Posted inଜାତୀୟ

‘ଭାଜପା-ମୋଦିଙ୍କ ନୀତି ଭେଦଭାବପୂର୍ଣ୍ଣ, ଶକ୍ତିଶାଳୀ ଭାରତ ଗଠନ ଲାଗି କଂଗ୍ରେସକୁ ଭୋଟ ଦିଅନ୍ତୁ’

ନୂଆଦିଲ୍ଲୀ,୭।୫: ଲୋକ ସଭା ନିର୍ବାଚନ ପାଇଁ ତୃତୀୟ ପର୍ଯ୍ୟାୟ ଭୋଟ୍‌ଗ୍ରହଣ ମଧ୍ୟରେ ପୂର୍ବତନ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ଦେଶବାସୀଙ୍କ ପାଇଁ ଏକ ଭିଡିଓ ବାର୍ତ୍ତା ଜାରି କରିଛନ୍ତି। ଏହି ବାର୍ତ୍ତାରେ ସେ ଶାସକ ଭାଜପା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ଆଜି ଦେଶର କୋଣଅନୁକୋଣରେ ଯୁବକମାନେ ବେକାରୀ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ମହିଳମାନଙ୍କୁ ନିର୍ଯାତନା ଦିଆଯାଉଛି। ଦଳିତ, ଆଦିବାସୀ, ପଛୁଆ ବର୍ଗ ଏବଂ ସଂଖ୍ୟଲଘୁ ସମ୍ପ୍ରଦୟର ଲୋକମାନେ ଭେଦଭାବର ଶିକାର ହେଉଥିବା ସୋନିଆ କହିଛନ୍ତି।

ସୋନିଆ କହିଛନ୍ତି, ଦେଶରେ ଏଭଳି ପରିବେଶ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପାର ନୀତି ଯୋଗୁ ହେଉଛି। ଏମାନଙ୍କର ଧ୍ୟାନ କେବଳ କଳେ ବଳେ କୌଶଳେ ଶାସନ କ୍ଷମତା ହାସଲ ଉପରେ ରହିଛି। ରାଜନୈତିକ ଲାଭ ପାଇଁ ଘୃଣାକୁ ପ୍ରୋତ୍ସାହନ ଦିଆଯାଉଛି। କଂଗ୍ରେସ ଦଳ ଏବଂ ମୁଁ ସର୍ବଦା ଅଗ୍ରଗତି ଏବଂ ବଞ୍ଚିତମାନଙ୍କୁ ନ୍ୟାୟ ଦେବା ସହ ଦେଶକୁ ମଜଭୂତ କରିବା ଲାଗି ସଂଘର୍ଷ କରିଆସୁଛୁ।

ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ଜାରି ମାନିଫେଷ୍ଟୋ ବିଷୟରେ ଉଲ୍ଲେଖ କରି ସୋନିଆ କହିଛନ୍ତି, ଆମର ନ୍ୟାୟ ପତ୍ର ଏବଂ ଆମର ଗ୍ୟାରେଣ୍ଟି ହେଉଛି ଯେ ଦେଶକୁ ଏକଜୁଟ ରଖିବା ଏବଂ ଗରିବ, ମହିଳା, କୃଷକ, ଶ୍ରମିକ ଏବଂ ବଞ୍ଚିତ ସମ୍ପ୍ରଦାୟକୁ ଶକ୍ତି ପ୍ରଦାନ କରିବା। ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ କଂଗ୍ରେସ ଏବଂ ଭାରତ ମିଳିତ ସମର୍ପିତ। ସମସ୍ତଙ୍କ ପାଇଁ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ କଂଗ୍ରେସକୁ ଭୋଟ ଦିଅନ୍ତୁ ଏବଂ ଏକ ଶକ୍ତିଶାଳୀ ଭାରତ ଗଠନ କରନ୍ତୁ।

 


Enter your email to get our daily news in your inbox.

All Right Reserved By Dharitri.Com

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri