୍ୟ ରାଜ୍ୟର ୩୨ ସହରରେ ଦିନ ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିବା ବେଳେ ୪ ସହରରେ ୪୪ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରେକର୍ଡ କରାଯାଇଛି। ତେବେ ବାରିପଦା ୪୪.୮ ଡିଗ୍ରୀ ସହ ରାଜ୍ୟର ଉତ୍ତପ୍ତ ସହର ଥିବାବେଳେ ଦେଶର ୪ର୍ଥ ସ୍ଥାନରେ ରହିଥିଲା। ସେହିପରି ଅନୁଗୋଳରେ ୪୪.୩, ବୌଦ୍ଧ ୪୪.୧, ତାଳଚେର ୪୪, ଟିଟିଲାଗଡ଼ ୪୩.୫, ଢେଙ୍କାନାଳ ୪୩.୨, ଭବାନୀପାଟଣା, ନୟାଗଡ଼, ମାଲକାନଗିରି, ବଲାଙ୍ଗୀର, କେନ୍ଦୁଝର ଓ ନୂଆପଡ଼ାରେ ୪୩, ଝାରସୁଗୁଡ଼ା ଓ ସମ୍ବଲପୁରରେ ୪୨.୯, କଟକ ଓ ଯାଜପୁରରେ ୪୨.୫, ରାଉରକେଲା ୪୨.୪, କେନ୍ଦ୍ରାପଡ଼ା ଓ ଭଦ୍ରକରେ ୪୨, ସୋନପୁର ଓ ହୀରାକୁଦରେ ୪୧.୯, ସୁନ୍ଦରଗଡ଼ ୪୧.୮, ପାରଳାଖେମୁଣ୍ଡି ୪୧.୭, ବାଲେଶ୍ୱର, ଫୁଲବାଣୀ ଓ ବରଗଡ଼ରେ ୪୧.୪, ଭୁବନେଶ୍ୱରରେ ୪୧.୩, ଖୋର୍ଦ୍ଧା ୪୧, ଛତ୍ରପୁର, ୪୦.୮, ଚାନ୍ଦବାଲି ୪୦.୭, ଜଗତ୍‌ସିଂହପୁର ୪୦.୬ ଓ ରାୟଗଡ଼ାରେ ୪୦ ଡିଗ୍ରୀ ତାପମତ୍ରା ରେକର୍ଡ କରାଯାଇଛି। ସେପଟେ ମଙ୍ଗଳବାର ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, କଟକ ଓ ଖୋର୍ଦ୍ଧା ଜିଲାରେ ଭୀଷଣ ଗ୍ରୀଷ୍ମ ପ୍ରବାହ ଜାରି ହେବାର ସମ୍ଭାବନା ରହିଥିବାବେଳେ ସମ୍ବଲପୁର, ଯାଜପୁର, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ବଲାଙ୍ଗୀର, ସୋନପୁର, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ଼, ନବରଙ୍ଗପୁର, ଦେବଗଡ଼, ନୂଆପଡ଼ା, ସୁନ୍ଦରଗଡ଼, ରାୟଗଡ଼ା ଓ ଝାରସୁଗୁଡ଼ାକୁ ଗ୍ରୀଷ୍ମ ପ୍ରବାହ ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri