Posted inଖେଳ

ମାତ୍ର ୨୦ ବର୍ଷ ବୟସରେ ଦୁନିଆରୁ ବିଦାୟ ନେଲେ ଏହି ଘାତକ ସ୍ପିନର୍‌: ମୃତ୍ୟୁର ଗୋଟିଏ ଦିନ ପୂର୍ବରୁ ନେଇଥିଲେ ୩ ଉଇକେଟ୍‌

ଲଣ୍ଡନ,୩।୫: ଇଂଲଣ୍ଡ କ୍ରିକେଟର ଜୋଶ ବେକର ମାତ୍ର ୨୦ ବର୍ଷ ବୟସରେ ଦୁନିଆରୁ ବିଦାୟ ନେଇଛନ୍ତି। କାଉଣ୍ଟି କ୍ରିକେଟରେ ୱର୍କେଷ୍ଟେଶାୟାର୍‌ ପାଇଁ ବେକର୍‌ ଖେଳିଥିଲେ। ମୃତ୍ୟୁର ଗୋଟିଏ ଦିନ ପୂର୍ବରୁ ସେ ୩ ଉଇକେଟ ନେଇଥିଲେ। ୱର୍କେଷ୍ଟେଶାୟାର୍‌ ଦଳ ସୋସିଆଲ ମିଡିଆରେ ତାଙ୍କ ଖେଳର ଏକ ଭିଡିଓ ମଧ୍ୟ ଶେୟାର କରିଛି। ବେକର୍‌ ଏକ ଇନିଂସରେ ୨୦ ଓଭର ବୋଲିଂ କରିଥିଲେ। ଏହି ସମୟରେ ୬୬ ରନ ପାଇଁ ୩ ଉଇକେଟ ନେଇଥିଲେ।
ବେକରଙ୍କ ମୃତ୍ୟୁ ପରେ ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ ଦଃଖ ପ୍ରକାଶ କରିଛି। ୱର୍କେଷ୍ଟେଶାୟାର୍‌ ଏକ୍ସରେ ଲେଖିଛି, ଜୋସ ବେକରଙ୍କ ୨୦ ବର୍ଷ ବୟସରେ ଦେହାନ୍ତ ହୋଇଥିବାର ଘୋଷଣା କରିବା ଅତ୍ୟନ୍ତ ଦୁଃଖଦାୟକ। ଏହି ଦୁଃଖ ସମୟରେ ଆମେ ସମସ୍ତେ ଜୋଶଙ୍କ ପରିବାର ପାଇଁ ପ୍ରାର୍ଥନା କରନ୍ତୁ।
ବେକର ୨୨ଟି ପ୍ରଥମ ଶ୍ରେଣୀ ମ୍ୟାଚରେ ୪୩ ଉଇକେଟ ନେଇଛନ୍ତି। ସେ ୧୭ ତାଲିକା ଏ ମ୍ୟାଚ ରେ ୨୪ ଉଇକେଟ ନେଇଛନ୍ତ। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ବେକର୍‌ ବୋଲିଂ କରିବା ସହିତ ବ୍ୟାଟିଂରେ ଉତ୍କର୍ଷତା ପ୍ରଦର୍ଶନ କରିଛନ୍ତି। ସେ ପ୍ରଥମ ଶ୍ରେଣୀ ମ୍ୟାଚରେ ୪୧୧ ରନ ସଂଗ୍ରହ କରିଛନ୍ତି। ଏହି ଅବଧି ମଧ୍ୟରେ ସେ ୨ ଅର୍ଦ୍ଧଶତକ ହାସଲ କରିଛନ୍ତି।
ଜୋସ ବେକର୍‌ ୨୦୨୧ରେ ତାଙ୍କର ପ୍ରଥମ ଶ୍ରେଣୀରେ ଡେବ୍ୟୁ କରିଥିଲେ। ସେ ଚଳିତ ବର୍ଷ ତାଲିକା ଏରେ ମଧ୍ୟ ଡେବ୍ୟୁକରିଥିଲେ। ସେ ୨୦୨୨ରେ ତାଙ୍କ କ୍ୟାରିୟରର ପ୍ରଥମ ଟି-୨୦ ମ୍ୟାଚ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri