Posted inଜାତୀୟ

ସୁପ୍ରିମକୋର୍ଟ ପହଞ୍ଚିଲେ ହେମନ୍ତ ସୋରେନ

ରାଞ୍ଚି,୬।୫: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଗିରଫକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ କରିଥିବା ଆବେଦନକୁ କୋର୍ଟ ପ୍ରତ୍ୟାଖ୍ୟାନ କରିବା ପରେ ଏବେ ସେ ସୁପ୍ରିମକୋର୍ଟଙ୍କ ନିକଟରେ ପହଞ୍ଚିଛନ୍ତି। ନିର୍ବାଚନକୁ ଦୃଷ୍ଟିରେ ରଖି ବରିଷ୍ଠ ଓକିଲ କପିଲ ସିବଲ ସୋରେନଙ୍କ ଏହି ଆବେଦନ ଉପରେ ଶୀଘ୍ର ଶୁଣାଣି କରିବାକୁ ଅନୁରୋଦ କରିଥିଲେ। ଏହା ଉପରେ ପ୍ରଧାନ ବିଚାରପତି ଡଓ୍ବାଇ ଚନ୍ଦ୍ରଚୁଡ କହିଥିଲେ ଏହା ସଞ୍ଜିବ ଖାନ୍ନାଙ୍କ ପୀଠରେ ଅଛି, ଏହା ଉପରେ ଶୀଘ୍ର ଶୁଣାଯିବ ହେବ।
ମେ ୩ରେ, ଝାଡଖଣ୍ଡ ହାଇକୋର୍ଟ ହେମନ୍ତ ସୋରେନଙ୍କ ଲିଖିତ ଆବେଦନକୁ ପ୍ରତ୍ୟାଖ୍ୟାନ କରିଥିଲେ ଯେଉଁଥିରେ ସେ ଇଡି ଗିରଫକୁ ଚ୍ୟାଲେଞ୍ଜ କରିଥିଲେ। ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଜାମିନ ଦେବାକୁ କୋର୍ଟ ମଧ୍ୟ ମନା କରିଦେଇଥିଲେ। ତାଙ୍କ ପିଟିସନରେ ସୋରେନ ଦାବି କରିଛନ୍ତି ଯେ ତାଙ୍କ ଗିରଫଦାରୀ ଅଯୌକ୍ତିକ ଏବଂ ଏହି ମାମଲାରେ ତାଙ୍କୁ ରିମାଣ୍ଡରେ ନେବା ବେଆଇନ ଏବଂ ଅନୁଚିତ। ଜାନୁଆରୀରେ ଜମି ସ୍କାମ ମାମଲାରେ ହେମନ୍ତ ସୋରେନଙ୍କୁ ଇଡି ଗିରଫ କରିଥିଲା। ବର୍ତ୍ତମାନ ନ୍ୟାୟିକ ହେପାଜତରେ ଥିବା ସୋରେନଙ୍କୁ ରାଞ୍ଚିର ବିର୍ସା ମୁଣ୍ଡା ସେଣ୍ଟ୍ରାଲ ଜେଲରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri