Posted inଖେଳ

ଆଇସିସି ରାଙ୍କିଙ୍ଗରେ ଏକ ନମ୍ବର ସ୍ଥାନ ହରାଇଲା ଭାରତ

ନୂଆଦିଲ୍ଲୀ,୩।୫: ବାର୍ଷିକ ଅପଡେଟ୍ ପରେ ଆଇସିସି ପୁରୁଷ ମାନ୍ୟତାରେ ଅଷ୍ଟ୍ରେଲିଆ ଭାରତକୁ ଗୋଟିଏ ସ୍ଥାନ ପଛକୁ ଠେଲି ଏକ ନମ୍ବର ମାନ୍ୟତା ହାସଲ କରିଛି। ଯଦିଓ ଭାରତ ଦିନିକିଆ ଏବଂ ଟି୨୦ ରାଙ୍କିଙ୍ଗରେ ଶୀର୍ଷ ସ୍ଥାନ ବଜାୟ ରଖିଛି।

ଏହି କ୍ରମରେ, ମେ ୨୦୨୧ ପରେ ଖେଳାଯାଇଥିବା ମ୍ୟାଚ୍ ମାନ୍ୟତା ପାଇଁ ବିଚାରକୁ ନିଆଯାଏ, ଅର୍ଥାତ ଡିସେମ୍ବର ୨୦୨୦-ଜାନୁୟାରୀ ୨୦୨୧ ରେ ଅଷ୍ଟ୍ରେଲିଆରେ ଭାରତର ୨-୧ ସିରିଜ୍ ବିଜୟ ବାଦ ପଡିଛି। ମେ ୨୦୨୧ ରୁ ମେ ୨୦୨୩ ମଧ୍ୟରେ ସମସ୍ତ ଫଳାଫଳ ୫୦% ରେ ରହିଥିଲା ବେଳେ ପରବର୍ତ୍ତୀ ୧୨ ମାସରେ ଫଳାଫଳଗୁଡିକ ବଦଳି ଯାଇଥିଲା ଏବଂ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ବିଜୟ ସହ ଅଷ୍ଟ୍ରେଲିଆ ଆଗରେ ରହିଥିଲା।

ଫଳସ୍ୱରୂପ, ଗତ ବର୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଜିତିଥିବା ଅଷ୍ଟ୍ରେଲିଆରେ ବର୍ତ୍ତମାନ ୧୨୪ ରେଟିଂ ପଏଣ୍ଟ, ଦ୍ୱିତୀୟ ସ୍ଥାନରେ ଥିବା ଭାରତ (୧୧୮) ଏବଂ ତୃତୀୟ ସ୍ଥାନରେ ଥିବା ଇଂଲଣ୍ଡ (୧୦୫) ଠାରୁ ୧୯ ଟି ଆଗରେ ରହିଛି। ଉଭୟ ଭାରତ ଏବଂ ଅଷ୍ଟ୍ରେଲିଆ ନଭେମ୍ବରରେ ମାସରେ ଟେଷ୍ଟ ମ୍ୟାଚ୍ ଖେଳିବେ, ଯେତେବେଳେ ଉଭୁ ଟିମ୍ ପର୍ଥରେ ମୁହାଁମୁହିଁ ହେବେ।

ଦିନିକିଆ ମାନ୍ୟତାରେ ଭାରତ (୧୨୨) ପଏଣ୍ଟ ସହିତ ଅଷ୍ଟ୍ରେଲିଆ (୧୧୬) ଠାରୁ ଆଗରେ ରହିଛି। ସେହିପରି ଦକ୍ଷିଣ ଆଫ୍ରିକା ତୃତୀୟ ସ୍ଥାନରେ ରହିଛି ଏବଂ ଅଷ୍ଟ୍ରେଲିଆଠାରୁ ମାତ୍ର ଚାରି ପଏଣ୍ଟ ପଛରେ ରହିଛି। ପାକିସ୍ତାନ (୧୦୬) ଏବଂ ନ୍ୟୁଜିଲ୍ୟାଣ୍ଡ (୧୦୧) ଶ୍ରେଷ୍ଠ ପାଞ୍ଚଟି ସ୍ଥାନ ଅଧିକାର କରିଛନ୍ତି।

ଭାରତ ୨୬୪ ପଏଣ୍ଟ ସହ ଟି-ଟ୍ୱେଣ୍ଟିରେ ଏକନମ୍ବର ସ୍ଥାନରେ ଥିବାବେଳେ ଅଷ୍ଟ୍ରେଲିଆ (୨୫୭) ପଏଣ୍ଟକୁ ସହିତ ଦ୍ୱିତୀୟ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

ଭାରତର ୭ ବଡ଼ ବ୍ୟବସାୟୀ ଟ୍ରମ୍ପଙ୍କ ସହ କରିବେ ଡିନର୍‌, ଶକ୍ତି ପ୍ରଦର୍ଶନ କରିବ ଭାରତ

ନୂଆଦିଲ୍ଲୀ,୨୧।୧: ଡାଭୋସରେ ଚାଲିଥିବା ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ବଡ଼ ଭାରତୀୟ ବ୍ୟବସାୟୀଙ୍କୁ ଭେଟିବେ। NDTV ଅନୁଯାୟୀ,...

ଇତିହାସ ରଚିଲା ‘ଭେରୋନିକା’: ବିଶ୍ୱର ପ୍ରଥମ ଗାଈ ଭାବେ କଲା ଏପରି କାରନାମା

ପଶୁ ଜଗତର ବୁଦ୍ଧିମତାକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଅଷ୍ଟ୍ରିଆର ‘ଭେରୋନିକା’ ନାମକ ଏକ ଗାଈ ନିଜର ଚତୁରତା ପାଇଁ ଏବେ ସାରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri