କଂଗ୍ରେସ ଜିତିଲେ ସମ୍ବିଧାନ ସୁରକ୍ଷିତ ରହିବ: ରାହୁଲ

ରାୟଗଡ଼ା,୪।୫(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ କଂଗ୍ରେସ ସମାବେଶକୁ ଶୁକ୍ରବାର ଭର୍ଚୁଆଲ ମୋଡ୍‌ରେ ସମ୍ବୋଧନ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଏହି ଜନସଭାରେ ସେ କଂଗ୍ରେସର ୫ ଗ୍ୟାରେଣ୍ଟି କଥା କହିଛନ୍ତି। ଆଗାମୀ ନିର୍ବାଚନରେ କଂଗ୍ରେସ ଜିତିଲେ ସମ୍ବିଧାନ ସୁରକ୍ଷିତ ହେବ ଓ ଲୋକତନ୍ତ୍ରର ବିଜୟ ହେବ ବୋଲି ସେ କହିଛନ୍ତି। ତେଣୁ ଉଭୟ କେନ୍ଦ୍ର ଓ ରାଜ୍ୟରେ କଂଗ୍ରେସକୁ ଜିତାଇବାକୁ ଭିଡିଓ ବାର୍ତ୍ତାରେ ଓଡ଼ିଶାବାସୀଙ୍କୁ ରାହୁଲ ଅନୁରୋଧ କରିଛନ୍ତ। ସେ ପୁଣି କହିଛନ୍ତି, ଏଥର ଯଦି କେନ୍ଦ୍ରରେ ଭାଜପା ସରକାର ଆସେ, ତେବେ ସମ୍ବିଧାନ ଓ ଲୋକତନ୍ତ୍ର ଶେଷ କରିବା ପାଇଁ ପଦକ୍ଷେପ ନେବ। ଏହାଦ୍ୱାରା ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଓ ପଛୁଆବର୍ଗ ସଂରକ୍ଷଣ ସୁବିଧା ଆଉ ପାଇବେ ନାହିଁ ବୋଲି ରାହୁଲ କହିଛନ୍ତି।
ରାୟଗଡ଼ା ଜେଏସ୍‌କୋ ପଡ଼ିଆରେ କୋରାପୁଟ ଏମ୍‌ପି ତଥା କଂଗ୍ରେସ ଲୋକ ସଭା ପ୍ରାର୍ଥୀ ସପ୍ତଗିରି ଉଲାକାଙ୍କ ନେତୃତ୍ୱରେ ଏକ ବିଶାଳ ସମାବେଶ ଅନୁଷ୍ଠିତ ହୋଇଥିଲା। ଏଥିରେ ରାହୁଲ ଭିଡିଓ ବାର୍ତ୍ତାରେ କଂଗ୍ରେସର ୫ଟି ଗ୍ୟାରେଣ୍ଟିର ମଧ୍ୟ ସୂଚନା ଦେଇଥିଲେ। ଉଲ୍ଲେଖଯୋଗ୍ୟ, ରାହୁଲ ଗାନ୍ଧୀ ସମାବେଶରେ ଯୋଗଦେବା କାର୍ଯ୍ୟକ୍ରମ ଥିଲା। ତେବେ ରାଏବରେଲିରେ ନାମାଙ୍କନପତ୍ର ଦାଖଲ ପାଇଁ ସେ ରାୟଗଡ଼ା ଆସିପାରି ନ ଥିଲେ। ତେଣୁ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ସେ ଲୋକଙ୍କୁ ସମ୍ବୋଧନ କରିଥିଲେ। କଂଗ୍ରେସ ସର୍ବଦା ଆଦିବାସୀଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇଆସିଛି ଏବଂ ଆଗକୁ ମଧ୍ୟ ଜାରି ରଖିବ ବୋଲି ରାହୁଲ କହିଛନ୍ତି ।
ଭାଜପା ୨୫ ଜଣ ପୁଞ୍ଜିପତିଙ୍କୁ ୧୬ ଲକ୍ଷ କୋଟି ଟଙ୍କା ଟିକସ ଆକାରରେ ଛାଡ଼ କରିଛି। ଦେଶର ଧନ ସେମାନଙ୍କୁ ଦିଆଯାଉଛି। କଂଗ୍ରେସ ବିଜୟୀ ହେଲେ ପ୍ରତ୍ୟେକ ଗରିବ ପରିବାରର ମହିଳାଙ୍କ ଆକାଉଣ୍ଟକୁ ପ୍ରଥମେ ୧ ଲକ୍ଷ ଟଙ୍କା ଲେଖାଏ ଯିବ ବୋଲି ରାହୁଲ କହିଛନ୍ତି। ବେରୋଜଗାର ଯୁବତୀଯୁବକଙ୍କୁ ଚାକିରିର ଅଧିକାର ମିଳିବ। କୃଷକଙ୍କ ଋ଼ଣ ଛାଡ଼ ହେବ। ଶସ୍ୟର ସର୍ବନିମ୍ନ ଦର ବୃଦ୍ଧି ହେବ ବୋଲି ରାହୁଲ ପ୍ରତିଶ୍ରୁତି ଦେଇଛନ୍ତି। ସମାବେଶରେ ତେଲଙ୍ଗାନା ଉପମୁଖ୍ୟମନ୍ତ୍ରୀ ମାଲୁ ଭାଟି ବିକ୍ରମାର୍କା, ଏଆଇସିସି ସାଧାରଣ ସମ୍ପାଦକ ତଥା ରାଜ୍ୟ ପ୍ରଭାରୀ ଅଜୟ କୁମାର, ପିସିସି ସଭାପତି ଶରତ ପଟ୍ଟନାୟକ, ପ୍ରଚାର କମିଟି ସଭାପତି ଭକ୍ତଚରଣ ଦାସ, ଏମ୍‌ପି ସପ୍ତଗିରି ଉଲାକା, ପୂର୍ବତନ ମୁଖ୍ୟମନ୍ତ୍ରୀ ଡ. ଗିରିଧର ଗମାଙ୍ଗ, ଏଆଇସିସି ସମ୍ପାଦକ ଶାହାନବାଜ ଚୌଧୁରୀ, ପୂର୍ବତନ ଏମ୍‌ପି ଜୟରାମ ପାଙ୍ଗୀ, ପ୍ରସାଦ ହରିଚନ୍ଦନ, ବିଧାୟକ ତାରାପ୍ରସାଦ ବାହିନୀପତି ପ୍ରମୁଖ ଉଦ୍‌ବୋଧନ ଦେଇ କେନ୍ଦ୍ରର ଭାଜପା ଓ ରାଜ୍ୟର ବିଜେଡି ସରକାରକୁ କଡ଼ା ସମାଲୋଚନା କରିଥିଲେ। କୋରାପୁଟ ଲୋକ ସଭା ଓ ଏହା ଅନ୍ତର୍ଗତ ୭ଟି ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀଙ୍କୁ ସମର୍ଥନ କରିବାକୁ ଜୟପୁର ବିଧାୟକ ତାରାପ୍ରସାଦ ନିବେଦନ କରିଥିଲେ। ସପ୍ତଗିରି ନିଜ ନିର୍ବାଚନମଣ୍ଡଳୀରେ ଗତ ୫ବର୍ଷ ମଧ୍ୟରେ କ’ଣ କାମ କରିଛନ୍ତି ସେ ସମ୍ପର୍କରେ ରିପୋର୍ଟ ଦେଇଥିଲେ। କଂଗ୍ରେସ କ୍ଷମତାକୁ ଆସିଲେ ଝୋଡ଼ିଆ ସମ୍ପ୍ରଦାୟକୁ ଆଦିବାସୀ ମାନ୍ୟତା ମିଳିବ ବୋଲି ଅଜୟ କୁମାର ସୂଚନା ଦେଇଛନ୍ତି।
ପିସିସି ସାଧାରଣ ସମ୍ପାଦକ ଦୁର୍ଗାପ୍ରସାଦ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସମାବେଶରେ ମହିଳା କଂଗ୍ରେସ ସଭାନେତ୍ରୀ ମୀନାକ୍ଷୀ ବାହିନୀପତି, ପିସିସି ସମ୍ପାଦକ ସୀମାଞ୍ଚଳ ଉଲାକା, ପିସିସି ମିଡିଆ ପ୍ରଭାରୀ ବିଶ୍ବରଞ୍ଜନ ମହାନ୍ତି, ପୂର୍ବତନ ବିଧାୟକ ନିମାଇଁ ସରକାର ପ୍ରମୁଖ ଉପସ୍ଥିତ ଥିଲେ। କୋରାପୁଟ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ସମସ୍ତ ୭ ବିଧାନସଭା ଆସନର ପ୍ରାର୍ଥୀ ଏଥିରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

୪୪ ରନ୍‌ ଆଗରେ ଅଷ୍ଟ୍ରେଲିଆ

ବ୍ରିସ୍‌ବେନ୍‌(ଅଷ୍ଟ୍ରେଲିଆ),୫ା୧୨: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଆଶେସ ଟେଷ୍ଟର ଶୁକ୍ରବାର ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୪ ରନ୍‌ ଅଗ୍ରଣୀ ଲାଭ କରିଛି। ଭ୍ରମଣକାରୀ...

ଆରୋଗ୍ୟ କେନ୍ଦ୍ରରେ ନିଆଁ ଲାଗି ଲକ୍ଷାଧିକ ସାମଗ୍ରୀ ନଷ୍ଟ

କେସିଙ୍ଗା ,୫।୧୨( ତୁମେଶ୍ୱର୍‌ ସାହୁ ) : କଳାହାଣ୍ଡି ଜିଲା ପାଷ୍ଟିକୁଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ତହଶିର ଗ୍ରାମସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରେ କୌଣସି କାରଣ...

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ଫ୍ରାନ୍ସକୁ ହରାଇ ସେମିରେ ପହଞ୍ଚିଲା ଜର୍ମାନୀ

ଚେନ୍ନାଇ,୫ା୧୨: ସାତ ଥର ଚାମ୍ପିୟନ ଜର୍ମାନୀ ଶୁଟ୍‌ ଆଉଟ୍‌ରେ ଫ୍ରାନ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ଚଳିତ ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ବିଶ୍ୱକପ୍‌ ହକି ଟୁର୍ନାମେଣ୍ଟର...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ପଡିବ ଶନିଙ୍କ ଭୟଙ୍କର ମହାଦଶା, ଏହି ରାଶି ଉପରେ ପଡିବ ଖରାପ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ “କର୍ମଦାତା” ଏବଂ “ବିଚାରକ” ଭାବରେ ଜଣାଯାଏ। ସେ ବ୍ୟକ୍ତିମାନଙ୍କୁ ସେମାନଙ୍କ କାର୍ଯ୍ୟ ଆଧାରରେ ଶୁଭ କିମ୍ୱା ଅଶୁଭ ଫଳ ପ୍ରଦାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri