ଲୋକଙ୍କ ସ୍ନେହ ଶ୍ରଦ୍ଧା ମୋ ପାଇଁଁ ଆଶୀର୍ବାଦ: ସଞ୍ଜୀବ

ଭଣ୍ଡାରିପୋଖରୀ,୩୦।୪(ରବିନାରାୟଣ ଖିଲାର): ଲୋକଙ୍କ ସ୍ନେହ, ଶ୍ରଦ୍ଧା ତାଙ୍କ ପାଇଁଁ ଆଶୀର୍ବାଦ ବୋଲି ଭଣ୍ଡାରିପୋଖରୀ ବିଧାୟକ ପ୍ରାର୍ଥୀ ସଞ୍ଜୀବ କୁମାର ମଲ୍ଲିକ ରାମଚନ୍ଦ୍ରପୁର ପଞ୍ଚାୟତରେ ଅନୁଷ୍ଠିତ  ବିଜେଡି କର୍ମୀ ସମ୍ମିଳନୀରେ ଯୋଗଦେଇ କହିଛନ୍ତି। ବରିଷ୍ଠ ବିଜେଡି ନେତା ମଦନ ରାଉତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମ୍ମିଳନୀରେ ସଞ୍ଜୀବଙ୍କ ସହ ଏମ୍‌ପି ପ୍ରାର୍ଥତ୍ନୀ ମଞ୍ଜୁଲତା ମଣ୍ଡଳ ଯୋଗଦେଇ ଭଣ୍ଡାରିପୋଖରୀର ବିକାଶ ପାଇଁଁ ଦୁଇଟି ଶଙ୍ଖରେ ମତ ସାବ୍ୟସ୍ତ କରିବାକୁ ଆହ୍ବାନ ଦେଇଥିଲେ। ଏହାସହ ଷଷ୍ଠ ଥର ଲାଗି ମୁଖ୍ୟମନ୍ତ୍ରୀ ଭାବେ ନବୀନ ପଟ୍ଟନାୟକଙ୍କ ହାତମୁଠା ଟାଣ କରିବାକୁ ନିବେଦନ କରିଥିଲେ।
ବ୍ଲକ ଅଧ୍ୟକ୍ଷା ସୁମତୀ ସେଠୀ, ଉପାଧ୍ୟକ୍ଷ ପ୍ରଣୀତକାନ୍ତି ସାମଲ, ବ୍ଲକ ବିଜେଡି ସଭାପତି ଲକ୍ଷ୍ମୀଧର ସାହୁ, ଜିଲା ଛାତ୍ର ବିଜେଡି ସଭାପତି ଦୀପ୍ତିସୂର୍ଯ୍ୟ ବିଶ୍ୱାଳ, ବ୍ଲକ ଯୁବ ବିଜେଡି ସଭାପତି ଲଳିତ ରାଉତ, ଜିଲା ପରିଷଦ ସଭ୍ୟ ବଦ୍ରୀ ନାରାୟଣ ରାଉତ, ଉତ୍କଳ କେଶରୀ ମହାନ୍ତି, ସରପଞ୍ଚ ରେଣୁବାଳା ରାଉତ, ସମିତିସଭ୍ୟା ବୈଜୟନ୍ତୀ ମୁଣ୍ଡା ପ୍ରମୁଖ ବିଜେଡିକୁ ବହୁ ପରିମାଣରେ ଭୋଟ ଦେଇ ଜୟଯୁକ୍ତ କରିବାକୁ କହିଥିଲେ। ବରିଷ୍ଠ ନେତା ମହେଶ୍ୱର ସାହୁ, ବସନ୍ତ କୁମାର ସାହୁ, ଭୂପତି ମଲ୍ଲିକ, ବିବେକ ବଳ, ରାମଚନ୍ଦ୍ର ପରିଡ଼ା, ଦିବାକର ସେନାପତି ପ୍ରମୁଖ ଯୋଗ ଦେଇଥିଲେ। ଯୁବ ବିଜେଡି ନେତା ଜୟନ୍ତ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ପ୍ରଥମେ ମୋଟର ସାଇକେଲ ଶୋଭାଯାତ୍ରାରେ ଛତାବରଠାରୁ ପର୍ବତୀ ଯାଏ ଦୁଇ ପ୍ରାର୍ଥୀଙ୍କୁ କର୍ମୀମାନେ ସ୍ବାଗତ ସମ୍ବର୍ଦ୍ଧନା ଜଣାଇ ପାଛୋଟି ନେଇଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ହାତୀ ମୃତଦେହ ଠାବ, ୭ଫୁଟ ତଳୁ ଉଦ୍ଧାର କଲା ବନ ବିଭାଗ 

କେସିଙ୍ଗା ,୨୨।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନ ଖଣ୍ଡ ଅଧିନସ୍ଥ ତହସିର ଗ୍ରାମ ସ୍ଥିତ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଅଞ୍ଚଳରେରେ ମୃତ ହାତୀର ଖଣ୍ଡ...

ମୁଜାଗଡ ପୋଷ୍ଟମାଷ୍ଟରଙ୍କ ଦୁର୍ଘଟଣାରେ ମୃତ୍ୟୁ, ସନ୍ଦେହରେ ପରିବାର ଲୋକେ

ଭଞ୍ଜନଗର,୨୨।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ ପୋଷ୍ଟମାଷ୍ଟର ନାରାୟଣ ପାତ୍ର (୫୫)ଙ୍କର ବୁଧବାର ରାତିରେ ଏକ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ଦୁର୍ଘଟଣା କେଉଁଭଳି...

ଆରାବଳୀର ଅପୂରଣୀୟ କ୍ଷତି କରିପାରେ ବେଆଇନ ଖନନ

ନୂଆଦିଲ୍ଲୀ,୨୨ା୧: ଆରାବଳୀ ପର୍ବତମାଳାରେ ବେଆଇନ ଖନନ ଯୋଗୁ ଏହାର ପରିବେଶ ପାଇଁ ଅପୂରଣୀୟ କ୍ଷତି ହୋଇପାରେ ବୋଲି ବୁଧବାର ସୁପ୍ରିମକୋର୍ଟ କହିଛନ୍ତି। ବିଭିନ୍ନ କ୍ଷେତ୍ରରେ ଅଭିଜ୍ଞତାସମ୍ପନ୍ନ...

ଦିଲ୍ଲୀ ପ୍ରଦୂଷଣ: କେନ୍ଦ୍ରକୁ କାର୍ଯ୍ୟ ଯୋଜନା ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨ା୧: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ବାୟୁ ପ୍ରଦୂଷଣ ବଢ଼ିବାରେ ଲାଗିଛି। ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ଖରାପ ହେବାରେ ଲାଗିଥିବାବେଳେ ଏଥିରେ ସୁଧାର ଆଣିବା...

ବାଙ୍କୀରେ ଧାନମଣ୍ଡି ଅବ୍ୟବସ୍ଥା, ତେଜୁଛି ଚାଷୀ ଅସନ୍ତୋଷ

ବାଙ୍କୀ,୨୨ା୧(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଉପଖଣ୍ଡରେ ଚଳିତବର୍ଷ ୪୯ ପ୍ରାଥମିକ କୃଷି ସେବା ସମବାୟ ସମିତି (ପାକ୍ସ)ରେ ମଣ୍ଡି ଖୋଲିବାକୁ...

ଆକାଶରେ ପରିବର୍ତ୍ତନ

ମଣିଷ ଆଭ୍ୟନ୍ତରୀଣ ଉପତ୍ୟକାରୁ ଉପକୂଳ, ଜଙ୍ଗଲରୁ ପର୍ବତ ଅଞ୍ଚଳକୁ ସ୍ଥାନାନ୍ତର ହୋଇଥିବାରୁ ତାହା ବିଭିନ୍ନ କାହାଣୀ ଓ ସଙ୍କେତ ବହନ କରିଥିଲା। ସେମାନଙ୍କ ସହ ଆକାଶ...

ସମସ୍ତେ ଶୋଇଥିବା ବେଳେ ଲାଗିଲା ନିଆଁ, ଜଳିଗଲା ୧୦ ବଖରା ଘର

ବାସୁଦେବପୁର,୨୨।୧: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର ପଂଚାୟତର ନାୟକ ସାହିରେ ବୁଧବାର ବିଳମ୍ବିତ ରାତିରେ ନିଆଁ ଲାଗି ୧୦ ବଖରା ଘର ଜଳିଯାଇଛ।...

ବଞ୍ଚିବାର ସଂଘର୍ଷ

କ୍ଷୁଧା ବା ଭୋକକୁ ମଣିଷ ନିଜର ପ୍ରାଥମିକତା ମନେକରେ। ଚିନ୍ତା କରେ କ’ଣ କଲେ ପେଟରେ ଦାନା ପଡ଼ିବ। ନିଜେ ବଞ୍ଚିଲେ ତ ପରିବାର ମୁହଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri