Posted inଜାତୀୟ

୧୦୦ରୁ ୧୧୦୦ କୋଟି କେମିତି ହେଲା? କେଜ୍‌ରିୱାଲଙ୍କ ଆବେଦନ ଉପରେ ଇଡିକୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୭।୫: ଦିଲ୍ଲୀ ଏକ୍ସାଇଜ ପଲିସି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଗିରଫ ହୋଇଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟ ମଙ୍ଗଳବାର ଇଡିକୁ ଅନେକ କଡ଼ା ପ୍ରଶ୍ନ ପଚାରିଥିଲେ। କେଜ୍‌ରିୱାଲଙ୍କୁ ଗିରଫ କରିବା ପାଇଁ ଦୁଇ ବର୍ଷ କାହିଁକି ଲାଗିଲା ବୋଲି କୋର୍ଟ ପ୍ରଶ୍ନ କରିଛନ୍ତି।
ଦିଲ୍ଲୀ ଏକ୍ସାଇଜ ପଲିସି ମାମଲାର ଅନୁସନ୍ଧାନରେ ଇଡି ନେଇଥିବା ସମୟ ଉପରେ ସୁପ୍ରିମକୋର୍ଟ ପ୍ରଶ୍ନ କରି କହିଛନ୍ତି ଯେ, ଜିନିଷକୁ ସାମ୍ନାକୁ ଆଣିବା ପାଇଁ ଦୁଇ ବର୍ଷ ସମୟ ଲାଗିଛି। କେନ୍ଦ୍ରୀୟ ତଦନ୍ତ ଏଜେନ୍ସି ପକ୍ଷରୁ ହାଜର ହୋଇଥିବା ଅତିରିକ୍ତ ସଲିସିଟର ଜେନେରାଲ ଏସ.ଭି ରାଜୁ ଜଷ୍ଟିସ ସଞ୍ଜୀବ ଖାନ୍ନା ଏବଂ ଜଷ୍ଟିସ ଦୀପନକର ଦତ୍ତଙ୍କ ବେଞ୍ଚକୁ କହିଛନ୍ତି ଯେ, ଇଲେକ୍ଟ୍ରୋନିକ ପ୍ରମାଣ ନଷ୍ଟ କରିବା ଏବଂ ହାୱାଲା ମାଧ୍ୟମରେ ୧୦୦ କୋଟି ଟଙ୍କା ପଠାଇବା ଅଭିଯୋଗ ରହିଛି।
ଅନୁସନ୍ଧାନକାରୀ ସଂସ୍ଥାର ଯୁକ୍ତି ଉପରେ ବିଚାରପତିମାନେ କହିଛନ୍ତି, ମନୀଷ ସିସୋଦିଆଙ୍କ ଜାମିନ ବାତିଲ ହେବା ପରେ ୧୧୦୦ କୋଟି ଟଙ୍କାର ସମ୍ପତ୍ତି ଜବତ କରାଯାଇଛି ବୋଲି ଏଏସଜି ରାଜୁ ସୁପ୍ରିମ କୋର୍ଟଙ୍କୁ କହିଛନ୍ତି। ଏହାର ଜବାବରେ ଜଷ୍ଟିସ ଖାନ୍ନା ପ୍ରଶ୍ନ କରିଛନ୍ତି ଯେ,ପୂର୍ବରୁ ଆପଣ ୧୦୦ କୋଟି ଟଙ୍କାର ଏହି ମାମଲା ବୋଲି କହିଥିଲେ। କିନ୍ତୁ ଏହି ଘୋଟାଲାର ମୂଲ୍ୟ ୧୧୦୦ କୋଟି ଟଙ୍କା ବୋଲି କୁହାଯାଉଛି। ଏହି ବୃଦ୍ଧି କିପରି ହେଲା? ଦୁଇ ବର୍ଷରେ ଏହା ୧୧୦୦ କୋଟି ଟଙ୍କା କିଭଳି ହେଲା?
ସେହିପରି କେଜ୍‌ରିୱାଲଙ୍କୁ ଗିରଫ କରିବାକୁ କାହିଁକି ଦୁଇବର୍ଷ ସମୟ ଲାଗିଲା ବୋଲି ସୁପ୍ରିମ କୋର୍ଟ ପ୍ରଶ୍ନ କରିଛନ୍ତି। ଏହାର ଏଏସଜି ରାଜୁ କହିଛନ୍ତି ଯେ, ମଦ ଦୁର୍ନୀତି ମାମଲାର ପ୍ରାରମ୍ଭିକ ଯାଞ୍ଚ୍‌ବେଳେ ସିଧାସଳଖ କେଜ୍‌ରିୱାଲଙ୍କ ବିରୋଧରେ ଏହା ନ ଥିଲା। ଏଥିପାଇଁ ପ୍ରାରମ୍ଭରେ ତାଙ୍କୁ କୌଣସି ପଚରା ଯାଇ ନ ଥିଲା। ତେବେ ତଦନ୍ତ ବେଳେ କେଜ୍‌ରିୱାଲଙ୍କ ଭୂମିକା ସାମ୍ନାକୁ ଆସିଥିଲା। ଏହାପରେ ତାଙ୍କୁ ୯ ଥର ସମନ କରାଯାଇଥିଲେ ମଧ୍ୟ ସେ ହାଜର ହୋଇ ନ ଥିଲେ।
ସୂଚନାଯୋଗ୍ୟ, ଦିଲ୍ଲୀ ଏକ୍ସାଇଜ ପଲିସି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଗତ ମାର୍ଚ୍ଚ ୨୧ରେ କେଜ୍‌ରିଓ୍ବାଲଙ୍କୁ ଗିରଫ କରାଯାଇଥିଲା। ତାଙ୍କ ଗିରଫଦାରୀକୁ ନେଇ କେଜ୍‌ରିଓ୍ବାଲ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri