ବିକାଶ ବିରୋଧୀଙ୍କୁ ଓଡ଼ିଶାବାସୀ ଜବାବ ଦେବେ: ପାଣ୍ଡିଆନ

ଭଞ୍ଜନଗର/ବୁଗୁଡ଼ା/ପାଟପୁର, ୪।୫(ବାବୁଲା ପ୍ରଧାନ/କାଳିଚରଣ ଦାସ/ସୀମାଞ୍ଚଳ ସାହୁ): ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର ଗଞ୍ଜାମ ଜିଲାକୁ ତୋଫାନୀ ଗସ୍ତରେ ଆସି ଭଞ୍ଜନଗର, ବୁଗୁଡ଼ା, ସାନଖେମୁଣ୍ଡି ନିକଟସ୍ଥ ପଳାସପୁର ଛକ ଏବଂ ସୋରଡ଼ାରେ ଦଳୀୟ ସଭାରେ ଯୋଗଦେଇ ବିରୋଧୀ ଦଳକୁ ଟାର୍ଗେଟ କରିଛନ୍ତି। କେନ୍ଦ୍ର ସରକାର କାଳିଆ ଯୋଜନା, ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ), ମିଶନ ଶକ୍ତି ଯୋଜନା ଏବଂ ଲକ୍ଷ୍ମୀ ବସ୍‌ ସେବାକୁ ବନ୍ଦ କରିଦେବା ପାଇଁ ଯୋଜନା ଚଳାଇଛନ୍ତି। ବିରୋଧୀ ଦଳଗୁଡ଼ିକ ବିକାଶ ବିରୋଧୀ। ଆଗାମୀ ନିର୍ବାଚନରେ ଓଡ଼ିଶାବାସୀ ତାହାର ଉଚିତ ଜବାବ ଦେବେ। ବିରୋଧୀ ଯେତେ ଅପପ୍ରଚାର କଲେ ମଧ୍ୟ କାମ ଦେବନାହିଁ ବୋଲି ପାଣ୍ଡିଆନ କହିଛନ୍ତି। ଭଞ୍ଜନଗର ସଭାରେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଯୋଗଦେଇ ନିଜ ପାଇଁ ଏବଂ କନ୍ଧମାଳ ବିଜେଡି ଏମପି ପ୍ରାର୍ଥୀ ଡ଼.ଅଚ୍ୟୁତ ସାମନ୍ତଙ୍କ ପାଇଁ ଭୋଟ ଭିକ୍ଷା କରିଥିଲେ। ସାରା ରାଜ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାୱା ବହୁଛି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା, ମିଶନ ଶକ୍ତି, ମଧୁ ବାବୁ ପେନସନ୍‌ ଏବଂ ଲକ୍ଷ୍ମୀ ବସ୍‌ ସେବା ଭଳି ଜନମଙ୍ଗଳ ଯୋଜନାଗୁଡ଼ିକୁ ବନ୍ଦ କରିବା ପାଇଁ ଭାଜପା ଷଡ଼ଯନ୍ତ୍ର କରୁଛି। ରାଜ୍ୟ ସରକାର ବର୍ଷକୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ବାବଦକୁ ୩ ହଜାର କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। କିନ୍ତୁ କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟବୀମା ଯୋଜନାରେ ବର୍ଷକୁ ୩ଶହ କୋଟି ଦେଉଛନ୍ତି। ଭଞ୍ଜନଗର ନିର୍ବାଚନମଣ୍ଡଳୀରେ ବିକାଶର ଧାରା ଚାଲିଛି। ଆଗାମୀ ଦିନରେ ବିକାଶର ଧାରାକୁ ଆଗକୁ ନେବାପାଇଁ ଆସନ୍ତା ୨୦ ତାରିଖରେ ମୋତେ ଏବଂ ବିଜେଡି ଏମପି ପ୍ରାର୍ଥୀ ଡ.ଅଚ୍ୟୁତ୍‌ ସାମନ୍ତଙ୍କୁ ଯୋଡ଼ି ଶଙ୍ଖରେ ଭୋଟ ଦେବା ପାଇଁ ବିକ୍ରମ ନିବେଦନ କରିଥିଲେ। ସେହିଭଳି କନ୍ଧମାଳ ଏମପି ଡ଼.ସାମନ୍ତ କହିଥିଲେ ରଥି ଏବଂ ସାରଥି ମଧ୍ୟରେ ସମନ୍ବୟ ରହିଲେ ବିକାଶ ଆଗକୁ ଯାଇପାରିବ। ବର୍ତ୍ତମାନ ପାଣ୍ଡିଆନ ସାରଥି ଭୂମିକା ଠିକ୍‌ ଭାବେ ନିଭାଉଥିତ୍ବା ଯୋଗୁ ରାଜ୍ୟରେ ବିକାଶ ହେଉଛି ବୋଲି ଡ. ସାମନ୍ତ କହିଥିଲେ। ଏହାପରେ ପାଣ୍ଡିଆନ ବୁଗୁଡ଼ା ଅଭିମୁଖେ ଯାଇ ସେଠାରେ ପୋଲସରା ବିଧାୟକ ପ୍ରାର୍ଥୀ ଶ୍ରୀକାନ୍ତ ସାହୁ ଏବଂ ଆସିକା ଏମପି ପ୍ରାର୍ଥତ୍ନୀ ରଞ୍ଜିତା ସାହୁଙ୍କୁ ଶଙ୍ଖ ଚିହ୍ନରେ ଭୋଟ ଦେବା ପାଇଁ ନିବେଦନ କରିଥିଲେ। ପରେ ସାନଖେମୁଣ୍ଡି ଅଭିମୁଖେ ଯାଇ ସେଠାରେ ମଧ୍ୟ ସାନଖେମୁଣ୍ଡି ବିଧାୟକ ପ୍ରାର୍ଥତ୍ନୀ ସୁଲକ୍ଷଣା ଗୀତାଞ୍ଜଳି ଦେବୀ ଏବଂ ଏମପି ପ୍ରାର୍ଥତ୍ନୀଙ୍କ ପାଇଁ ଭୋଟ ଭିକ୍ଷା କରିଥିଲେ। ଏହାପରେ ସୋରଡ଼ାରେ ବିଜେଡି ବିଧାୟକ ପ୍ରାର୍ଥୀ ସଂଘମିତ୍ରା ସ୍ବାଇଁ ଏବଂ ଏମପି ପ୍ରାର୍ଥତ୍ନୀଙ୍କ ପାଇଁ ଭୋଟ ମାଗିଥିଲେ। ଏହି ଅବସରରେ ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ, ଆସିକା ଏମପି ପ୍ରମିଳା ବିଷୋୟୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri