ଭୋଟ ଦେଲେ ପ୍ରଧାନମନ୍ତ୍ରୀ ମୋଦି

ଅହମ୍ମଦାବାଦ୍‌,୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ମତଦାନ ସାବ୍ୟସ୍ତ କରିଛନ୍ତି। ସେ ଅହମ୍ମଦାବାଦ୍‌ା ନିଶାନ ହାୟର ସେକେଣ୍ଡାରୀ ସ୍କୁଲରେ ଭୋଟ ଦେଇଛନ୍ତି। ଭୋଟ ଦେବା ପରେ ପ୍ରଧାନମନ୍ତ୍ରୀ ମତଦାନ ବୁଥରୁ ଆସି ଲୋକଙ୍କୁ ଅଭିବାଦନ ଜଣାଇଛନ୍ତି। ଏହି ସମୟରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ତାଙ୍କ ସହ ନଜର ଆସିଥିଲେ। ଶାହା ମଧ୍ୟ ଆଜି ମତାଧିକାର ସାବ୍ୟସ୍ତ କରିଛନ୍ତି।
ସୂଚନାଯୋଗ୍ୟ,୧୦ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୯୩ଟି ଲୋକ ସଭା ଆସନରେ ଆଜି ତୃତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଯାଇଛି। ସକାଳ ୭ଟାରୁ ଭୋଟର ମତଦାନ କରିଛନ୍ତି। ଏହି ପର୍ଯ୍ୟାୟରେ ଗୁଜରାଟର ୨୬ ଆସନ, କର୍ନାଟକର ୧୪, ମହାରାଷ୍ଟ୍ରର ୧୧, ଉତ୍ତରପ୍ରଦେଶର ୧୦, ମଧ୍ୟପ୍ରଦେଶର ୯, ଛତିଶଗଡ଼ର ୭, ବିହାରର ୫, ଆସାମ ଓ ପଶ୍ଚିମବଙ୍ଗର ୪ଟି ଲେଖାଏ, ଗୋଆ ଏବଂ ଦାଦ୍ରା ନଗର ହାଭେଲି ଓ ଡାମନର ୨ଟି ଲେଖାଏ ଆସନରେ ଭୋଟ ଚାଲିଛି। ୧୭ କୋଟିରୁ ଊର୍ଦ୍ଧ୍ୱ ମତଦାତା ୧ ଲକ୍ଷ ୮୫ ହଜାର ଭୋଟକେନ୍ଦ୍ରରେ ସେମାନଙ୍କର ମତାଧିକାର ସାବ୍ୟସ୍ତ କରିବେ। ଏହି ପର୍ଯ୍ୟାୟର ପ୍ରମୁଖ ପ୍ରାର୍ଥୀଙ୍କ ମଧ୍ୟରେ ଅଛନ୍ତି ବରିଷ୍ଠ ଭାଜପା ନେତା ଅମିତ୍‌ ଶାହା, ମନସୁଖ ମାଣ୍ଡବ୍ୟ, ଜ୍ୟୋତିରାଦିତ୍ୟ ସିନ୍ଧିଆ, ପ୍ରହଲ୍ଲାଦ ଜୋଷୀ, ଶିବରାଜ ସିଂ ଚୌହାନ, ବାସବରାଜ ବୋମାଇ, କଂଗ୍ରେସ ନେତା ଦିଗବିଜୟ ସିଂ, ସମାଜବାଦୀ ପାର୍ଟିର ଡିମ୍ପଲ ଯାଦବ ଏବଂ ଏନ୍‌ସିପି(ଏସ୍‌ପି) ନେତ୍ରୀ ସୁପ୍ରିୟା ସୁଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri