Posted inଜାତୀୟ

ଅଶ୍ଲୀଳ ଭିଡିଓ ମାମଲାରେ ଗିରଫ ହୋଇପାରନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତି: ଲୁକ୍‌ଆଉଟ୍‌ ନୋଟିସ୍‌ ଜାରି

ନୂଆଦିଲ୍ଲୀ,୨।୫: ଅଶ୍ଲୀଳ ଭିଡିଓ ଭାଇରାଲ ମାମଲାରେ ଅଭିଯୁକ୍ତ କର୍ନାଟକର ଜେଡିଏସ ଏମ୍‌ପି ପ୍ରଜ୍ୱଳ ରେଭାନ୍ନାଙ୍କୁ ଗିରଫ କରିବା ପାଇଁ ନୋଟିସ ଜାରି କରାଯାଇଛି। ଏହି ମାମଲା ସାମ୍ନାକୁ ଆସିବା ପରେ କର୍ନାଟକ ଗୃହମନ୍ତ୍ରୀ ଜି ପରମେଶ୍ୱର କହିଛନ୍ତି, ରେଭାନ୍ନାଙ୍କୁ ଯଥାଶୀଘ୍ର ଘଟଣାର ତଦନ୍ତ କରୁଥିବା ଏସଆଇଟି ସମ୍ମୁଖରେ ହାଜର ହେବାକୁ ପଡ଼ିବ। ଯଦି ସେ ହାଜର ନ ହୁଅନ୍ତି ତେବେ ତାଙ୍କୁ ଗିରଫ କରାଯାଇପାରେ। ପୂର୍ବରୁ ଅନୁସନ୍ଧାନକାରୀଙ୍କ ନିକଟରେ ହାଜର ହେବାକୁ ତାଙ୍କୁ ସାତ ଦିନ ସମୟ ଦେବା ପାଇଁ ଏସ୍‌ଆଇଟି ତାଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରିଥିଲା।
ଏଚ.ଡି ରେଭନ୍ନା ତାଙ୍କ କ୍ୟାବିନେଟରେ ପିଡବ୍ଲ୍ୟୁଡି ମନ୍ତ୍ରୀ ଥିଲେ। ପ୍ରଜ୍ୱଳ ହେଉଛନ୍ତି ଏଚ.ଡି ରେଭନ୍ନାଙ୍କ ପୁଅ। ୩୩ ବର୍ଷୀୟ ପ୍ରଜ୍ୱଳ ୨୦୧୯ ସାଧାରଣ ନିର୍ବାଚନ ବେଳେ ହାସନ ଆସନରୁ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ। ଏହି ଆସନରେ ଚଳିତ ମାସ ୨୬ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଭୋଟ ଗ୍ରହଣ ଚାଲିଥିବାବେଳେ ପ୍ରଜ୍ୱଳଙ୍କ ଏକ ଅଶ୍ଳୀଳ ଭିଡିଓ ଭାଇରାଲ ହୋଇଥିଲା। ତାଙ୍କ ପୋଲିଂ ଏଜେଣ୍ଟ ଏହାକୁ ଜାଲ ଭିଡିଓ କହି ଥାନାରେ ଏତଲା ଦେଇଥିଲେ। ଅଭିଯୁକ୍ତମାନେ ଘର ଘର ବୁଲି ଏହି ଭିଡିଓକୁ ଲୋକଙ୍କୁ ଦେଖାଇବା ସହ ପ୍ରଜ୍ୱଳଙ୍କୁ ଭୋଟ ନ ଦେବାକୁ ପ୍ରବର୍ତ୍ତାଇଥିଲେ। ଭିଡିଓରେ ଥିବା ମହିଳାମାନଙ୍କୁ ପ୍ରଜ୍ୱଳ ନିଜେ ଡକାଇବା ସହ ଯୌନସମ୍ପର୍କ ରଖିଥିଲେ। ସେ ସେମାନଙ୍କ ବିନା ଅନୁମତିରେ ଏହାର ଭିଡିଓ ଶୁଟିଂ କରାଇଥିବା ଅଭିଯୋଗ ଆସିଛି। କର୍ନାଟକ ମହିଳା କମିଶନ ଅଧ୍ୟକ୍ଷା ନାଗଲକ୍ଷ୍ମୀ ଚୌଧରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର କଂଗ୍ରେସ ସରକାର ଏହାର ତଦନ୍ତ ପାଇଁ ଏସଆଇଟି ଗଠନ କରିଥିବା ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା ଏକ୍ସ’ରେ ସୂଚନା ଦେଇଛନ୍ତି। ଏହି ଘଟଣାକ୍ରମ ପରେ ପ୍ରଜ୍ୱଳ ଜର୍ମାନୀକୁ ଫେରାର ହୋଇଯାଇଥିବା ଜଣାପଡ଼ିଛି। ଏଭଳି ସମୟରେ ଜେଡିଏସ ସହ ମେଣ୍ଟ କରି ଲଢ଼ୁଥିବା ଭାଜପା ଏହି ବିବାଦରୁ ଦୂରତ୍ୱ ଅବଲମ୍ବନ କରିଛି।
ଗତବର୍ଷ ସେପ୍ଟେମ୍ବରରେ ଜେଡିଏସ କଂଗ୍ରେସ ସହ ସମ୍ପର୍କ ଛିନ୍ନ କରି ଭାଜପା ସହିତ ମେଣ୍ଟ କରିଥିଲା। ସେକ୍ସ ଭିଡିଓଗୁଡ଼ିକ ସାମ୍ନାକୁ ଆସିବା ପରେ କଂଗ୍ରେସ ସେହି ସମୟର ଏକ ଫଟୋକୁ ରବିବାର ଏକ୍ସ’ରେ ଶେୟାର କରିଛି। ଏଥିରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ପୂର୍ବତନ ପ୍ରଧାନମନ୍ତ୍ରୀ ଦେବେଗୌଡ଼ା, ତାଙ୍କ ଦୁଇପୁଅ ଏବଂ ନାତି ପ୍ରଜ୍ୱଳ ଥିବା ଦେଖିବାକୁ ମିଳିଛି। ଉକ୍ତ ପୋଷ୍ଟରେ କଂଗ୍ରେସ ଉଲ୍ଲେଖ କରିଛି, ପର୍ନ ଭିଡିଓ ଭର୍ତ୍ତି ଏକ ପେନ ଡ୍ରାଇଭ୍ରୁ ଏମ୍ପି ତଥା ଏନଡିଏ ପ୍ରାର୍ଥୀ ପ୍ରଜ୍ୱଳ ଅନେକ ହଜାର ମହିଳାଙ୍କୁ ଯୌନ ଶୋଷଣ କରି ସେମାନଙ୍କ ସହ ଆପତ୍ତିଜନକ ଅବସ୍ଥାରେ ଭିଡିଓ ରେକର୍ଡ କରିଥିବା ପ୍ରଘଟ ହୋଇଛି। ଏନେଇ ହୋଲେନାରାସିପୁର ଥାନାରେ ପ୍ରଜ୍ୱଳଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି। କୁମାରସ୍ବାମୀ କହିଛନ୍ତି, ମହିଳାଙ୍କ ପ୍ରତି ଦେବେଗୌଡ଼ା ଓ ତାଙ୍କର ସମ୍ମାନ ରହିଛି। ପ୍ରଜ୍ୱଳଙ୍କୁ ଏସଆଇଟି ବିଦେଶରୁ ଆଣିବ ବୋଲି ସେ ଚିନ୍ତିତ ନୁହନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri